-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||     

HOME   ଜିଲ୍ଲା

ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ

16-Aug-2026



ସୁନ୍ଦରଗଡ଼(କାଞ୍ଚନପ୍ରଭା ନନ୍ଦ):  ସୁନ୍ଦରଗଡ଼ ସଦର ମହକୁମାଠାରେ ୮୦ତମ ସ୍ବାଧିନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ, ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ଯ୍ୟଟନ ବିଭାଗ ଶ୍ରୀମତୀ ପ୍ରଭାତୀ ପରିଡ଼ା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଜାତୀୟ ପତାକା ଉତ୍ତୋଳନ କରିଥିଲେ ଏବଂ ସମ୍ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିବା ସହିତ ଉପସ୍ଥିତ ଜନତାଙ୍କୁ ଉଦବୋଧନ ଦେଇଥିଲେ। 
    ଏହି ପବିତ୍ର ଦିବସ ଉପଲକ୍ଷେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ

ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କୁ ମୁକ୍ତି, ଅହିଂସା, ଶାନ୍ତି ଓ ସଦିଚ୍ଛା ର ମହାନ୍ ପର୍ବ ସ୍ୱାଧୀନତା ଦିବସ ଉପଲକ୍ଷେ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇବା ସହିତ ଦେଶ ର ମୁକ୍ତି ପାଇଁ ପ୍ରାଣ ବଳି ଦେଇଥିବା ଅଗଣିତ ସ୍ୱାଧୀନତା ସଂଗ୍ରାମୀ ତଥା ବିଶିଷ୍ଟ ଜାତୀୟବାଦୀ ନେତୃବୃନ୍ଦଙ୍କୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ।  ବିଶ୍ଵ ଇତିହାସରେ ଭାରତର ସ୍ଵାଧୀନତା ସଂଗ୍ରାମ ଏକ ଅନନ୍ୟ ଅଧ୍ୟାୟ।  ଭାରତବର୍ଷରୁ  ବ୍ରିଟିଶ ଶାସନର ଅନ୍ତ ଘଟାଇବା ପାଇଁ ସଂଗଠିତ ଆନ୍ଦୋଳନର ମୂଳଭିତ୍ତି ଥିଲା ଅହିଂସା, ସତ୍ୟାଗ୍ରହ, ଓ ଅସହଯୋଗ। ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଅଗଣିତ ଭାରତୀୟ ଜାତି, ବର୍ଣ୍ଣ , ଧର୍ମ ନିର୍ବିଶେଷରେ ସ୍ଵାଧୀନତା ଆନ୍ଦୋଳନରେ ସାମିଲ ହୋଇଥିଲେ। ଦେଶର ମୁକ୍ତି ପାଇଁ ପ୍ରାଣ ବଳି ସ୍ଵାଧୀନତା ସଂଗ୍ରାମୀ ତଥା ବିଶିଷ୍ଟ ନେତୃବୃନ୍ଦ ଯଥା ପଣ୍ଡିତ ଜବାହରଲାଲ ନେହେରୁ, ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ, ମୌଲାନା ଅବୁଲ କଲାମ ଆଜାଦଙ୍କ ସମେତ ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ସହିଦ ଭଗତ ସିଂ, ଚଦ୍ର ଶେଖର ଆଜାଦ ପ୍ରମୁଖଙ୍କ କୀର୍ତ୍ତି ଆଜି ଇତିହାସରେ ସ୍ୱର୍ଣାକ୍ଷରରେ ଲିପିବଦ୍ଧ ରହିଛି। ସେହିଭଳି ଭାବେ ସ୍ଵାଧୀନତା ସଂଗ୍ରାମରେ ସୁନ୍ଦରଗଡ଼ ମାଟିର  ଅବଦାନ ଅତୁଳନୀୟ। ଭଗବାନ ବିର୍ସା ମୁଣ୍ଡାଙ୍କ ନେତୃତ୍ୱରେ ଇଂରେଜ ମାନଙ୍କ ବିରୋଧରେ ସଂଗ୍ରାମରେ ଅଗଣିତ ବୀର ସନ୍ତାନ ମାନେ ନିଜ ଜୀବନକୁ ବାଜି ଲଗେଇ ଆଗେଇ ଆସିଥିଲେ। ନିର୍ମଳ ମୁଣ୍ଡା, ଜଗନ୍ ତନ୍ତୀ, ବଳଭଦ୍ର ତନ୍ତୀ, ଦ୍ବାରିକା ନାଥ କୁସୁମ, ଓକିଲ ଧନଞ୍ଜୟ ମହାନ୍ତି, ଚିରଞ୍ଜିଲାଲ ଶର୍ମା, ଅଭିରାମ ପ୍ରସାଦ ବର୍ମା, ଗଙ୍ଗା ସିଂ, ଫତେ ଚାନ୍ଦ ଭଳି ଅନେକ ପ୍ରମୁଖ ବୀର ସନ୍ତାନ ମାନେ ଇଂରେଜ ବିରୋଧୀ ଆନ୍ଦୋଳନକୁ ଆହୁରି ବ୍ୟାପକ କରିଥିଲେ । ସେହିଭଳି ମାନ୍ୟବରଉ ପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ନିଜ ବକ୍ତବ୍ୟରେ କହିଥିଲେ, ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଦୂରଦର୍ଶୀ ନେତୃତ୍ୱରେ ପରିଚାଳିତ ସରକାର ରାଜ୍ୟକୁ ବିକଶିତ କରିବାରେ ନିରନ୍ତର ପ୍ରୟାସ ଜାରି ରଖିଛି। ସେ ସ୍ବାସ୍ଥ୍ୟ କ୍ଷେତ୍ର ହେଉ କି କୃଷି, ଶିକ୍ଷା କ୍ଷେତ୍ର, ଶିଳ୍ପ କ୍ଷେତ୍ର, ମହିଳା ସଶକ୍ତିକରଣ, ଯୁବ ସଶକ୍ତିକରଣ,ଜନଜାତିଙ୍କ ବିକାଶ,ଗ୍ରାମ ଓ ସହର ଗୁଡ଼ିକ ବିକାଶ, ଅତ୍ୟାଧୁନିକ ପରିବହନ ବ୍ୟବସ୍ଥା, କଳା, ସଂସ୍କୃତି, ଐତିହ୍ୟର ବିକାଶ ଏବଂ ସଂରକ୍ଷଣ ଭଳି ପ୍ରତ୍ୟେକ କ୍ଷେତ୍ରରେ ସାମଗ୍ରିକ ବିକାଶ ଦିଗରେ ଓଡ଼ିଶା ଆଗଭର ହେଉଅଛି। ଓଡ଼ିଶାର ସାମଗ୍ରିକ ଉନ୍ନତି ଦାୟିତ୍ଵ ଆମ ସମସ୍ତଙ୍କର। ଓଡ଼ିଶା କୁ ଦେଶ ର ଅଗ୍ରଣୀ ରାଜ୍ୟ ଭାବେ ଗଢିତୋଳିବା ପାଇଁ ଏହି ପବିତ୍ର ଦିବସରେ ଆମେ ସଂକଳ୍ପ ନେବା। 

      ଏହି ପବିତ୍ର ଦିବସ ଅବସରରେ ବିଭିନ୍ନ ବିଦ୍ୟାଳୟ ଏବଂ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନଂକ ଦ୍ଵାରା ପ୍ୟାରେଡ ଅନୁଷ୍ଠିତ ହୋଇଥିଲା। ସମ୍ମିଳିତ ପ୍ୟାରେଡ ରେ ଶ୍ରେଷ୍ଠ ବିବେଚିତ ଦଳ ଗୁଡ଼ିକୁ ପୁରସ୍କୃତ କରାଯାଇଥିଲା। ସେହିଭଳି ସ୍ଵାଧୀନତା ଦିବସ ଉପଲକ୍ଷେ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ କୃତି ପ୍ରତିଯୋଗୀ ଏବଂ ଚଳିତ ମାଟ୍ରିକ ପରୀକ୍ଷାରେ ଟପ୍ପର ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।  ପରେ ପରେ ସାର୍ଥକ ସ୍କୁଲ, ଆସ୍ଥା ଗୃହ, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏବାଇମ୍ ଜିଲ୍ଲା କାରାଗାର ଠାରେ ମୁଖ୍ୟ ଅତିଥିଙ୍କ ଦ୍ଵାରା ଫଳ ଓ ମିଷ୍ଠାନ ବଣ୍ଟନ କରାଯାଇଥିଲା। ସେହିଭଳି ସନ୍ଧ୍ୟାରେ ସଂସ୍କୃତି ଭବନ ଠାରେ ଦେଶତ୍ମୋବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। 
ଏହି ସମସ୍ତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଡ଼ା. ଶୁଭଙ୍କର ମହାପାତ୍ର, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ଅମ୍ରିତ ପାଲ କୌର, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁରଜ ପଟ୍ଟନାୟକ, ଅତିରିକ୍ତ ଜିଲ୍ଲାପାଳ

(ରାଜସ୍ବ) ଶ୍ରୀ ଅଭିମନ୍ୟୁ ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ସୁରଞ୍ଜନ ସାହୁ, ସଦର ଉପଜିଲ୍ଲାପାଳ ସୁଶ୍ରୀ ତେଜସ୍ଵିନୀ ବେହେରା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ନନ୍ଦିନୀ ମୁଣ୍ଡାରୀ ଏବଂ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ  ଉପସ୍ଥିତ ଥିଲେ। 
    ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ସକାଳେ ଜିଲ୍ଲା ସୂଚନା ଓ ଲୋକସଂପର୍କ କାର୍ଯ୍ୟାଳୟ ପକ୍ଷରୁ ଡ଼ାକବାଜି ଯନ୍ତ୍ର ମାଧ୍ୟମରେ ରାମଧୂନ୍ ପରିବେଷଣ କରାଯାଇଥିଲା। ସେହିଭଳି ସହର ମଧ୍ୟରେ ଥିବା ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା ଏବଂ ଜିଲ୍ଲା କାର୍ଯ୍ୟାଳୟ ଠାରେ  ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ଜିଲ୍ଲା ସ୍ତରୀୟ ଅଧିକାରୀ ଏବଂ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ କର୍ମଚାରୀମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026

You Might Also Like