-+91-9937148622 |
prerana_bgr@rediffmail.com |
Monday 28th September 2026 |
R.N.I. Regd No. ODIODI/2010/46693
Breaking News
28-Sep-2026
ବଲାଙ୍ଗୀର (ପ୍ରେରଣା ଖବର): ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର କନ୍ଧପାଲି ପଡା ଯାହା ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ ତରଫରୁ ଏକ ବରିଷ୍ଟ ନାଗରିକ ମାନଙ୍କ ପାଇଁ ସ୍ଵାସ୍ଥ୍ୟ ସେବା ଶିବିର ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ବଲାଙ୍ଗୀର ଠାରେ ଶନିବାର ଅନୁଷ୍ଠିତ ହେଇଥିଲା। ଏହି ସ୍ବାସ୍ଥ୍ୟ ଶିବିର ରେ ମାଗଣା ଔଷଧ ଓ ମାଗଣା ରକ୍ତ ପରୀକ୍ଷା କରାଯିବା ସହ ଡାକ୍ତର ପରାମର୍ଶ ସେବା ଯୋଗାଇ ଦିଆଯାଇଥିଲା । ଏହି ଶିବିର ରେ ସ୍ଥାନୀୟ ଆଶା କର୍ମୀ ଓ ସ୍ବାସ୍ଥ୍ୟ କେନ୍ଦ୍ର ର ସମସ୍ତ ଷ୍ଟାଫ ଯୋଗ ଦେଇଥିଲେ। ଏହି ସ୍ବାସ୍ଥ୍ୟ ଶିବିର ରେ ଡାକ୍ତର ନନ୍ଦ କିଶୋର ପାଢ଼ୀ ଓ ଭୀମଭୋଇ
ମେଡିକାଲ କଲେଜର ଡାକ୍ତର ରୋନିତ କୁମାର ପଣ୍ଡା ଓ ଡାକ୍ତର ରୋଶନ ଜେନା ଏବଂ ରାଜେନ୍ଦ୍ର ଯୁବକ ସଂଘ ର ପରିଚାଳକ ରାଜେନ୍ଦ୍ର ପାଣିଗ୍ରାହୀ ଯୋଗ ଦେଇଥିଲେ। ଏହି ସ୍ବାସ୍ଥ୍ୟ ଶିବିର ଟିକୁ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ କାର୍ଯ୍ୟାଳୟ ତରଫରୁ ଏ.ପି.ଏମ ରାମାନୁଜ ପଣ୍ଡା ଓ ୟୁ.ଡି.ଏମ ଅନିଲ କୁମାର ମହାକୁର ତଦାରଖ କରିଥିଲେ । ଏହି ସ୍ବାସ୍ଥ୍ୟ ଶିବିର ରେ ୧୦୦ ରୁ ଉର୍ଦ୍ଧ ବରିଷ୍ଠ ରୋଗୀ ମାଗଣା ସେବା ଲାଭ କରିଥିଲେ। ଉକ୍ତ ସ୍ବାସ୍ଥ୍ୟ ଶିବିର ଟି ସୁଚାରୁ ରୂପେ ପରିଚାଳିତ ହେଇଥିଲା।