-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||     

HOME   ଜିଲ୍ଲା

ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ

14-Aug-2026



କଟକ:  ସମାଜରେ ବଢ଼ୁଥିବା ସାଇବର ଅପରାଧର ମୁକାବିଲା କରିବା ସହ ଛାତ୍ରଛାତ୍ରୀ ଓ ଯୁବପିଢ଼ିଙ୍କୁ ସୁରକ୍ଷିତ, ସଚେତନ ଓ ଦାୟିତ୍ୱବାନ ଡିଜିଟାଲ୍ ନାଗରିକ ଭାବେ ଗଢ଼ି ତୋଳିବା ଉଦ୍ଦେଶ୍ୟରେ ଓଡ଼ିଶା ପୋଲିସ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗର ମିଳିତ ସହଯୋଗରେ ଆଜି ଏକ ବୃହତ୍ ରାଜ୍ୟବ୍ୟାପୀ ସାଇବର ସଚେତନତା ଅଭିଯାନ ଆୟୋଜିତ ହୋଇଯାଇଛି।

ଆରକ୍ଷୀ ମହାନିର୍ଦ୍ଦେଶକ, କ୍ରାଇମବ୍ରାଞ୍ଚ ଶ୍ରୀ ବିନୟତୋଷ ମିଶ୍ରଙ୍କ ଅଧ୍ୟକ୍ଷତାରେ ଦିନ ୧୨ଟାରୁ ଆରମ୍ଭ ହୋଇଥିବା ଏହି ବ୍ୟାପକ ଅଭିଯାନରେ ରାଜ୍ୟର ୩୫ଟି ପୋଲିସ ଜିଲ୍ଲା ଅନ୍ତର୍ଗତ ୨୦,୦୦୦ରୁ ଅଧିକ ବିଦ୍ୟାଳୟ ଏବଂ ୨,୦୦୦ରୁ ଅଧିକ ମହାବିଦ୍ୟାଳୟ ଲାଇଭ୍ ୱେବକାଷ୍ଟ ଓ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସାମିଲ ହୋଇଥିଲେ। ଏହି ଅଭିଯାନରେ ୪୦ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ, ଶିକ୍ଷକ, ଅଭିଭାବକ ଓ ପୋଲିସ କର୍ମଚାରୀ ଅଂଶଗ୍ରହଣ କରି ସାଇବର ସଚେତନତା କ୍ଷେତ୍ରରେ ଓଡ଼ିଶାର ଏକ ନୂଆ ମାଇଲଖୁଣ୍ଟ ସୃଷ୍ଟି କରିଛନ୍ତି।

ବର୍ତ୍ତମାନ ସମୟରେ ସାଇବର ଅପରାଧର ବିଭିନ୍ନ ନୂଆ ରୂପ ସାମ୍ନାକୁ ଆସୁଥିବା ବେଳେ ଛାତ୍ରଛାତ୍ରୀ ଓ ଯୁବପିଢ଼ି ଅନଲାଇନ୍ ଠକେଇ, ବ୍ଲାକମେଲିଂ ଏବଂ ବିଭିନ୍ନ ପ୍ରକାର ଡିଜିଟାଲ୍ ଶୋଷଣର ଶିକାର ହେଉଛନ୍ତି। ଏପରିକି କେତେକ କ୍ଷେତ୍ରରେ ଅଜାଣତରେ ନିଜର ବ୍ୟାଙ୍କ ଖାତା, ସିମ୍ କାର୍ଡ କିମ୍ବା ପରିଚୟପତ୍ରକୁ ସାଇବର ଅପରାଧୀଙ୍କ ଦ୍ୱାରା ଅପବ୍ୟବହାର ପାଇଁ ଉପଲବ୍ଧ କରାଇବା ଭଳି ଘଟଣା ମଧ୍ୟ ଦେଖିବାକୁ ମିଳୁଛି। ଏହି ପରିପ୍ରେକ୍ଷୀରେ ଯୁବପିଢ଼ିଙ୍କୁ ସାଇବର ବିପଦ ସମ୍ପର୍କରେ ସଚେତନ କରିବା, ଡିଜିଟାଲ୍ ମାଧ୍ୟମର ସୁରକ୍ଷିତ ବ୍ୟବହାର ସମ୍ପର୍କରେ ଜ୍ଞାନ ପ୍ରଦାନ କରିବା ଏବଂ ସେମାନଙ୍କୁ ନିଜ ପରିବାର ଓ ସମାଜରେ ‘ସାଇବର ସଚେତନତାର ଦୂତ’ ଭାବେ ଗଢ଼ି ତୋଳିବା ଏହି ଅଭିଯାନର ପ୍ରମୁଖ ଲକ୍ଷ୍ୟ ଥିଲା।

ଏହି ଅବସରରେ ମାନ୍ୟବର ରାଜ୍ୟପାଳ, ଓଡ଼ିଶା ଡ. ହରି ବାବୁ କମ୍ଭମପାଟି ଛାତ୍ରଛାତ୍ରୀଙ୍କୁ ସାଇବର ସୁରକ୍ଷା ନେଇ ସଚେତନ ଓ ସତର୍କ ରହିବା ପାଇଁ ବାର୍ତ୍ତା ପ୍ରଦାନ କରିଥିଲେ। ସେହିପରି, ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସାଇବର-ସୁରକ୍ଷିତ ଓଡ଼ିଶା ଗଠନରେ ଯୁବପିଢ଼ିର ଗୁରୁତ୍ୱପୂର୍ଣ୍ଣ ଭୂମିକା ଉପରେ ଆଲୋକପାତ କରିବା ସହ ନିଜ ପରିବାର, ବନ୍ଧୁବର୍ଗ ଓ ସମାଜରେ ସାଇବର ସଚେତନତାର ଦୂତ ହେବାକୁ ଆହ୍ୱାନ ଦେଇଥିଲେ।

କାର୍ଯ୍ୟକ୍ରମରେ ସାଇବର ଆର୍ଥିକ ଠକେଇ ଘଟିଲେ ‘ଗୋଲ୍ଡେନ୍ ଆୱାର’ ମଧ୍ୟରେ ତୁରନ୍ତ ପଦକ୍ଷେପ ନେବାର ଗୁରୁତ୍ୱ ଉପରେ ବିଶେଷ ଭାବେ ସଚେତନ କରାଯାଇଥିଲା। କୌଣସି ବ୍ୟକ୍ତି ସାଇବର ଆର୍ଥିକ ଠକେଇର ଶିକାର ହେଲେ ବିଳମ୍ବ ନକରି ତୁରନ୍ତ ୧୯୩୦ ନମ୍ବରରେ ଯୋଗାଯୋଗ କରିବା ସହ cybercrime.gov.in ପୋର୍ଟାଲରେ ଅଭିଯୋଗ କରିବାକୁ ପରାମର୍ଶ ଦିଆଯାଇଥିଲା। ଠକେଇର ଶିକାର ହେବା ପରେ ଯେତେ ଶୀଘ୍ର ଅଭିଯୋଗ କରାଯିବ, ଠକେଇ ହୋଇଥିବା ଅର୍ଥକୁ ରୋକିବା ଏବଂ ତାହାର ପୁନରୁଦ୍ଧାରର ସମ୍ଭାବନା ସେତେ ଅଧିକ ରହିଥାଏ।

ସଚେତନତା କାର୍ଯ୍ୟକ୍ରମରେ ସ୍ପଷ୍ଟ କରାଯାଇଥିଲା ଯେ କୌଣସି ବ୍ୟାଙ୍କ, ସରକାରୀ କାର୍ଯ୍ୟାଳୟ କିମ୍ବା ପୋଲିସ ଅଧିକାରୀ OTP, PIN, CVV କିମ୍ବା ପାସୱାର୍ଡ ମାଗନ୍ତି ନାହିଁ। ତେଣୁ ଏଭଳି ସୂଚନା କେବେବି କାହା ସହିତ ସେୟାର ନକରିବାକୁ ପରାମର୍ଶ ଦିଆଯାଇଥିଲା। ସେହିପରି, ‘ଡିଜିଟାଲ୍ ଆରେଷ୍ଟ’ ନାମରେ କେହି ଟଙ୍କା ଦାବି କଲେ ତାହା ଠକେଇ ବୋଲି ବୁଝି ତୁରନ୍ତ ୧୯୩୦ରେ ଯୋଗାଯୋଗ କରିବାକୁ ସଚେତନ କରାଯାଇଥିଲା। ଟଙ୍କା ପାଇଁ ନିଜ ବ୍ୟାଙ୍କ ଖାତା, ସିମ୍ କାର୍ଡ କିମ୍ବା ପରିଚୟପତ୍ର ଅନ୍ୟ କାହାକୁ ପ୍ରଦାନ ନକରିବାକୁ ମଧ୍ୟ ପରାମର୍ଶ ଦିଆଯାଇଥିଲା।ଛାତ୍ରଛାତ୍ରୀଙ୍କୁ ଅନଲାଇନ୍ ବ୍ଲାକମେଲିଂ କିମ୍ବା ଡିଜିଟାଲ୍

ଶୋଷଣର ଶିକାର ହେଲେ ଭୟଭୀତ ନହୋଇ କୌଣସି ପରିସ୍ଥିତିରେ ଟଙ୍କା ନଦେବାକୁ ପରାମର୍ଶ ଦିଆଯାଇଥିଲା। ଏଭଳି ଘଟଣା ଘଟିଲେ ତୁରନ୍ତ ନିଜ ଅଭିଭାବକ, ଶିକ୍ଷକ କିମ୍ବା ପୋଲିସକୁ ଜଣାଇବା ସହ ଆବଶ୍ୟକ ଡିଜିଟାଲ୍ ପ୍ରମାଣ ସୁରକ୍ଷିତ ରଖିବାକୁ କୁହାଯାଇଥିଲା।

ଏହି ବୃହତ୍ ରାଜ୍ୟବ୍ୟାପୀ ଅଭିଯାନ ମାଧ୍ୟମରେ ସାଇବର ଅପରାଧ ବିରୋଧରେ ସଚେତନତାକୁ ତୃଣମୂଳ ସ୍ତରରେ ପହଞ୍ଚାଇବା ସହ ଏକ ସୁରକ୍ଷିତ ଓ ଦାୟିତ୍ୱବାନ ଡିଜିଟାଲ୍ ସମାଜ ଗଠନ ପାଇଁ ସାମୂହିକ ସଂକଳ୍ପ ନିଆଯାଇଥିଲା। “ସଚେତନ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ—ସାଇବର ସୁରକ୍ଷିତ ଓଡ଼ିଶା” ବାର୍ତ୍ତା ସହ ଏହି ବୃହତ୍ତମ ରାଜ୍ୟବ୍ୟାପୀ ସାଇବର ସଚେତନତା ଅଭିଯାନର ସଫଳ ସମାପନ ହୋଇଥିଲା।

କାର୍ଯ୍ୟକ୍ରମରେ କମିଶନର-ତଥା-ସଚିବ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଡ. ଏନ୍. ତିରୁମାଳା ନାଏକ, ଡିଆଇଜି, କ୍ରାଇମବ୍ରାଞ୍ଚ ଶ୍ରୀ ବି. ଗଙ୍ଗାଧର, ଡିଆଇଜି, କ୍ରାଇମବ୍ରାଞ୍ଚ ଶ୍ରୀ ମଡକର ସନ୍ଦୀପ ସମ୍ପତଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀ, ଶିକ୍ଷା ବିଭାଗର ଅଧିକାରୀ ଏବଂ ବିଭିନ୍ନ ଜିଲ୍ଲାର ପୋଲିସ ଓ ଶିକ୍ଷା ପ୍ରଶାସନର ପ୍ରତିନିଧିମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026

You Might Also Like