-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||     

HOME   ବାଣିଜ୍ୟ

ତୃତୀୟ ତ୍ରୈମାସରେ ନାଲକୋର ୨୪୦ କୋଟି ଲାଭ

13-Feb-2021



ଭୁବନେଶ୍ୱର(ପ୍ରେରଣା ଖବର) : ନ୍ୟାସନାଲ୍ ଆଲୁମିନିୟମ୍ କମ୍ପାନୀ ଲିମିଟେଡ୍ (ନାଲକୋ) ପକ୍ଷରୁ ଡିସେମ୍ବର ୨୦୨୦ରେ ଶେଷ ହୋଇଥିବା ତୃତୀୟ ତ୍ରୈମାସିକ ଫଳାଫଳ ଘୋଷିତ ହୋଇଛି । ଆଜି କମ୍ପାନୀର ବୋର୍ଡସ୍ତରୀୟ ବୈଠକରେ ଉପସ୍ଥାପିତ ଆର୍ଥିକ ଫଳାଫଳ ଅନୁସାରେ କମ୍ପାନୀ, ୨୦୨୦-୨୧ ଆର୍ଥିକ ବର୍ଷର ତୃତୀୟ ତ୍ରୈମାସରେ ଗତ ତ୍ରୈମାସଠାରୁ ୧୨୩ ପ୍ରତିଶତ ଅଭିବୃଦ୍ଧି ସହ ୨୪୦ କୋଟି ଟଙ୍କା ନିଟ୍ ଲାଭ କରିଅଛି । ଗତ ତ୍ରୈମାସରେ ନିଟ୍ ଲାଭ ୧୦୭ କୋଟି ଟଙ୍କା ଥିଲା । ଡିସେମ୍ୱର ୨୦୨୦ ଶେଷ ସୁଦ୍ଧା ୯ ମାସର ନିଟ୍ ଲାଭ ଗତ ବର୍ଷ ଅନୁରୂପ ଅବଧିର ନିଟ୍ ଲାଭରେ ଦଶ ଗୁଣା ବୃଦ୍ଧି ଘଟି ୩୬୪ କୋଟି ଟଙ୍କା ହୋଇଅଛି । ଗତ ବର୍ଷର ଅନୁରୂପ ଅବଧିରେ ଏହା ୩୫ କୋଟି ଟଙ୍କା ଥିଲା । ଏହି ତ୍ରୈମାସରେ କମ୍ପାନୀର ବିକ୍ରିଲବ୍ଧ ଆୟରେ ମଧ୍ୟ ଉଲ୍ଲେଖନୀୟ ଅଭିବୃଦ୍ଧି ଘଟି ୨୪୧୪ କୋଟି ଟଙ୍କା ଲାଭ ହୋଇଅଛି, ଯାହା ଗତ ବର୍ଷର ଏହି ତ୍ରୈମାସରେ ୨୧୩୭ କୋଟି ଟଙ୍କା ଥିଲା । ନାଲକୋର ଆଲୁମିନା ହାଇଡ୍ରେଟର ମୋଟ ବିକ୍ରୟ ଅଭିବୃଦ୍ଧି ଘଟି ୩.୪୪ ଲକ୍ଷ ଟନ୍ ହୋଇ ଅଛି, ଯାହା ଗତ ବର୍ଷ ଏହି ତ୍ରୈମାସରେ ୩.୩୩ ଲକ୍ଷ ଟନ୍ ଥିଲା । ସେହିପରି ଆଲୁମିନିୟମ୍ ରପ୍ତାନୀ କ୍ଷେତ୍ରରେ ଚଳିତ ଆର୍ଥିକ ବର୍ଷର ପ୍ରଥମ ୯ ମାସରେ ଅଭିବୃଦ୍ଧି ଘଟି ୧.୩୮ ଲକ୍ଷ ଟନ୍ ହୋଇଅଛି ଯାହା ଗତ ବର୍ଷ ଏହି ଅବଧିରେ ୦.୫୦ ଲକ୍ଷ ଟନ୍ ଥିଲା । କମ୍ପାନୀର ଅଧ୍ୟକ୍ଷ ଶ୍ରୀ ଶ୍ରୀଧର ପାତ୍ର କହିଛନ୍ତି ଯେ କୋଭିଡ୍-୧୯ ମହାମାରୀର ଭୟାନକ ପରିସ୍ଥିତିରେ ମଧ୍ୟ ନାଲକୋ ସମସ୍ତ ପ୍ରକାରର ପ୍ରତିକୂଳ ପରିସ୍ଥିତିକୁ ସାମନା କରି ସାମଗ୍ରିକ ଅଭିବୃଦ୍ଧି ଘଟାଇବାରେ ସକ୍ଷମ ହୋଇ ପାରିଛି । କର୍ମଚାରୀ ଏବଂ ଶ୍ରମିକମାନେ ମଧ୍ୟ ଏହି କଠୋର ପରିସ୍ଥିତିର ମୁକାବିଲା କରି ନିଜର କର୍ତ୍ତବ୍ୟପରାୟଣତା ଏବଂ କର୍ମନିଷ୍ଠା ପ୍ରଦର୍ଶନ କରିଛନ୍ତି । ବଜାର ଏବଂ ଅର୍ଥନୀତି କ୍ରମଶଃ ଉନ୍ମୁକ୍ତ ହେବା ସହିତ ଚାହିଦା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି, ଯେଉଁଥି ପାଇଁ କମ୍ପାନୀ ମଧ୍ୟ ପ୍ରସ୍ତୁତ ଅଛି ବୋଲି ଶ୍ରୀ ପାତ୍ର କହିଛନ୍ତି । କମ୍ପାନୀର ବିଭିନ୍ନ ପ୍ରକଳ୍ପଗୁଡ଼ିକ ଯଥା ଉତ୍କଳ-ଡି କୋଇଲା ବ୍ଲକ୍, ଆଲୁମିନା ରିଫାଇନେରୀର ୫ମ ଷ୍ଟ୍ରିମ୍ ସଂପ୍ରସାରଣ କାର୍ୟ୍ୟ ଏବଂ ଯୌଥ ଉଦ୍ୟୋଗରେ କଷ୍ଟିକ ସୋଡା ପ୍ଲାଣ୍ଟ ଆଦି କାର୍ୟ୍ୟକ୍ଷମ କରିବା ଉପରେ ଜୋର ଦେଇ ସେ କହିଛନ୍ତି ଯେ ଏହା କମ୍ପାନୀର ଅଭିବୃଦ୍ଧି ତଥା ବ୍ୟବସାୟିକ ଲାଭରେ ଯଥେଷ୍ଟ ସହାୟକ ହେବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026

You Might Also Like