-+91-9937148622 |

prerana_bgr@rediffmail.com |

  Tuesday 20th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||     

HOME   ଜିଲ୍ଲା

ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ

04-Sep-2026



ତୁଷୁରା(ପ୍ରେରଣା ଖବର): ସମ୍ବାଦ ସାହିତ୍ୟ ଘର, ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ କଲେଜ ପରିସରରେ ମହାସମାରୋହରେ ସଭାପତି ଶ୍ୟାମ ସୁନ୍ଦର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି। ସଂପାଦକ ଆଶୁକବି ଡଃ ହେମନ୍ତ କୁମାର ଦାଶ ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିଲେ। ଏଥିରେ ଓଡ଼ିଶାର ଜଣେ ବିଶିଷ୍ଟ ସାହିତ୍ୟିକ, ପ୍ରବୀଣ ସ୍ତମ୍ଭକାର ତଥା ଅଦ୍ୱିତୀୟ ବାଗ୍ମୀ ତୁଳସୀ ଜୈନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଗଙ୍ଗାଧରଙ୍କ

କାଳଜୟୀ ସାହିତ୍ୟ ଉପରେ ଆଲୋକପାତ କରିଥିଲେ। ବିଶିଷ୍ଟ ଅତିଥି ଭାବେ ବିଶିଷ୍ଟ ସାହିତ୍ୟିକ ତଥା ଶିକ୍ଷାବିତ୍ ସଚ୍ଚିଦାନନ୍ଦ ପଟ୍ଟନାୟକ ଯୋଗ ଦେଇଥିଲେ। ମୁଖ୍ୟବକ୍ତା ଭାବେ ଗଙ୍ଗାଧରୀୟ ସାହିତ୍ୟର ଜଣେ ପ୍ରମୁଖ ବକ୍ତା ଅଧ୍ୟାପକ ଡଃ ଲକ୍ଷ୍ମଣ କୁମାର ମେହେର ଯୋଗ ଦେଇ  ଗଙ୍ଗାଧରଙ୍କ ବ୍ୟକ୍ତିତ୍ଵ ଓ ସାହିତ୍ୟ ଉପରେ ଆଲୋକପାତ କରି ଉପସ୍ଥିତ ଶ୍ରୋତାଙ୍କୁ ମନ୍ତ୍ରମୁଗ୍ଧ କରି ଦେଇଥିଲେ। ସମ୍ମାନିତ ଅତିଥି ଭାବେ ବିଶିଷ୍ଟ କବି, ଶ୍ରେଷ୍ଠ କଳାକାର ତଥା ବରିଷ୍ଠ ଶିକ୍ଷାବିତ୍ ଡଃ ସୁଧାଂଶୁ ଭୂଷଣ ମେହେର ଯୋଗ ଦେଇ ମେହେର କବିଙ୍କ ତପସ୍ଵିନୀ କାବ୍ୟ ଉପରେ ଆଲୋଚନା କରିଥିଲେ। ଅନ୍ଯତମ ସମ୍ମାନିତ ଅତିଥି ଭାବେ ବିଶିଷ୍ଟ କଣ୍ଠଶିଳ୍ପୀ ସୁଧାକର ପ୍ରଧାନ ଓ ସମ୍ବାଦ ପ୍ରତିନିଧି ଅରବିନ୍ଦ ବିଶ୍ଵାଲ ଯୋଗ ଦେଇଥିଲେ। ଅଧ୍ଯାପକ ତଥା ଆକାଶବାଣୀ ବଲାଙ୍ଗିରର ଉଦ୍ଘୋଷକ ରବୀନ୍ଦ୍ର ମହାକୁର ସଭା ସଞ୍ଚାଳନ କରିଥିଲେ ଓ କଲେଜର ପରିଚାଳନା ନିର୍ଦ୍ଦେଶକ ସଞ୍ଜୀବ କୁମାର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ କଲେଜ ପରିସରରେ ଅତିଥିଙ୍କ ଦ୍ବାରା ବୃକ୍ଷ ରୋପଣ କରା ଯାଇଥିଲା। ସଭା ପ୍ରାରମ୍ଭରେ ଛାତ୍ରୀମାନେ ସ୍ବାଗତ ସଂଗୀତ ପରିବେଷଣ କରିଥିବା ବେଳେ ଶେଷରେ ଅଧ୍ୟାପିକାମାନେ ସମାପନୀ ସଂଗୀତ ପରିବେଷଣ କରିଥିଲେ। ମୁଖ୍ୟବକ୍ତା ଡଃ ମେହେରଙ୍କୁ ସାହିତ୍ୟ ଘର ପକ୍ଷରୁ ମାନପତ୍ର, ଉପଢୌକନ ଓ ପୁଷ୍ପଗୁଚ୍ଛ ପ୍ରଦାନ କରି ଉଛ୍ବସିତ ସମ୍ବର୍ଦ୍ଧନା

ଦିଆ ଯାଇଥିଲା। ଏଥିରେ ସମ୍ବାଦ ସାହିତ୍ୟ ଘରର ସଦସ୍ୟ ସୁଧାକର ପ୍ରଧାନ(ଖ), ସନ୍ତୋଷ କୁମାର ବେହେରା, ଦେବାଶିଷ ମହାପାତ୍ର, ଅବନୀ ସାହୁ, ନରସିଂହ ମେହେର, ଯୁଗଳ କିଶୋର ସାହୁ, ସତ୍ୟବାଦୀ ସରାଫ ତଥା ସଦସ୍ୟା ହୀରାବତୀ ସାହୁ, କନକଲତା ପଣ୍ଡା, ବବିତା ନାୟକ ଓ ତୃପ୍ତିମୟୀ ତ୍ରିପାଠୀ ପ୍ରମୁଖ ଯୋଗ ଦେଇଥିଲେ। କଲେଜର ଅଧ୍ଯାପକ, ଅଧ୍ଯାପିକା ଓ କର୍ମଚାରୀ ବୃନ୍ଦ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026

You Might Also Like