-+91-9937148622 |
prerana_bgr@rediffmail.com |
Tuesday 4th August 2026 |
R.N.I. Regd No. ODIODI/2010/46693
Breaking News
04-Aug-2026
- ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ) ଆସନ୍ତା ୧୭ ଅଗଷ୍ଟ ରୁ ୩୧ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି ପାଳନ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ତରଫରୁ ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଡ଼.ନୃପରାଜ ସାହୁ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା. ଉଷା ରାଣୀ ଦାସ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ରାଜେନ୍ଦ୍ର ମାଝୀ ଓ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ ଉପସ୍ଥିତ ଥିଲେ।ଏହି କାର୍ଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ (କୁଷ୍ଠ ) ଡା ତ୍ରିବିକ୍ରମ ପାଣ୍ଡିଆ ଏହାର ମୁଖ୍ୟ ଉଦ୍ଦେଶ୍ୟ ଓ କିପରି କୁଷ୍ଠ ରୋଗ ର ଚି଼ହ୍ନଟ ହୋଇପାରିବ ସେସବୁ ବିଷୟ ରେ ବୁଝାଇ ଥିଲେ। ଏହି ସଭାରେ ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ା. ଦେବୀ ପ୍ରସାଦ ମହାପାତ୍ର, ଅତିରିକ୍ତ ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ ପରିବାର କଲ୍ୟାଣ ଡ଼ା ପ୍ରକାଶ ଦଣ୍ଡସନା,ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ରୋଗ ନିୟନ୍ତ୍ରଣ ଡା ରମେଶ ଚନ୍ଦ୍ର ସ୍ୱାଇଁ, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଯକ୍ଷ୍ମl ଡା ପଦ୍ମହଂସା ଦୋରା, ଓ ଜିଲ୍ଲା କାର୍ଯ୍ୟକ୍ରମ ସଂଯୋଜକ ଜାତୀୟ ସ୍ୱାସ୍ଥ୍ୟ ମିଶନ ରୂପକ କୁମାର ମହାପାତ୍ର, ଡି ଏଲ ସି ଡା. ଗୌରୀ ଶଙ୍କର ପଣ୍ଡା,ଅତିତିକ୍ତ ଜିଲ୍ଲା ଜନ ସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ,ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ, ଜିଲ୍ଲା ର ସମସ୍ତ ସ୍ବାସ୍ଥ୍ୟ ଅଧିକାରୀ ବୃନ୍ଦ ଓ ବିଭିନ୍ନ ମିଡ଼ିଆ ବନ୍ଧୁ ମାନେ ଉପସ୍ଥିତ ଥିଲେ ।
ସମସ୍ତ କାର୍ଯ୍ୟକ୍ରମ କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏବଂ ଜାତୀୟ ସ୍ୱାସ୍ଥ୍ୟ ମିଶନ ର ସମସ୍ତ କର୍ମକର୍ତ୍ତା ତଦାରଖ କରିଥିଲେ I