-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||     

HOME   ଜିଲ୍ଲା

ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ

16-Aug-2026



ରାଉରକେଲା(କାଞ୍ଚନ ପ୍ରଭା ନନ୍ଦ) : ରାଉରକେଲାର ଉଦିତନଗର ପଡ଼ିଆଠାରେ ୮୦ ତମ ସ୍ଵାଧୀନତା ଦିବସ ମହାସମାରୋହରେ ପାଳନ କରାଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ତଥା ମହାନଗର ନିଗମର ଆୟୁକ୍ତ ସୁଶ୍ରୀ ଦୀନା ଦସ୍ତଗୀର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ସମ୍ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ l 

ଏହି ଅବସରରେ ସେ ଭାରତର ସ୍ବାଧୀନତା ସଂଗ୍ରାମରେ ସାମିଲ ହୋଇଥିବା ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀମାନଙ୍କ ତ୍ୟାଗ ଓ ବଳିଦାନକୁ ମନେପକାଇ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।

ସ୍ବାଧୀନତା ଦିବସ କାର୍ଯ୍ୟକ୍ରମରେ ଅଭିଭାଷଣ ଦେଇ ସେ କହିଥିଲେ ଯେ,  ରାଉରକେଲାର ଏକ ସ୍ବତନ୍ତ୍ର ପରିଚୟ ରହିଛି l ରାଉରକେଲା ବିକାଶ ଦିଗରେ ସରକାର 

ଅନେକ ଯୋଜନା କରିଛନ୍ତି l ରାଉରକେଲାରେ ଶିଳ୍ପ, ସ୍ବାସ୍ଥ୍ୟ, ଶିକ୍ଷା ଓ କ୍ରୀଡା କ୍ଷେତ୍ରରେ ବିକାଶ ହୋଇଛି l 

୨୦୨୩ ରେ ପୁରୁଷ ହକି ବିଶ୍ୱକପ୍, ହକି ପ୍ରୋଲିଗ, ହକି ଇଣ୍ଡିଆ ଲିଗ ରାଉରକେଲାରେ ସଫଳତା ର ସହିତ ଆୟୋଜନ ପରେ ରାଉରକେଲା କ୍ରୀଡା ହବ ହୋଇପାରିଛି l  ରାଉରକେଲାର ଖେଳାଳି ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ଦେଶର ପ୍ରତିନିଧିତ୍ୱ କରି ସୁନ୍ଦରଗଡ଼ ଜିଲ୍ଲା ସହିତ ରାଉରକେଲା ପାଇଁ ଗୌରବ ଆଣିଛନ୍ତି।  

ଏହା ବ୍ୟତୀତ ସେ କହିଥିଲେ ଯେ ରାଉରକେଲା 
ମହାନଗର ନିଗମର ପ୍ରୟାସରେ ସହରର ପରିମଳ ବ୍ୟବସ୍ଥା ସୁଦୂଢ ହୋଇ ପାରିଛି l ସହରରେ ସ୍ବଚ୍ଛତା ଦିଗରେ କରାଯାଉ ଥିବା ବିଭିନ୍ନ ପଦକ୍ଷେପ ଯୋଗୁଁ ଦେଶରେ ୧୫  ସ୍ବଛ ସହରରେ ସ୍ଥାନ ପାଇଛି l  ସେ ରାଉରକେଲାକୁ ଏକ ସ୍ବଚ୍ଛ ଓ ସୁନ୍ଦର ସହର ଗଠନ ଦିଗରେ ସମସ୍ତେ ସହଯୋଗ କରନ୍ତୁ ବୋଲି ଆହ୍ବାନ କରିଥିଲେ l  

ଏହା ସହିତ ସେ କହିଥିଲେ ଯେ ଗୁରୁବାର ହୋଇଥିବା ଲଗାଣ ବର୍ଷା ରାଉରକେଲା କୁ ବିଶେଷ ପ୍ରଭାବିତ କରିଥିଲା l ଏହିପରି ପ୍ରାକତିକ ବିପର୍ଯ୍ୟୟ ସମୟରେ  ରାଉରକେଲାବାସୀଙ୍କ ଧୌଯ୍ୟ ଓ ସହଯୋଗ ରେ ଖୁବ କମ ସମୟରେ ଏହାର ମୁକାବିଲା କରାଯାଇପାରି ଥିଲା l  ଏହି ସମୟରେ ପ୍ରଶାସନ ସହିତ ବିଭିନ୍ନ ସ୍ବେଛାସେବି ଅନୁଷ୍ଠାନ, ସାଧାରଣ ଜନତା, ସଫେଇ କର୍ମଚାରୀଙ୍କ ସହଯୋଗ ପ୍ରଶଂସନୀୟ l

ରିଜର୍ଭ ପୋଲିସର ସମିତ ସାମଲଙ୍କ ନେତୃତ୍ୱରେ ପ୍ୟାରେଡ ହୋଇଥିଲା। ପ୍ୟାରେଡ ରେ ୫୪ ଦଳ ଅଂଶଗ୍ରହଣ କରିଥିଲେ। ପ୍ୟାରେଡ ପରେ ପରେ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ ମଧ୍ଯ କରା ଯାଇଥିଲା।  ଏହି କାର୍ଯ୍ୟକ୍ରମରେ କ୍ରୀଡ଼ା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୯ ଜଣ କ୍ରୀଡ଼ା ପ୍ରତିଭାଙ୍କୁ ସମ୍ମାନିତ କରାଯାଇଥିଲା। ଏଥି ସହ ସ୍କୁଲ ଓ ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ ନେଇ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା।

ସମାରୋହରେ ରାଉରକେଲା ଆରକ୍ଷୀ ଅଧିକ୍ଷକ ନିତେଶ ୱାଧୱାନି, ଡିଏଫ ଓ ରାଉରକେଲା ରବିକାନ୍ତ ମୀନା,  ପାନପୋଷ ଉପଜିଲ୍ଲାପାଳ ଚନ୍ଦ୍ରକାନ୍ତ ମଲ୍ଲିକ, ଜିଲ୍ଲା ସୂଚନା ଲୋକ ସମ୍ପର୍କ ଅଧିକାରୀ ସୀମା ଫାତିମା ଏକ୍କା ପ୍ରମୁଖ ଉପସ୍ଥିତ ଥିଲେ।

ଏହି ଅବସରରେ ରାଉରକେଲା ମୁଖ୍ୟଜେଲର ଅନ୍ତେବାସୀ ଓ ରାଉରକେଲା ସରକାରୀ ଚିକିତ୍ସାଳୟର  ରୋଗୀମାନଙ୍କୁ ଫଳ ଓ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା। ସ୍ୱାଧୀନତା ଦିବସ କାର୍ଯ୍ୟକ୍ରମରେ ମହେନ୍ଦ୍ର ମିଶ୍ର ମଂଚ ପରିଚାଳନା କରିଥିଲେ।  କାଯ୍ୟକ୍ରମରେ ବିଭିନ୍ନ ବିଭାଗୀୟ ଅଧିକାରୀ ଓ ବହୁ ସଂଖ୍ଯା ରେ ଜନସାଧାରଣ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026

You Might Also Like