-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||     

HOME   ଜିଲ୍ଲା

ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ

06-Aug-2026



ନୂଆପଡ଼ା (ରାମନାଥ ପଣ୍ଡା )
ନୂଆପଡ଼ା ଜିଲ୍ଲା ଓଡ଼ିଶା ଆଦର୍ଶ ବିଦ୍ୟାଳୟ, କେଶରାଜପୁରରେ ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଅଧ୍ୟକ୍ଷତାରେ ଭି ଏମ ଡି ସି ମିଟିଂ ଅନୁଷ୍ଠିତ ହେବା ସହ ଛାତ୍ରମାନଙ୍କ ସୁବିଧା ନିମନ୍ତେ ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରାବାସ ଆଜି ଜିଲ୍ଲାପାଳଙ୍କ 
କରକମଳରେ ଉଦଘାଟିତ ହୋଇଯାଇଛି ।ଶ୍ରୀଯୁକ୍ତ ଦାସ ଭି ଏମ ଡି ସି ରେ ସର୍ବ ପ୍ରଥମେ ଗତ ଶିକ୍ଷାବର୍ଷରେ  ବିଦ୍ୟାଳୟର ଉତ୍ତମ ରେଜଲ୍ଟ ପାଇଁ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ଧନ୍ୟବାଦ୍ ଜଣାଇଥିଲେ ଏବଂ ନିୟମିତ ଶିକ୍ଷାଦାନ କ୍ଷେତ୍ରରେ ବିଦ୍ୟାଳୟର ଶୈକ୍ଷିକ ବ୍ୟବସ୍ଥା ଉପରେ ଗୁରୁତ୍ବ ଦେଇ ଛାତ୍ର ଛାତ୍ରୀ ମାନଙ୍କ ପାଇଁ ଗୁଣାତ୍ମକ ଶିକ୍ଷା ଦିଗରେ ବିଭିନ୍ନ ପ୍ରକାର ଆଲୋଚନା କରିବା ସହିତ ବିଦ୍ୟାଳୟର ଅନ୍ୟାନ୍ୟ ବ୍ୟବସ୍ଥା ଅଧ୍ୟକ୍ଷ ଚିତ୍ତରଞ୍ଜନ ମଟାରିଙ୍କ ପାଖରୁ ବୁଝିଥିଲେ ।ବିଦ୍ୟାଳୟର ପ୍ରତିଟି ଆବଶ୍ୟକତାକୁ ପୂରଣ କରିବାକୁ ପ୍ରଶାସନ ପ୍ରୟାସ କରିଛି ଓ କରିବ ବୋଲି ଦୃଢୋକ୍ତି ପ୍ରକାଶ କରିଥିଲେ ।ଛାତ୍ର ଛାତ୍ରୀ ପ୍ରେମୀ ଜିଲ୍ଲାପାଳ କିଛି ସମୟ ଛାତ୍ର ଛାତ୍ରୀଙ୍କ ସହ ବସି ଉତ୍ତମ ସ୍ୱାସ୍ଥ୍ୟ କ୍ଷେତ୍ରରେ ଏକକ ବ୍ୟବହୃତ ପ୍ଲାଷ୍ଟିକର ଅପକାରିତା ଉପରେ ଆଲୋଚନା କରି ସିଙ୍ଗଲ ୟୁଜ ପ୍ଲାଷ୍ଟିକ ନିଷେଧ ଉପରେ ଶପଥ ପାଠ କରାଇ ନାରା ଓ ସ୍ଲୋଗାନ ଦେଇଥିଲେ ।ଛାତ୍ର ଛାତ୍ରୀଙ୍କ ଠାରୁ ସେମାନଙ୍କ ସମସ୍ୟା ବୁଝିଥିଲେ ।ଭି ଏମ ଡି ସି ମିଟିଂରେ ବି ଡି ଓ ଚିନ୍ମୟ ସାଗର, ବିଦ୍ୟାଳୟ ଅଧ୍ୟକ୍ଷ ଚିତ୍ତରଞ୍ଜନ ମଟାରି,ପୂର୍ତ୍ତ ଓ ନିର୍ମାଣ ବିଭାଗ ଏସ ଡି ଓ ଅମୋଘ ନାରାୟଣ ପଣ୍ଡା,ବି ଇ ଓ ଗୀତାରାଣୀ ଯୋଶୀ,ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ଡ଼ା ସଞ୍ଜୀବ କୁମାର ନାୟକ,ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପିକା ପ୍ରୀତି ସୁଧା ପଣ୍ଡା,ଯଦୁମଣି ବାରିକ ଅଂଶ ଗ୍ରହଣ କରିଥିଲେ। ବିଦ୍ୟାଳୟର ଦୁଇ ଜଣ ଛାତ୍ରୀ ପ୍ରତ୍ୟୁଷା ସଂଜୀବନୀ ନାଏକ ଓ ହେମାଙ୍ଗିନି ମାଝୀ ଜିଲ୍ଲାପାଳଙ୍କୁ ଡ୍ରଇଂ ଏବଂ ଡିଜାଇନର ଫଳକ ପ୍ରଦାନ କରି କାର୍ଯ୍ୟକ୍ରମକୁ ଆହୁରି ଆକୃଷ୍ଟ କରିବା ଦେଖିବାକୁ ମିଳିଥିଲା ।ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ ଲିଲି ପଟେଲ,ଯଦୁମଣି ବାରିକ,ମନୋଜ ବେହେରା,ସାଗର ମହାନ୍ତି,ସତ୍ୟ ପ୍ରକାଶ ଦଣ୍ଡସେନା,ଲକ୍ଷ୍ମଣ ବରିହା,ରାମଚନ୍ଦ୍ର ମାଝୀ,ପଙ୍କଜ ମାଝୀ,କ୍ଷେତ୍ର ମାଝୀ,ରମ୍ଭା ବେହେରା, କିଶନ କହ୍ନେୟା ପଟେଲ,ନରୋତ୍ତମ ବାଗ,ସୁନୀତା ସାହୁ,ପ୍ରେମ ଶିଳା ସା,ପ୍ରିୟଙ୍କା ପ୍ରିୟ ଦର୍ଶିନୀ ସାହୁ, ଏନ ଯାନ୍ନୀଫର ମିଚେଲ,ଅନ୍ୱେଷା ଯୋଶୀ ଉପସ୍ଥିତ ରହି କାର୍ଯ୍ୟକ୍ରମର ସଫଳତାକୁ ଦ୍ଵିଗୁଣିତ କରିବାରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026
  ଜିଲ୍ଲା  
ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ   06-Aug-2026
  ଜିଲ୍ଲା  
ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   06-Aug-2026
  ଜିଲ୍ଲା  
ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   06-Aug-2026
ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   06-Aug-2026
  ଜିଲ୍ଲା  
ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   06-Aug-2026
  ଜିଲ୍ଲା  
କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   06-Aug-2026
  ଜିଲ୍ଲା  
ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା   06-Aug-2026
  ଜିଲ୍ଲା  
ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   06-Aug-2026
  ଜିଲ୍ଲା  
ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ   06-Aug-2026
  ଜିଲ୍ଲା  
ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   06-Aug-2026
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026

You Might Also Like