-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||     

HOME   ଜିଲ୍ଲା

ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ

03-Sep-2026



ଭୁବନେଶ୍ୱର(ମୁରଲୀଧର ମିଶ୍ର): ରାଜ୍ୟ ଯୋଗାଣ ନିଗମର ୪୭ତମ ପ୍ରତିଷ୍ଠା ଦିବସ ଆଜି ନିଗମ ପରିସରରେ ପାଳିତ ହୋଇଯାଇଛି । ୧୯୮୦ ମସିହାରେ ପ୍ରତିଷ୍ଠା ହୋଇଥିବା ଏହି ନଗମ ଏହାର ଯାତ୍ରା ବଜାୟ ରଖିଛି । କୃଷକ ଓ ସରକାରଙ୍କ ମଧ୍ୟରେ ଏକ ସେତୁ ଭାବେ କାର୍ଯ୍ୟ କରି ଅନେକ ପ୍ରଶଂସା ମଧ୍ୟ ସାଉଁଟିଛି । ଆଜି ଅନୁଷ୍ଠିତ ଏହି ପ୍ରତିଷ୍ଠା ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ନିଗମର କାର୍ଯ୍ୟଧାରାର ଭୂୟସୀ ପ୍ରଶଂସା କରିଥିଲେ । ଚାଷୀମାନଙ୍କ ଧାନ ସଂଗ୍ରହଠାରୁ ଆରମ୍ଭ କରି ସେମାନଙ୍କ ପ୍ରାପ୍ୟ ପ୍ରଦାନରେ ତ୍ୱରିତ ପଦକ୍ଷେପ ଗ୍ରହଣ କରିଛି । ଖାଦ୍ୟ ସୁରକ୍ଷା ଯୋଜନା ଅନ୍ତର୍ଗତ ହିତାଧିକାରୀମାନଙ୍କୁ ଠିକଣା ସମୟରେ ରାସନ ସାମଗ୍ରୀ ପ୍ରଦାନ କରିବାରେ ସଫଳ ହୋଇଛି ବୋଲି ମନ୍ତ୍ରୀ ଶ୍ରୀ ପାତ୍ର ପ୍ରକାଶ କରିଥିଲେ । 

ଏହି କାର୍ଯ୍ୟକ୍ରମରେ ନିଗମର ପରିଚାଳନା ନିର୍ଦ୍ଦେଶକ ଶ୍ରୀ କେ. ସୁଦର୍ଶନ ଚକ୍ରବର୍ତ୍ତୀ କହିଲେ ଯେ ଚାଷୀମାନଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ନିଗମ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି । ଆଧାର ଆଧାରିତ ପଞ୍ଜିକରଣଠାରୁ ଆରମ୍ଭ କରି ଠିକଣା ସମୟରେ ଧାନ ସଂଗ୍ରହ ଓ ଦେଶରେ ପ୍ରମୁଖ ରାଜ୍ୟ ଭାବେ ଧାନକିଣାର ୪୮ ଘଣ୍ଟା ମଧ୍ୟରେ ଚାଷୀମାନଙ୍କୁ ସେମାନଙ୍କ ପ୍ରାପ୍ୟ ପ୍ରଦାନ କରି ଉଦାହରଣ ସୃଷ୍ଟି କରିଛି ବୋଲି ସେ ଉଲ୍ଲେଖ କରିଛନ୍ତି ।

ସେହିଭଳି ଭାରତୀୟ ଖାଦ୍ୟ ନିଗମର ସାଧାରଣ ପରିଚାଳକ ଶ୍ରୀ ନିହାର ରଞ୍ଜନ ପ୍ରଧାନ ଓ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଅତିରିକ୍ତ ଶାସନ ସଚିବ ଶ୍ରୀ ଶ୍ରୀକାନ୍ତ ବେହୁରା ପ୍ରମୁଖ ନିଗମର କାର୍ଯ୍ୟଧାରା ଉପରେ ଆଲୋକପାତ କରିଥିଲେ । 

ଏହି ଅବସରରେ ବିଭାଗୀର ମାସିକ ସଂକ୍ଷିପ୍ତ ପୁସ୍ତିକା ‘ଯୋଗାଣ ଦର୍ପଣ’ ଉନ୍ମୋଚନ କରାଯାଇଥିବାବେଳେ ଗତ ବର୍ଷକ ମଧ୍ୟରେ ନିଗମରୁ ଅବସର ଗ୍ରହଣ କରିଥିବା ଅଧିକାରୀ ଓ କର୍ମଚାରୀମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । 
ନିଗମର ଅର୍ଥ ସାଧାରଣ ପରିଚାଳକ ଶ୍ରୀ ବିବେକାନନ୍ଦ ଦାସ ବାର୍ଷିକ ବିବରଣୀ ପାଠ କରିଥିବାବେଳେ ସାଧାରଣ ପରିଚାଳକ ଶ୍ରୀ ପ୍ରଭାତ କୁମାର ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ । ନିଗମ ପକ୍ଷରୁ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଅଧିକାରୀ ଓ କର୍ମଚାରୀମାନେ ଉପଭୋଗ କରିଥିଲେ । 

ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ  ସାଧାରଣ ପରିଚାଳକ ଶ୍ରୀମତୀ ଏଲୋରା ସାମଲ, ପ୍ରଣତି ପ୍ରିୟଦର୍ଶିନୀ, ବିତ୍ତ ପରାମର୍ଶଦାତା ଶ୍ରୀ ଦେବରାଜ ମଣ୍ଡଳଙ୍କ ସମେତ ବିଭାଗୀୟ ଅଧିକାରୀ ଓ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026
  ରାଜ୍ୟ  
୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   03-Sep-2026
  ଜିଲ୍ଲା  
ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   03-Sep-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   03-Sep-2026
  ରାଜ୍ୟ  
ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା   03-Sep-2026
  ଜିଲ୍ଲା  
ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   03-Sep-2026
  ଜିଲ୍ଲା  
ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ   02-Sep-2026
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026

You Might Also Like