-+91-9937148622 |

prerana_bgr@rediffmail.com |

  Wednesday 21st October 2026 |

| | | |

R.N.I. Regd No. ODIODI/2010/46693

Breaking News

ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||     

HOME   ରାଜ୍ୟ

ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା

05-Sep-2026



କାଲିମେଳା(ସନ୍ତୋଷ କୁମାର ପଣ୍ଡା): ଗୁରୁ ଦିବସ ଅବସରରେ ମାଲକାନଗିରି ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ‘ଗୁରୁ ସମ୍ମାନ-୨୦୨୬’ କାର୍ଯ୍ୟକ୍ରମ କାଲିମେଳା ବ୍ଲକର ଭୈରବୀ ୟୁଥ୍‌ କ୍ଲବ୍‌ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଂଘର କାଲିମେଳା ଓ ପଡ଼ିଆ ବ୍ଲକ ଶାଖାର ମିଳିତ ଆୟୋଜନରେ ହୋଇଥିବା ଏହି କାର୍ଯ୍ୟକ୍ରମ ଜିଲ୍ଲା ସଭାପତି ଅଶୋକ ମିଶ୍ରଙ୍କ ଅଧ୍ୟକ୍ଷତାରେ ହୋଇଥିଲା।କାର୍ଯ୍ୟକ୍ରମରେ କାଲିମେଳା ବିଡିଓ ପ୍ରଦୀପ କୁମାର କର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିକ୍ଷକମାନେ ସମାଜର ଭବିଷ୍ୟତ ଗଠନର ମୁଖ୍ୟ କାରିଗର ବୋଲି କହିଥିଲେ। ଶିକ୍ଷାଦାନ ସହ ଛାତ୍ରଛାତ୍ରୀଙ୍କ ମଧ୍ୟରେ ନୈତିକତା, ଶୃଙ୍ଖଳା ଓ ମାନବିକ ମୂଲ୍ୟବୋଧ ଗଢ଼ି ତୋଳିବାରେ ଶିକ୍ଷକଙ୍କ ଭୂମିକା ଅତୁଳନୀୟ ବୋଲି ସେ ମତପ୍ରକାଶ କରିଥିଲେ।ସମ୍ମାନିତ ଅତିଥି ଭାବେ ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘ ସମ୍ପାଦକ ବି. ଶ୍ରୀନିବାସ ପାତ୍ର, ଉପସଭାପତି ପ୍ରଶାନ୍ତ କୁମାର ସାହୁ, କୋଷାଧ୍ୟକ୍ଷ ହୃଷିକେଶ ସେଠୀ, ଉପଦେଷ୍ଟା ରତ୍ନାକର ଦାଶ ଏବଂ କାଲିମେଳା-ପଡ଼ିଆ ବ୍ଲକ ସଭାପତି ଟି. ସତ୍ୟନାରାୟଣ ସୁବୁଦ୍ଧି ଯୋଗଦେଇଥିଲେ। ଅତିଥିମାନେ ଗୁରୁ ଦିବସର ମହତ୍ତ୍ୱ ଓ ଆଧୁନିକ ସମାଜ ଗଠନରେ ଶିକ୍ଷକମାନଙ୍କ ଅବଦାନ ଉପରେ ଆଲୋକପାତ କରିଥିଲେ।ଏହି ଅବସରରେ କାଲିମେଳା ଓ ପଡ଼ିଆ ବ୍ଲକରେ ଉତ୍ତମ ଶିକ୍ଷାଦାନ ଓ ନିଷ୍ଠାର ସହ କାର୍ଯ୍ୟ କରୁଥିବା ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କୁ ସଂଘ ପକ୍ଷରୁ ସମ୍ବର୍ଦ୍ଧିତ ଓ ସମ୍ମାନିତ କରାଯାଇଥିଲା। ଶିକ୍ଷକମାନଙ୍କ ସମାଜ ପ୍ରତି ଅବଦାନକୁ ସ୍ୱୀକୃତି ଦେବା ସହ ତାଙ୍କୁ ଉତ୍ସାହିତ କରିବା ଏହି ଆୟୋଜନର ମୁଖ୍ୟ ଉଦ୍ଦେଶ୍ୟ ଥିଲା। ଏହି ଅବସରରେ ସଂଘର ସମସ୍ତ ବ୍ଲକ ସଭାପତିଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା। ସଂଘର ବରିଷ୍ଠ ସଦସ୍ୟ ଭଗବାନ ସାହୁ

କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ କାଲିମେଳା-ପଡ଼ିଆ ବ୍ଲକ ସମ୍ପାଦକ ସୌରଭ ମଣ୍ଡଳ, କୋଷାଧ୍ୟକ୍ଷ ପ୍ରଭାତ ସାହା, ବିଦ୍ୟୁତ୍‌ ବୈରାଗୀ, ଶିବବ୍ରତ ଦାସ,ଚିରଞ୍ଜିତ ସରକାର, ରାଜେଶ ଓଝା, ସୁଜିତ ମୁଖାର୍ଜୀ, ଆଶିସ ବାଇନ, ବୁଦ୍ଧଦେବ ମଣ୍ଡଳ, ଭିକି ବାରିକ, ଅମଲ ମଣ୍ଡଲ, ଗୋବିନ୍ଦ ସରକାର,ପ୍ରମୁଖ ସହଯୋଗ କରିଥିବା ବେଳେ ସଂଘର ୫୦ରୁ ଅଧିକ ସଦସ୍ୟ ଉପସ୍ଥିତ ଥିଲେ। ଶେଷରେ ଉପସଭାପତି ପ୍ରଶାନ୍ତ କୁମାର ସାହୁ ଧନ୍ୟବାଦ ଅର୍ପଣ କରିବା ପରେ ସଭା ସମାପ୍ତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   20-Oct-2026
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   20-Oct-2026
  ରାଜ୍ୟ  
ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   20-Oct-2026
  ଜିଲ୍ଲା  
ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   20-Oct-2026
  ଜିଲ୍ଲା  
ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   20-Oct-2026
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026

You Might Also Like