-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ

21-Aug-2026



ଦାଇତ୍ୱ ଥିବା କର୍ମଚାରୀ ଙ୍କ ବିରୋଧ କାର୍ଯ୍ୟାନୁଷ୍ଠାନ ଦାବି 

କଣ୍ଟାବାଞ୍ଜି(ମୋହନ ସୁନା): ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ରେ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ୮୦ ତମ ସ୍ବାଧୀନତା ଦିବସ ପାଳନ କରାଯାଇଥିବା ବେଳେ ଦାଇତ୍ୱ ଥିବା ସରକାରୀ କର୍ମଚାରୀ ଙ୍କ କାର୍ଯ୍ୟ ଅବହେଳା ଯୋଗୁଁ 
ଏହାକୁ ନେଇ ବିବାଦ ସୃଷ୍ଟି ହୋଇଛି। ଶୁକ୍ରବାର କଣ୍ଟାବାଞ୍ଜି ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ ସଭାପତି ଅନିଲ୍ ବିଭାର ଙ୍କ ନେତୃତ୍ବରେ କମିଟି ସଦସ୍ୟମାନେ ଏକତ୍ରିତ ହୋଇ କଣ୍ଟାବାଞ୍ଜି ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟ କୁ ୪ ଦଫା ଦାବିପତ୍ର ପ୍ରଦାନ କରିଛନ୍ତି। ଦାବିପତ୍ର ଉଲ୍ଲେଖ ଯେ ଗତ କିଛି ଦିନ ତଳେ ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ୮୦ ତମ ସ୍ବାଧୀନତା ଦିବସ ପାଳନ କରାଯାଇଥିବା ବେଳେ ସହର ର ବିଭିନ୍ନ ବାଳିକା ବିଦ୍ୟାଳୟ ଏବଂ ଥାନା ଛକ ଠାରେ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସରକାରୀ ରାଜକୋଷରୁ ଖର୍ଚ୍ଚ କରି ସ୍ବାଧୀନତା ଦିବସ ର ଶୁଭେଚ୍ଛା ହୋଡିଙ୍ଗ ଲଗାଯାଇଥିଲା। ଲାଗିଥିବା ହୋଡିଙ୍ଗ ରେ ଅନେକ ସ୍ଵାଧୀନତା ସଂଗ୍ରାମୀ ଙ୍କ ଫଟୋ ଚିତ୍ର ରହିଥିବା ବେଳେ ଭାରତର ସମ୍ବିଧାନ ପ୍ରଣେତା ଡକ୍ଟର ବି.ଆର୍. ଆମ୍ବେଦକର ଫଟୋ ଚିତ୍ର ନ ରହିଥିବା ଘୋର୍ ଅପମାନ ଅଟେ। ଡକ୍ଟର ବି.ଆର୍. ଆମ୍ବେଦକର କେବଳ ଜଣେ ସ୍ବାଧୀନତା ସଂଗ୍ରାମୀ ନୁହନ୍ତି, ସେ ହେଉଛନ୍ତି ଭାରତର ସମ୍ବିଧାନର ମୁଖ୍ୟ ରଚୟିତା। ତାଙ୍କ ଦେଇଥିବା ସମ୍ବିଧାନ ଆଧାରରେ ହିଁ ଆଜି ଆମେ ସ୍ବାଧୀନ ଭାରତରେ ବଞ୍ଚୁଛୁ। ସ୍ବାଧୀନତା ଦିବସର ସରକାରୀ ହୋଡିଙ୍ଗରୁ ତାଙ୍କୁ ବାଦ୍ ଦେବା ଅର୍ଥ ସମ୍ବିଧାନ ଓ ସାମାଜିକ ନ୍ୟାୟର ଅପମାନ କରାଯାଇଛି। ଯେଉଁ ସମ୍ବିଧାନ ଆମକୁ ସ୍ବାଧୀନତାର ଅର୍ଥ ବୁଝାଇଲା, ତାର ମୁଖ୍ୟ ଶିଳ୍ପୀଙ୍କୁ ଭୁଲିବା କୌଣସି ଭାବେ ଗ୍ରହଣୀୟ ନୁହେଁ। ୧-ସ୍ବାଧୀନତା ଦିବସ ର ସରକାରୀ ଶୁଭେଚ୍ଛା ହୋଡିଙ୍ଗ ରେ ଡକ୍ଟର ବି.ଆର୍. ଆମ୍ବେଦକର ଙ୍କ ଫଟୋ ଚିତ୍ର ନ ଲଗାଇ ଅପମାନ କରାଯାଇଛି। ତେଣୁ ଦାଇତ୍ୱ ଥିବା କର୍ମଚାରୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ଆମ୍ବେଦକର ଙ୍କୁ ଅପମାନ କରିଥିବାରୁ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ପଷ୍ଟୀକରଣ ରଖାଯାଉ।୨- କଣ୍ଟାବାଞ୍ଜି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ୮୦ତମ ସ୍ବାଧୀନତା ଦିବସ ରେଲୱେ ଖେଳ ପଡିଆ ଠାରେ ପାଳନ କରାଯାଇଥିବା ବେଳେ ସେଠାରେ ଲାଗିଥିବା ତ୍ରିରଙ୍ଗା ପତାକା ର ବେନର ରଙ୍ଗ କୁ ବଦଳାଇ ଅସମ୍ମାନ କରାଯାଇଛି। ତେଣୁ ଜାତୀୟ ରଙ୍ଗ କୁ ବଦଳାଇ ଅସମ୍ମାନ କରିଥିବା ଦାଇତ୍ୱ ଥିବା କର୍ମଚାରୀ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ। ୩- କଣ୍ଟାବାଞ୍ଜି ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟ କୁ ଲାଗି କି ରହିଥିବା ଡକ୍ଟର ବି.ଆର୍. ଆମ୍ବେଦକର ଙ୍କ ପ୍ରତିମୂର୍ତ୍ତି ରହିଥିବା ବେଳେ ତାହା ମଧ୍ୟ ଅବହେଳିତ ରହିଛି ଯାଇଛି ତେଣୁ ତୁରନ୍ତ ମୂର୍ତ୍ତି ରକ୍ଷଣବେକ୍ଷଣ କରାଯାଉ‌ ନଚେତ ନୂଆ ପ୍ରତିମୂର୍ତ୍ତି ସ୍ଥାପନ କରାଯାଉ। ୪- କଣ୍ଟାବାଞ୍ଜି ସହରରେ ଥିବା ସମସ୍ତ ସ୍ବାଧିନତା ସଂଗ୍ରାମୀ ମାନଙ୍କ ପ୍ରତିମୂର୍ତ୍ତି କୁ ଠିକ୍ ଭାବେ ରକ୍ଷଣବେକ୍ଷଣ କରିବା ସହ କଣ୍ଟାବାଞ୍ଜି ର ଇନ୍ଦିରା ଛକ ଠାରେ ଇନ୍ଦିରା ଗାନ୍ଧୀ ଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରିବାକୁ ଦାବି କରାଯାଇଛି। ଯଦି ଦାବିଗୁଡିକ ଉପରେ ପ୍ରଶାସନ ୧୫ ଦିନ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କଲେ କମିଟି ପକ୍ଷରୁ କଣ୍ଟାବାଞ୍ଜି ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟ ଘେରାଉ କରାଯିବ ବୋଲି ଖୋଲା ଚେତାବନୀ ଦିଆଯାଇଛି। ଏହାର ଏକକିତା ନକଳ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ଓଡ଼ିଶା ସରକାର, ବଲାଙ୍ଗୀର ଜିଲ୍ଲାପାଳ,ମୁଖ୍ୟ ଶାସନ ସଚିବ,,ନଗରପାଳ ବିଜ୍ଞାପିତ ଅଞ୍ଚଳ ପରିଷଦ କଣ୍ଟାବାଞ୍ଜି,ପ୍ରକଳ୍ପ ନିର୍ଦ୍ଦେଶକ ଡୁଡା ବଲାଙ୍ଗୀର ଜିଲ୍ଲା, ଗୃହ ଓ ନଗର ଉନ୍ନୟନ ବିଭାଗ ଓଡ଼ିଶା ସରକାର ମଧ୍ୟ ପ୍ରଦାନ କରାଯାଇଛି। ଦାବିପତ୍ର ପ୍ରଦାନ କରିବା ସମୟରେ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ସମ୍ପାଦକ ରୋହନ କୁମାର ମହତ,ଉପ ସଭାପତି ତୁଳସୀ ରାମ ଜଗତ, ସଦସ୍ୟ ଅନିଲ୍ ମିପକା,ମୋହନ ସୁନା,ରେସବ ମାହାନନ୍ଦ, ଜିତେନ୍ଦ୍ର ସୁନା, ସୋଭରାଜ ସିଂ ମାଝି,ପ୍ରେମ ମହତ,ଅଜୟ ତାଣ୍ଡି, ଗୋକୁଳ ସୁତନାମୀ, ସହ ଅନ୍ୟ ମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026
  ଜିଲ୍ଲା  
ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ   21-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026

You Might Also Like