-+91-9937148622 |

prerana_bgr@rediffmail.com |

  Wednesday 9th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||      ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   (09-Sep-2026)       ||     

HOME   ଜିଲ୍ଲା

ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ

09-Sep-2026



ଭୁବନେଶ୍ୱର(ମୁରଲୀଧର ମିଶ୍ର): ମାନ୍ୟବର ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ନିଆଳି ଅଞ୍ଚଳରେ ଟାଟା ପାୱାର ଦ୍ୱାରା ପରିଚାଳିତ ବିଦ୍ୟୁତ ସଞ୍ଚାରଣ ବ୍ୟବସ୍ଥା ଓ ସେବା ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ନିଆଳିର ମାନ୍ୟବର ବିଧାୟକ ଶ୍ରୀ ଛବି ମଲ୍ଲିକଙ୍କ ସମେତ ଟାଟା ପାୱାରର ପ୍ରତିନିଧିମାନେ ଉପସ୍ଥିତ ଥିଲେ।

ଅଞ୍ଚଳରେ ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ଓ ସମସ୍ୟାର ସ୍ଥାୟୀ ସମାଧାନ ଉପରେ ଗୁରୁତ୍ୱ ଦେଇ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ସମସ୍ତ ଭିତ୍ତିଭୂମି କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ବିଶେଷ କରି ସମଗ୍ର ଅଞ୍ଚଳର ପ୍ରମୁଖ ୩୩ କେ.ଭି. (33KV) ବିଦ୍ୟୁତ ସଞ୍ଚାରଣ ଲାଇନ୍ ନେଟୱାର୍କର ସମ୍ପୂର୍ଣ୍ଣ ସଂସ୍କାର, ନିରନ୍ତର  ବିଦ୍ୟୁତ ଯୋଗାଣ ଏବଂ କ୍ଷମତା ବୃଦ୍ଧି ଉପରେ ପ୍ରାଥମିକତା ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।
ନିରବିଚ୍ଛନ୍ନ ବିଦ୍ୟୁତ ଯୋଗାଣ ସୁନିଶ୍ଚିତ କରିବା ପାଇଁ ଏ.ବି. (Air Break) ସ୍ୱିଚ୍ ଏବଂ ପାୱାର ଡିଷ୍ଟ୍ରିବ୍ୟୁସନ୍ ଟ୍ରାନ୍ସଫର୍ମରଗୁଡ଼ିକର ଯାନ୍ତ୍ରିକ ମରାମତି ଓ ନବୀକରଣ କାର୍ଯ୍ୟକୁ ଯଥାଶୀଘ୍ର ଶେଷ କରିବାକୁ ଟାଟା ପାୱାର କର୍ତ୍ତୃପକ୍ଷଙ୍କୁ କୁହାଯାଇଛି। ସର୍ଟ ସର୍କିଟ୍ ଏବଂ ଅପ୍ରତ୍ୟାଶିତ ବିଦ୍ୟୁତ କାଟକୁ ରୋକିବା ପାଇଁ ଟ୍ରାନ୍ସଫର୍ମର ଓ ଟ୍ରାନ୍ସମିସନ୍ ଲାଇନ୍ ଆଖପାଖରେ ଥିବା ଲତା ଓ ବୃକ୍ଷରାଜିକୁ ତୁରନ୍ତ ସଫା କରିବା ପାଇଁ ଏକ ସ୍ୱତନ୍ତ୍ର ରକ୍ଷଣାବେକ୍ଷଣ ଅଭିଯାନ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଗ୍ରାହକଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ଅଞ୍ଚଳର ପ୍ରତ୍ୟେକ ଘରୋଇ ଗ୍ରାହକଙ୍କ କ୍ଷେତ୍ରରେ ବିଦ୍ୟୁତ ଆର୍ଥିଂ (Earthing) ସୁରକ୍ଷା ମାନଦଣ୍ଡର କଡ଼ାକଡ଼ି ପାଳନକୁ ବାଧ୍ୟତାମୂଳକ କରିବାକୁ ସେ  କହିଛନ୍ତି । କାର୍ଯ୍ୟର ଗୁଣବତ୍ତା ଏବଂ ଅଗ୍ରଗତି ଉପରେ କଡ଼ା ନଜର ରଖାଯିବ ବୋଲି ସୂଚାଇ ଦେଇ ମାନ୍ୟବର ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସେ ଯେକୌଣସି ସମୟରେ ନିଆଳି ଅଞ୍ଚଳ ଗସ୍ତ କରି ଭୂମିପୁଷ୍ଠରେ ଚାଲିଥିବା ଏହି ନବୀକରଣ କାର୍ଯ୍ୟର ଆକସ୍ମିକ ସମୀକ୍ଷା ଓ ଅନୁଧ୍ୟାନ କରିବେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ   09-Sep-2026

You Might Also Like