-+91-9937148622 |

prerana_bgr@rediffmail.com |

  Monday 2nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   (02-Nov-2026)       ||      *ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   (02-Nov-2026)       ||      ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ    (02-Nov-2026)       ||      ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||     

HOME   ଜିଲ୍ଲା

ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’

18-Sep-2026



ଭୁବନେଶ୍ୱର(ମୁରଲୀଧର ମିଶ୍ର):  ନଇଁଆସୁଥିଲା। ଭୁବନେଶ୍ୱରର ଐତିହାସିକ ମୁକ୍ତେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଧୀରେ ଧୀରେ ଜମୁଥିଲା ଆଲୋକର ବାତାବରଣ। ସେ ଆଲୋକ କୌଣସି କୃତ୍ରିମ ବୈଦ୍ୟୁତିକ ଲାଇଟ ନଥିଲା, ବରଂ ତାହା ଥିଲା ଆମ ପରମ୍ପରା ଓ ସଂସ୍କୃତିର ପ୍ରତୀକ ସ୍ୱରୂପ ପବିତ୍ର ସଳିତାର ଶିଖା। ଧାଡ଼ିରେ ଜଳୁଥିଲା ହଜାର ହଜାର ଦୀପ। 

ସନ୍ଧ୍ୟା ଆରତୀର ଘଣ୍ଟ ଘଣ୍ଟା-ଶଙ୍ଖ ଧ୍ୱନି ଏବଂ ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀମାନଙ୍କ ଗାୟନରେ ମୁକ୍ତେଶ୍ୱର’ର ପ୍ରାଚୀନ ପାଷାଣ ପ୍ରାଚୀର ଗୁଞ୍ଜରିତ ହୋଇଉଠିଥିଲା। ଭକ୍ତିର ଏହି ମାଦକତା ଭିତରେ, ହଜାର ହଜାର ମହିଳା ଏକାଠି ହୋଇ ଜାଳିଥିଲେ ୧୧,୦୦୦ ରୁ ଅଧିକ ଦୀପ। ଗୋଟିଏ ପରେ ଗୋଟିଏ ସଳିତା ଜଳିଉଠିବା କ୍ଷଣି ସମ୍ପୂର୍ଣ୍ଣ ମନ୍ଦିର ପରିସର ଏକ ସ୍ୱର୍ଣ୍ଣାଭ ପ୍ରଭାରେ ପ୍ରଜ୍ୱଳିତ ହୋଇଉଠିଥିଲା, ଯେମିତି ମନେହେଉଥିଲା ଆକାଶର ତାରାସବୁ ମାଟିକୁ ଓହ୍ଲାଇ ଆସିଛନ୍ତି।


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ୭୬ତମ ଜୟନ୍ତୀ ଅବସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆୟୋଜିତ "ଆଶୀର୍ବାଦର ଦୀପ" କାର୍ଯ୍ୟକ୍ରମରେ ହଜାର ହଜାର ମହିଳା ତଥା ଯୁବବର୍ଗଙ୍କ ସମାଗମ ଏକ ଭାବପୂର୍ଣ୍ଣ ମୁହୂର୍ତ୍ତ ସୃଷ୍ଟି କରିଥିଲା। ହାତରେ ଜଳନ୍ତା ଦୀପ ଧରି ଉପସ୍ଥିତ ସମସ୍ତେ ପ୍ରଧାନମନ୍ତ୍ରୀ ମୋଦୀ ଜୀଙ୍କ ଦୀର୍ଘ ଆୟୁ, ସୁସ୍ଥ ଓ ନିରାମୟ ଜୀବନ ପାଇଁ ନିଷ୍ଠାପର ପ୍ରାର୍ଥନା କରିଥିଲେ।


ଏହି ମୁହୂର୍ତ୍ତ ଆହୁରି ଆକର୍ଷଣୀୟ ହୋଇ ଉଠିଥିଲା ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ। ମୁଖ୍ୟମନ୍ତ୍ରୀଙ୍କ ସମେତ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ରାଜସ୍ୱ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ ଏବଂ ବ୍ରହ୍ମଗିରି ବିଧାୟିକା ଶ୍ରୀମତୀ ଉପାସନା ମହାପାତ୍ର ମଧ୍ୟ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହି ଦୀପ ପ୍ରଜ୍ୱଳନ କରିଥିଲେ।


ଏହି ଆଧ୍ୟାତ୍ମିକ ସମାବେଶ ମଧ୍ୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିଜେ ଉପସ୍ଥିତ ସମସ୍ତ ଉତ୍ସାହିତ ଯୁବବର୍ଗଙ୍କ ଗହଣକୁ ଯାଇ ସେମାନଙ୍କ ସହ ଭାବବିନିମୟ କରିଥିଲେ। ସମସ୍ତଙ୍କ ଏହି ଅକୁଣ୍ଠ ଆଶୀର୍ବାଦ, ସମର୍ପଣ ଓ ଶ୍ରଦ୍ଧାଭାବକୁ ସେ ଆନ୍ତରିକତାର ସହ ଉଚ୍ଚ ପ୍ରଶଂସା କରିଥିଲେ। 


ଏହି ଅବସରରେ ଗଣମାଧ୍ୟମକୁ ବିବୃତ୍ତି ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ‘‘ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୀଙ୍କ ୭୬ତମ ଜନ୍ମ ଦିନ ଅବସରରେ ମୁଁ ତାଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି। ଏହି ପବିତ୍ର ଦୀପର ଶିଖା ମୋଦୀଜୀଙ୍କ ପ୍ରତି ସାଢେ ଚାରି କୋଟି ଓଡ଼ିଶାବାସୀଙ୍କ ହୃଦୟରୁ ନିସୃତ ଆଶୀର୍ବାଦର ପ୍ରତୀକ। ଭାରତ ନିଶ୍ଚୟ ବିଶ୍ୱଗୁରୁ ହେବ, ମୋଦୀଜୀଙ୍କ ସ୍ୱପ୍ନ ସାକାର କରିବାକୁ ଆମେ ନିରନ୍ତର ଉଦ୍ୟମ ଜାରି ରଖିବୁ।’’


ପ୍ରସିଦ୍ଧ ଓଡ଼ିଆ ଗାୟକ-ଗାୟିକାମାନଙ୍କ ଭକ୍ତିପୂତ ଭଜନ ପରିବେଶକୁ ଅଧିକ ଆଧ୍ୟାତ୍ମିକ ଓ ମନ୍ତ୍ରମୁଗ୍ଧକର କରିତୋଳିଥିଲା।


ଉଲ୍ଲେଖଯୋଗ୍ୟ ଯେ, ‘ସେବା ସଂକଳ୍ପ ଅଭିଯାନ–୨୦୨୬’ ଅନ୍ତର୍ଗତ ରାଜ୍ୟର ୩୦ଟି ଜିଲ୍ଲାରେ ୧ କୋଟିରୁ ଅଧିକ ‘ଆଶୀର୍ବାଦର ଦୀପ’ ପ୍ରଜ୍ୱଳିତ କରାଯାଇଛି। ପ୍ରତ୍ୟେକ ପରିବାର ନିଜ ଘରେ ଗୋଟିଏ ଲେଖାଏଁ ଦୀପ ପ୍ରଜ୍ୱଳନ କରି ଏହି ରାଜ୍ୟବ୍ୟାପୀ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି। ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟା ଓ ସୁଭଦ୍ରା ଯୋଜନାର ହିତାଧିକାରୀମାନେ ମଧ୍ୟ ଏହି କାର୍ଯ୍ୟକ୍ରମରେ ସକ୍ରିୟ ଭାବେ ଅଂଶଗ୍ରହଣ କରିଛନ୍ତି।


ପରିବାର ସ୍ତରରୁ ଆରମ୍ଭ କରି ଗ୍ରାମପଞ୍ଚାୟତ, ବ୍ଲକ ଓ ଜିଲ୍ଲା ସ୍ତର ପର୍ଯ୍ୟନ୍ତ ‘ଆଶୀର୍ବାଦର ଦୀପ’ କାର୍ଯ୍ୟକ୍ରମ ବ୍ୟାପକ ଭାବେ ଆୟୋଜିତ ହୋଇଛି। ସମସ୍ତ ଗ୍ରାମପଞ୍ଚାୟତ, ବ୍ଲକ ଓ ଜିଲ୍ଲା ସ୍ତରରେ ସାମୂହିକ କାର୍ଯ୍ୟକ୍ରମ ଆୟୋଜନ କରାଯିବା ସହ ଦେବାଳୟମାନଙ୍କରେ ଝୋଟି ଚିତା ସହ ସାମୂହିକ ଭାବେ ପ୍ରଦୀପ ପ୍ରଜ୍ୱଳନ କରାଯାଇଛି। ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟା, ସୁଭଦ୍ରା ହିତାଧିକାରୀ, ସ୍ଥାନୀୟ ଜନସାଧାରଣ ଓ ଜନପ୍ରତିନିଧିମାନଙ୍କ ବ୍ୟାପକ ସହଭାଗିତାରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   02-Nov-2026
  ଜିଲ୍ଲା  
*ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   02-Nov-2026
  ଜିଲ୍ଲା  
ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ   02-Nov-2026
  ଜିଲ୍ଲା  
ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   01-Nov-2026
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026

You Might Also Like