-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||     

HOME   ଜିଲ୍ଲା

ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା

19-Aug-2026



 

 

ସମ୍ବଲପୁର ,ନାକଟିଦେଉଳ:-(ସଂଜୀବ ପାଣିଗ୍ରାହୀ )ଦୃଢ଼ ଇଚ୍ଛାଶକ୍ତି, କର୍ତ୍ତବ୍ୟନିଷ୍ଠା ଓ ନିଷ୍ଠାପର ସେବା ମଣିଷକୁ ସଫଳତାର ଶିଖରରେ ପହଞ୍ଚାଇପାରେ—ଏହାର ଏକ ଉଜ୍ଜ୍ୱଳ ଉଦାହରଣ ପାଲଟିଛନ୍ତି ନାକଟିଦେଉଳ ମାଟିର ଝିଅ କୁମୁଦିନୀ ମାଝୀ (ଦିପା)। ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ ଅନ୍ତର୍ଗତ ଜାମୁଯୋରି ଗ୍ରାମର ଏହି ଯୁବତୀ କଟକସ୍ଥିତ ସିଆଇଡି କ୍ରାଇମବ୍ରାଞ୍ଚର ସିଏଡବ୍ଲ୍ୟୁ ବିଭାଗରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥାଇ ନିଜର ଉଲ୍ଲେଖନୀୟ ସେବା ପାଇଁ ଡିଜିପି ଡିସ୍କ ସମ୍ମାନ ହାସଲ କରିଛନ୍ତି।

 

ଜାମୁଯୋରି ଗ୍ରାମର ବରୁଣ ମାଝୀ ଓ ଲଛମା ମାଝୀଙ୍କ ଝିଅ କୁମୁଦିନୀଙ୍କ ଏହି ସଫଳତା ନାକଟିଦେଉଳ ସମେତ ସମଗ୍ର ସମ୍ବଲପୁର ଜିଲ୍ଲା ପାଇଁ ଗୌରବର ବିଷୟ ପାଲଟିଛି। ଏକ ସାଧାରଣ ପରିବାରରୁ ଆସି ନିଜ କର୍ତ୍ତବ୍ୟ ପ୍ରତି ନିଷ୍ଠା ଓ କାର୍ଯ୍ୟଦକ୍ଷତା ବଳରେ ରାଜ୍ୟ ପୁଲିସ ବିଭାଗର ଏହି ସମ୍ମାନଜନକ ସ୍ୱୀକୃତି ହାସଲ କରିବା ତାଙ୍କ ପରିବାର ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଆନନ୍ଦର ଲହରୀ ଖେଳାଇଛି।

 

ଚଳିତ ବର୍ଷ କର୍ତ୍ତବ୍ୟନିଷ୍ଠା, ଉଲ୍ଲେଖନୀୟ ସେବା ଓ କାର୍ଯ୍ୟଦକ୍ଷତା ପାଇଁ ରାଜ୍ୟର ମୋଟ ୫୫ ଜଣ ପୁଲିସ ଅଧିକାରୀ ଓ କର୍ମଚାରୀଙ୍କୁ ଡିଜିପି ଡିସ୍କରେ ସମ୍ମାନିତ କରାଯାଇଛି। ପୁଲିସ ଭବନରେ ଆୟୋଜିତ ସ୍ୱତନ୍ତ୍ର ସମାରୋହରେ ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ୱାଇ. ବି. ଖୁରାନିଆ ସମ୍ମାନିତ ପୁଲିସ ଅଧିକାରୀ ଓ କର୍ମଚାରୀଙ୍କୁ ପଦକ ଏବଂ ମାନପତ୍ର ପ୍ରଦାନ କରିଥିଲେ।

 

ଏହି ସମ୍ମାନ ତାଲିକାରେ ୧୨ ଜଣ ଆଇପିଏସ୍‌ ଅଧିକାରୀ, ୩ ଜଣ ଅତିରିକ୍ତ ଏସ୍‌ପି, ୨ ଜଣ ଡେପୁଟି କମାଣ୍ଡାଣ୍ଟ, ୩ ଜଣ ଡିଏସ୍‌ପି, ଜଣେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ, ୮ ଜଣ ଇନ୍ସପେକ୍ଟର, ୪ ଜଣ ସବ୍‌ଇନ୍ସପେକ୍ଟର, ୪ ଜଣ ଆସିଷ୍ଟାଣ୍ଟ ସବ୍‌ଇନ୍ସପେକ୍ଟର, ୫ ଜଣ ହାବିଲଦାର, ଜଣେ ଡ୍ରାଇଭର ଏବଂ ୧୩ ଜଣ କନଷ୍ଟେବଳ/ଓଏପିଏଫ୍‌/ସିପାହୀ ସାମିଲ ଅଛନ୍ତି।

 

୯୧ତମ ପୁଲିସ ପ୍ରତିଷ୍ଠା ଦିବସ ଅବସରରେ ମଧ୍ୟ କୁମୁଦିନୀ ମାଝୀଙ୍କୁ ଡିଜିପି ଡିସ୍କ ସମ୍ମାନରେ ସମ୍ମାନିତ କରାଯାଇଥିବା ଜଣାପଡ଼ିଛି। ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ ଏବଂ ପୁଲିସ କମିଶନର ସୁରେଶ ଦେବଦତ୍ତ ସିଂହଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସମ୍ମାନ ପ୍ରଦାନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।

 

ଏହାସହ ସ୍ୱାଧୀନତା ଦିବସ ଅବସରରେ କଟକ ପୁଲିସ ମୁଖ୍ୟାଳୟର ସମ୍ମିଳନୀ କକ୍ଷରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସିଆଇଡି କ୍ରାଇମବ୍ରାଞ୍ଚ ଇନ୍ସପେକ୍ଟର ତପନ କୁମାର ନାୟକ ପୁଷ୍ପମାଲ୍ୟ, ଉତ୍ତରୀୟ ଓ ମାନପତ୍ର ପ୍ରଦାନ କରି କୁମୁଦିନୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ।

 

ନାକଟିଦେଉଳର ଏକ ସାଧାରଣ ପରିବାରରୁ ଉଠିଆସି ରାଜ୍ୟ ପୁଲିସ ବିଭାଗରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା କୁମୁଦିନୀ ଆଜି ଅଞ୍ଚଳର ଅନେକ ଯୁବତୀଙ୍କ ପାଇଁ ପ୍ରେରଣା ପାଲଟିଛନ୍ତି। ତାଙ୍କ ଏହି ସଫଳତାରେ ପରିବାର, ସମ୍ପର୍କୀୟ, ସହକର୍ମୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଖୁସି ପ୍ରକାଶ ପାଇଛି। କୁମୁଦିନୀଙ୍କ ଏହି ସଫଳତା ନାକଟିଦେଉଳ ମାଟି ସହ ସମଗ୍ର ସମ୍ବଲପୁର ଜିଲ୍ଲାର ଗର୍ବ ଓ ଗୌରବକୁ ଆହୁରି ବଢ଼ାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026

You Might Also Like