-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ

19-Sep-2026



ସୁନ୍ଦରଗଡ଼(କାଞ୍ଚନପ୍ରଭା ନନ୍ଦ) : ମାନ୍ୟବର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ ଏବଂ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କ ସହ ଜିଲ୍ଲାର ବିଭିନ୍ନ ବିଭାଗର କାର୍ଯ୍ୟକ୍ରମ ଓ ଯୋଜନାର ଅଗ୍ରଗତି ନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ମାନ୍ୟବର ଶ୍ରୀ ପୂଜାରୀ ସରକାରୀ ଜମିରୁ ଜବରଦଖଲ ଉଚ୍ଛେଦ, ବସୁନ୍ଧରା ଯୋଜନାରେ ପଟ୍ଟାବଣ୍ଟନ, ଜଙ୍ଗଲ ଅଧିକାର ଆଇନ (FRA) ଅନ୍ତର୍ଗତ ଅଧିକାର ପତ୍ର ବଣ୍ଟନର ସ୍ଥିତି,  ହାଇଟେକ୍ ସର୍ଭେ  ଆଦି ବିଷୟରେ ସମୀକ୍ଷା କରିଥିଲେ।  ଏଥିସହ ସରକାରୀ ଜମିର ସୁରକ୍ଷା ଏବଂ ବ୍ୟବହୃତ ଅନୁଦାନର ଉପଯୋଗିତା ପ୍ରମାଣପତ୍ର (UC) ଦାଖଲ ସମ୍ପର୍କରେ ମଧ୍ୟ ମାନ୍ୟବର ମନ୍ତ୍ରୀ ଶ୍ରୀ ପୂଜାରୀ ସମୀକ୍ଷା କରିଥିଲେ। ସେହିଭଳି ୨୦୨୬ ବର୍ଷ ପାଇଁ ଜରୁରୀକାଳୀନ ରିଲିଫ୍ ବଣ୍ଟନର ସ୍ଥିତି ଓ ଅଗ୍ରଗତି ମଧ୍ୟ ସମୀକ୍ଷା

କରାଯାଇଥିଲା। ଜିଲ୍ଲାରେ ଚଳିତ ବର୍ଷାରେ ଘରର କ୍ଷୟକ୍ଷତି, ଫସଲ କ୍ଷୟକ୍ଷତି ଏବଂ ଉଦ୍ୟାନ କୃଷି କ୍ଷେତ୍ରର କ୍ଷୟକ୍ଷତି, ଶୁଖିଲା ଖାଦ୍ୟ ବଣ୍ଟନ ପ୍ରକ୍ରିୟା ଆଦି ସମ୍ପର୍କରେ ମାନ୍ୟବର ମନ୍ତ୍ରୀ ଶ୍ରୀ ପୂଜାରୀ ପଚାରି ବୁଝିଥିଲେ। 

ସେହିପରି ବୈଠକରେ ଖଣି ଓ ଶିଳ୍ପ ପ୍ରକଳ୍ପ, ରେଳପଥ ପ୍ରକଳ୍ପ, ପୂର୍ତ୍ତ ବିଭାଗ ଏବଂ ଜଳସେଚନ ପ୍ରକଳ୍ପ ପାଇଁ  ଜମି ଅଧିଗ୍ରହଣ ପ୍ରକ୍ରିୟାର ସ୍ଥିତି ନେଇ ଉପସ୍ଥାପନ କରାଯାଇଥିଲା।

ବୈଠକରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ  ଗୁଡିକ ଉପରେ ଆଲୋଚନା କରାଯାଇଥିଲା।ସେହିପରି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜିଲ୍ଲାର ସ୍ୱାସ୍ଥ୍ୟ ସେବାର ସ୍ଥିତି ନେଇ ଉପସ୍ଥାପନା କରାଯାଇଥିଲା। ଏଥିରେ ଅନୁଷ୍ଠାନିକ ପ୍ରସବ, ଜନନୀ ଶିଶୁ ସୁରକ୍ଷା କାର୍ଯ୍ୟକ୍ରମ, ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ, ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା– ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା  ହିତାଧିକାରୀଙ୍କୁ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ ଏବଂ ଜାତୀୟ କୁଷ୍ଠ ନିରାକରଣ କାର୍ଯ୍ୟକ୍ରମ  ସ୍ଥିତି ଆଦି ସମ୍ପର୍କରେ ଆଲୋଚନା ହୋଇଥିଲା।

ଜିଲ୍ଲାର ଅଙ୍ଗନୱାଡ଼ି କେନ୍ଦ୍ରଗୁଡ଼ିକର ସ୍ଥିତି ସମ୍ପର୍କରେ ସମୀକ୍ଷା କରାଯାଇଥିଲା।  ଜିଲ୍ଲାରେ କେତେଗୁଡ଼ିଏ ଅଙ୍ଗନବାଡ଼ି କେନ୍ଦ୍ରର ନିଜସ୍ୱ ଗୃହ ରହିଛି, କେତେଗୁଡ଼ିଏ ଭଡ଼ା ଘରେ ଏବଂ କେତେଗୁଡ଼ିଏ ଅନ୍ୟ ଗୃହରେ ଚାଲୁଛି, ସେ ସମ୍ପର୍କରେ ସବିଶେଷ ତଥ୍ୟ ଉପସ୍ଥାପନ କରାଯାଇଥିଲା।

ବୈଠକରେ ସେବା ସଂକଳ୍ପ ଅଭିଯାନ ଅବସରରେ ମାନ୍ୟବର ମନ୍ତ୍ରୀ ଶ୍ରୀ ପୂଜାରୀ ବସୁନ୍ଧରା ଯୋଜନା ଅଧୀନରେ ଟାଙ୍ଗରପାଲି ଓ ଲେଫ୍ରିପଡ଼ା ବ୍ଲକର ହିତାଧିକାରୀମାନଙ୍କୁ ପଟ୍ଟା ବଣ୍ଟନ କରିଥିଲେ। ଏହା ମାଧ୍ୟମରେ ହିତାଧିକାରୀମାନଙ୍କୁ ଜମି ଅଧିକାର ପ୍ରଦାନ ସହ ସେମାନଙ୍କ ସାମାଜିକ ଓ ଆର୍ଥିକ ସୁରକ୍ଷା ସୁଦୃଢ଼ କରିବା ଦିଗରେ ଗୁରୁତ୍ୱ ଦିଆଯାଇଥିଲା।

ଏହି ଅବସରରେ ମାନ୍ୟବର ମନ୍ତ୍ରୀ ଉପସ୍ଥିତ ସମସ୍ତ ଅଧିକାରୀ ମାନଙ୍କୁ ‘ସ୍ୱଚ୍ଛତା ହିଁ ସେବା’ ଅଭିଯାନ ଅନ୍ତର୍ଗତ ସ୍ୱଚ୍ଛତା ସମ୍ପର୍କିତ ଶପଥ ପାଠ କରାଇଥିଲେ।  ଉପସ୍ଥିତ ଅଧିକାରୀ ଓ କର୍ମଚାରୀମାନେ ସ୍ୱଚ୍ଛତାକୁ ନିଜ ଦୈନନ୍ଦିନ ଜୀବନର ଅଂଶ

କରିବା ସହ ସ୍ୱଚ୍ଛ ଓ ସୁସ୍ଥ ପରିବେଶ ଗଠନ ପାଇଁ ସଂକଳ୍ପ ନେଇଥିଲେ। 
ବୈଠକ ରେ ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ତଥା ମାନ୍ୟବର ବିଧାୟକ ରଘୁନାଥପାଲି ଦୁର୍ଗା ଚରଣ ତନ୍ତୀ, ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ, ସୂରଜ ପଟ୍ଟନାୟକ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଅଭିମନ୍ୟୁ ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ  ସୁରଞ୍ଜନ ସାହୁ, ସୁନ୍ଦରଗଡ଼ ବନଖଣ୍ଡ ଅଧିକାରୀ ଖୁସୱନ୍ତ ସିଂ, ରାଉରକେଲା ବନଖଣ୍ଡ ଅଧିକାରୀ ରବି ମୀନା, ବଣାଇ ବନଖଣ୍ଡ ଅଧିକାରୀ ଯଶବନ୍ତ ସେଠୀ, ସଦର ଉପଜିଲ୍ଲାପାଳ ଶ୍ରୀମତୀ ତେଜସ୍ଵିନୀ ବେହେରା, ବଣାଇ ଉପଜିଲ୍ଲାପାଳ ସନ୍ତୋଷ ପାତ୍ର, ପାନପୋଷ ଉପଜିଲ୍ଲାପାଳ ଚନ୍ଦ୍ରକାନ୍ତ ମଲ୍ଲିକ,  ସମସ୍ତ ତହସିଲଦାର ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like