-+91-9937148622 |
prerana_bgr@rediffmail.com |
Monday 17th August 2026 |
R.N.I. Regd No. ODIODI/2010/46693
Breaking News
17-Aug-2026
ରାଉରକେଲା(କାଞ୍ଚନ ପ୍ରଭା ନନ୍ଦ): ବିଶ୍ରା ବ୍ଲକ କାର୍ଯ୍ୟାଳୟ ପରିସର ସ୍ଥିତ ପଂଚାୟତ ସମିତି ସଭାକକ୍ଷ ରେ ଆଜି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଡାକ୍ତର ଶୁଭଙ୍କର ମହାପାତ୍ର ଓ ରାଉରକେଲା ଆରକ୍ଷୀ ଅଧିକ୍ଷକ ନୀତେଶ ୱାଧୱାନୀ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ।
ଆଜି ମୋଟ ୬୬ ଗୋଟି ଅଭିଯୋଗର ଶୁଣାଣୀ ହୋଇଥିଲା l ସେଥି ମଧ୍ୟରୁ। ୩୬ ଟି ବ୍ୟକ୍ତିଗତ ଅଭିଯୋଗ ରହିଥିବା ବେଳେ ୨୪ ଟି ସାମୁହିକ ଅଭିଯୋଗ ରହିଥିଲା। ଏହା ବ୍ୟତୀତ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆଥିିକ ସହାୟତା ପାଇଁ ୪ ଜଣ ବ୍ୟକ୍ତି ଓ ରେଡକ୍ରସ ସହାୟତା ପାଇଁ ୨ ଜଣ ଆବେଦନ କରିଥିଲେ ।
ଏଥି ମଧ୍ୟରୁ ୬ ଗୋଟି ଅଭିଯୋଗ ର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। l ଆଜି ଆସିଥିବା ଅଭିଯୋଗ ଗୁଡ଼ିକ ମଧ୍ୟରୁ ମୁଖ୍ୟତଃ ରାସ୍ତା ଘାଟ ସମସ୍ୟା, ପେନସନ, ବିଦ୍ୟୁତ୍ ସମସ୍ୟା, ରାସନ୍ କାର୍ଡ ସମସ୍ୟା, ପାନୀୟ ଜଳ ସମସ୍ୟା ଆଦି ପ୍ରମୁଖ
ରହିଥିଲା।
ଆଜିର ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ରେ ଡିଏଫଓ ରବିକାନ୍ତ ମୀ ନା ସହିତ ବିଶ୍ର। ଗୋଷ୍ଠୀ ଉନ୍ନୟନ ଅଧିକାରୀ ସମେତ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ l