-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||     

HOME   ଜିଲ୍ଲା

ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"

14-Sep-2026



ବଲାଙ୍ଗୀର:ସ୍ଥାନୀୟ ଗାନ୍ଧୀନଗର ପଡ଼ା ସ୍ଥିତ ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଭକ୍ତି ଓ ଉତ୍ସାହର ପରିବେଶ ମଧ୍ୟରେ ଶ୍ରୀଗଣେଶ ପୂଜା ପାଳିତ ହୋଇଯାଇଛି।ବିଦ୍ୟା,ବୁଦ୍ଧି ଓ ଜ୍ଞାନର ଆରାଧ୍ୟ ଦେବତା ଶ୍ରୀଗଣେଶଙ୍କ ଆରାଧନାରେ ସମଗ୍ର ବିଦ୍ୟାଳୟ ପରିସର ଆଧ୍ୟାତ୍ମିକ ପରିବେଶରେ ପରିପୂର୍ଣ୍ଣ ହୋଇଉଠିଥିଲା।ସକାଳ ୧୧ଟାରୁ ପାରମ୍ପରିକ ରୀତିନୀତି ଓ ବିଧିବିଧାନ ଅନୁଯାୟୀ ପୂଜାବିଧି ଆରମ୍ଭ ହୋଇଥିଲା।ପୂଜକ ଭାବେ ହିମାଂଶୁ ନନ୍ଦ ପୂଜାକାର୍ଯ୍ୟ ସମ୍ପାଦନ କରିଥିବା ବେଳେ ଦଶମ ଶ୍ରେଣୀର ଛାତ୍ରୀ ଶ୍ରୀୟା ସାହୁ କର୍ତ୍ତା ଭାବେ ଦାୟିତ୍ୱ ତୁଲାଇଥିଲେ।ମନ୍ତ୍ରୋଚ୍ଚାରଣ ଓ ପୂଜାର୍ଚ୍ଚନାରେ ବିଦ୍ୟାଳୟ ପରିବେଶ ଭକ୍ତିମୟ ହୋଇଉଠିଥିଲା।ଏହି ପୂଜା ଅବସରରେ ବିଦ୍ୟାଳୟର ଶିକ୍ଷକ ଡ. ସୁରେଶ ଚନ୍ଦ୍ର ବାରିକଙ୍କ ଦ୍ୱାରା ପ୍ରସ୍ତୁତ ସ୍ୱତନ୍ତ୍ର ସାଜସଜ୍ଜା ବିଶେଷ ଆକର୍ଷଣର କେନ୍ଦ୍ର ପାଲଟିଥିଲା।ହିମାଳୟ ପର୍ବତର ଅବଧାରଣାକୁ ଆଧାର କରି ପୂଜା ମଣ୍ଡପକୁ ସୁନ୍ଦର ଭାବେ ସଜାଯାଇଥିଲା।ପର୍ବତ,ପ୍ରକୃତି ଓ ପରିବେଶର ଅନନ୍ୟ ସମନ୍ୱୟରେ ତିଆରି ଏହି ସାଜସଜ୍ଜା ଛାତ୍ରୀ,ଶିକ୍ଷକ ଓ ଅତିଥିମାନଙ୍କ ମନ ମୋହିଥିଲା।ପୂଜାର ସମସ୍ତ ଦାୟିତ୍ୱ ଶିକ୍ଷୟିତ୍ରୀ ସ୍ୱରୂପା ହୋତା ନିଷ୍ଠାର ସହ ତୁଲାଇଥିଲେ। ତାଙ୍କ ତତ୍ତ୍ୱାବଧାନରେ ପୂଜାସାମଗ୍ରୀ ପ୍ରସ୍ତୁତି,ମଣ୍ଡପ ପରିଚାଳନା ଓ ଅନ୍ୟାନ୍ୟ ବ୍ୟବସ୍ଥା ସୂଚାରୁ ଭାବେ ସମ୍ପନ୍ନ ହୋଇଥିଲା।କାର୍ଯ୍ୟକ୍ରମର ଅନ୍ୟତମ ବିଶେଷ ଆକର୍ଷଣ ଥିଲା ପୂର୍ବତନ ଛାତ୍ରୀମାନଙ୍କ ଯୋଗଦାନ।ବିଦ୍ୟାଳୟର ଗତବର୍ଷ ଅଧ୍ୟୟନ କରିଥିବା ଛାତ୍ରୀମାନେ ନିଜ ପୁରୁଣା ବିଦ୍ୟାଳୟ ପ୍ରତି ଭଲପାଇବା ଓ ଆତ୍ମୀୟତାର ସହ ପୂଜାରେ ଯୋଗଦେଇଥିଲେ।ଏହା ବିଦ୍ୟାଳୟ ଓ ପୂର୍ବତନ ଛାତ୍ରୀମାନଙ୍କ ମଧ୍ୟରେ ଥିବା ଆତ୍ମିକ ସମ୍ପର୍କକୁ ଆହୁରି ମଜବୁତ କରିଥିଲା।ଏହି ଅବସରରେ ଅବସରପ୍ରାପ୍ତ ଶିକ୍ଷକ ସରୋଜ ନାୟକଙ୍କ ସମେତ ଶିକ୍ଷୟିତ୍ରୀ ଅନୁପମା ଉଦ୍ଗାତା,ଶୋଭନା ଚାନ୍ଦ ଓ ସୁପ୍ରଭା ମିଶ୍ର ଯୋଗଦେଇ ପୂଜାର ଶୋଭା ବଢ଼ାଇଥିଲେ।ପୂର୍ବତନ ଶିକ୍ଷକ,ଶିକ୍ଷୟିତ୍ରୀଙ୍କ ଉପସ୍ଥିତି ଛାତ୍ରୀ ଓ ଶିକ୍ଷକମାନଙ୍କ ମଧ୍ୟରେ ଏକ ଆତ୍ମୀୟ ଭାବ ସୃଷ୍ଟି କରିଥିଲା।ଅନ୍ୟପକ୍ଷରେ,ଦଶମ ଶ୍ରେଣୀ ଛାତ୍ରୀ ଅମନ୍ନାଲାଲ ଶତପଥୀ ଓ ଶିଖା ମିଶ୍ର ନିକଟସ୍ଥ ବିଦ୍ୟାଳୟଗୁଡ଼ିକୁ ନିମନ୍ତ୍ରଣ କରିବାର ଦାୟିତ୍ୱ ନେଇଥିଲେ।ସେମାନଙ୍କ ଉଦ୍ୟମରେ ଅନ୍ୟ ବିଦ୍ୟାଳୟର ଛାତ୍ରୀ ଓ ଶିକ୍ଷକମାନଙ୍କ ସହ ଉତ୍ସବର ଭାବ ବିନିମୟର ସୁଯୋଗ ସୃଷ୍ଟି ହୋଇଥିଲା।ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସେବାଶ୍ରୀ ଭୋଇ ଓ ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ସ୍ୱରୂପା ମଞ୍ଜରୀ ସାମନ୍ତରାଙ୍କ ମାର୍ଗଦର୍ଶନରେ ସମଗ୍ର ପୂଜା କାର୍ଯ୍ୟକ୍ରମ ସୁଚାରୁ ଭାବେ ପରିଚାଳିତ ହୋଇଥିଲା। ଶିକ୍ଷକ,ଶିକ୍ଷୟିତ୍ରୀ,ଛାତ୍ରୀ ଓ ପୂର୍ବତନ ଛାତ୍ରୀଙ୍କ ସାମୂହିକ ସହଯୋଗରେ ଗଣେଶ ପୂଜା ଏକ ମିଳନ ଉତ୍ସବର ରୂପ ନେଇଥିଲା।ପୂଜା ଅବସରରେ ବିଦ୍ୟାର୍ଥୀମାନଙ୍କ ଜ୍ଞାନ,ବୁଦ୍ଧି ଓ ବିବେକର ବିକାଶ ସହ ବିଦ୍ୟାଳୟର ସର୍ବାଙ୍ଗୀଣ ଉନ୍ନତି ପାଇଁ ଶ୍ରୀଗଣେଶଙ୍କ ନିକଟରେ ପ୍ରାର୍ଥନା କରାଯାଇଥିଲା।ଏହି ଗଣେଶ ପୂଜା ଛାତ୍ରୀମାନଙ୍କ ମନରେ ଆନନ୍ଦ,ଉତ୍ସାହ ଓ ଏକତାର ଭାବ ସୃଷ୍ଟି କରିବା ସହ ବିଦ୍ୟାଳୟର ପୁରୁଣା ଓ ନୂଆ ପିଢ଼ିକୁ ଏକ ସୂତ୍ରରେ ବାନ୍ଧିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026

You Might Also Like