-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ

11-Sep-2026



ବରପାଲି :(ସୁଦାମ ଦୀପ)ବରଗଡ଼ ଜିଲ୍ଲା ବରପାଲି ବ୍ଲକ ମହଦାସ୍ଥିତ ମା’ ସମଲେଶ୍ୱରୀ କଲେଜରେ +୨ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପକ୍ଷରୁ ନବାଗତ +୨ ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କୁ ନେଇ ଫ୍ରେସର୍ସ ସ୍ୱାଗତ ସମାରୋହ ଧୁମଧାମରେ ପାଳିତ ହୋଇଯାଇଛିlଏହି ଅବସରରେ କଲେଜ ଚେୟାରମ୍ୟାନ ନରେନ୍ଦ୍ର ହୋତା ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଚେୟାରମ୍ୟାନ ଶ୍ରୀ ହୋତା କଲେଜ ପରିସରରେ ପହଞ୍ଚିବା ପରେ ଛାତ୍ରଛାତ୍ରୀମାନେ ମୁଖ୍ୟ ଗେଟ୍‌ ନିକଟରୁ ତାଙ୍କୁ ସ୍ୱାଗତ କରି ପାଛୋଟି ଆଣିଥିଲେ। ତାଙ୍କ ସହିତ କଲେଜ ସମ୍ପାଦକ ମୃତ୍ୟୁଞ୍ଜୟ ମିଶ୍ର, ଏମ୍‌ସି ସଦସ୍ୟ ସରୋଜ ମେହେର, ମା’ ସମଲେଶ୍ୱରୀ କଲେଜ ଅଧ୍ୟକ୍ଷ ମନୋଜ କର, ଆର୍‌ଏଲ୍‌ଏଚ୍‌ କଲେଜ ଅଧ୍ୟକ୍ଷ ଆଶୁତୋଷ ମେହେର ଏବଂ ଦ୍ୱୟ କଲେଜର ବିଶିଷ୍ଟ ଅଧିକାରୀ ମଣ୍ଟୁ ବଘାର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ।ସମସ୍ତ ଅତିଥିଙ୍କୁ ‘ସୁସ୍ୱାଗତମ୍‌’ ଗୀତ ମାଧ୍ୟମରେ ମଞ୍ଚକୁ ପାଛୋଟି ନିଆଯାଇଥିଲା। ପରେ ଛାତ୍ରଛାତ୍ରୀମାନେ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ପ୍ରଦାନ କରି ଅତିଥିମାନଙ୍କୁ ସମ୍ମାନିତ କରିଥିଲେ। କଲେଜର ଇଂରାଜୀ ଅଧ୍ୟାପକ ହୃଦାନନ୍ଦ ସାହୁ ମଞ୍ଚ ପରିଚାଳନା କରିଥିଲେ। ମୁଖ୍ୟ ଅତିଥି ଚେୟାରମ୍ୟାନ ନରେନ୍ଦ୍ର ହୋତା ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ଜଣାଇବା ସହ ଶିକ୍ଷା ସହିତ ଶୃଙ୍ଖଳା, ସଂସ୍କାର ଓ ନିଜ ପ୍ରତିଭାର ବିକାଶ ଦିଗରେ ଗୁରୁତ୍ୱ ଦେବାକୁ ଆହ୍ୱାନ ଦେଇଥିଲେ। ପରେ କଲେଜର ଓଡ଼ିଆ ଅଧ୍ୟାପକ ସଦାନନ୍ଦ ମେହେର ଧନ୍ୟବାଦ ଅର୍ପଣ କରିଥିଲେ।ଏହାପରେ ଛାତ୍ରଛାତ୍ରୀଙ୍କ ପକ୍ଷରୁ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ବିଭିନ୍ନ ଗୀତ, ନୃତ୍ୟ ଓ ମନୋରଞ୍ଜନଧର୍ମୀ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନେ ନିଜ ପ୍ରତିଭା ପ୍ରଦର୍ଶନ କରିଥିଲେ। ବିଶେଷକରି ପଶ୍ଚିମ ଓଡ଼ିଶାର ସମ୍ବଲପୁରୀ ଗୀତର ତାଳେ ତାଳେ ଛାତ୍ରଛାତ୍ରୀମାନେ ନୃତ୍ୟ କରିବା ସହ କଲେଜ ପରିସରକୁ ଉତ୍ସବମୁଖର କରିଦେଇଥିଲେ।ଏହି ଅବସରରେ ନବାଗତ ଛାତ୍ରଛାତ୍ରୀଙ୍କ ପରିଚୟ ପ୍ରଦାନ ସହ ବିଭିନ୍ନ ମନୋରଞ୍ଜନଧର୍ମୀ ‘ଡେୟାର’ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହୋଇଥିଲା। ଶେଷରେ ଦୁଇଜଣ ଛାତ୍ରୀ ଓ ଦୁଇଜଣ ଛାତ୍ରଙ୍କୁ ‘ଫ୍ରେସର୍ ଅଫ୍ ଦି ଡେ’ ଭାବେ ଚୟନ କରାଯାଇ ସମ୍ମାନିତ କରାଯାଇଥିଲା। ସମଗ୍ର କାର୍ଯ୍ୟକ୍ରମ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଉତ୍ସାହ ଓ ଆନନ୍ଦର ମାହୋଲ ସୃଷ୍ଟି କରିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk