-+91-9937148622 |
prerana_bgr@rediffmail.com |
Wednesday 30th September 2026 |
R.N.I. Regd No. ODIODI/2010/46693
Breaking News
30-Sep-2026
ବରପାଲି : ୩୦/୯(ସୁଦାମ ଦୀପ) ବରପାଲି ମହାବିଦ୍ୟାଳୟର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ନବାଗତ ଛାତ୍ରଛାତ୍ରୀମାନଙ୍କୁ ନେଇ ଏକ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସଭାରେ ମହାବିଦ୍ୟାଳୟର ଅଧ୍ୟକ୍ଷା ପ୍ରାଧ୍ୟାପିକା ଜୟନ୍ତୀ ଦାଶ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିବା ବେଳେ ଓଡ଼ିଆ ବିଭାଗର ମୁଖ୍ୟ ଉତ୍ତରକୁମାର ଗଡ଼ତିଆ ସଭାକାର୍ଯ୍ୟ ପରିଚାଳନା କରିଥିଲେ। ବିଭାଗର ଅନ୍ୟାନ୍ୟ ଅଧ୍ୟାପିକା ଡ. ସସ୍ମିତା ପ୍ରଧାନ ଓ ଅଧ୍ୟାପକ ଅରୁଣ କୁମାର ବାରିକ ପ୍ରମୁଖ ଉପସ୍ଥିତ ଥିଲେ। ଅତିଥିମାନେ ନୂତନ ଛାତ୍ରଛାତ୍ରୀମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିବା ସହ ଉଚ୍ଚଶିକ୍ଷା ବିଭାଗଦ୍ୱାରା ନିର୍ଦ୍ଧାରିତ ସମସ୍ତ ନିୟମାବଳୀକୁ କଡ଼ାକଡ଼ି ଭାବରେ ପାଳନ କରି ନିଷ୍ଠାର ସହ ଅଧ୍ୟୟନ କରିବାକୁ ପରାମର୍ଶ ଦେଇଥିଲେ। କାର୍ଯ୍ୟକ୍ରମର ପ୍ରାରମ୍ଭରେ ଛାତ୍ରୀ ରୋଜି ନାୟକ, ପ୍ରତୀକ୍ଷା ପ୍ରଧାନ, ପମି ନାୟକ ଓ ସସ୍ମିତା ସାହୁ ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥିଲେ। ଛାତ୍ରୀ ଅନୁପମା ପଧାନ ସଭାକାର୍ଯ୍ୟ ସଂଯୋଜନା କରିଥିବା ବେଳେ ଶେଷରେ ନାରାୟଣ ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମ ପରିଚାଳନାରେ ଛାତ୍ର ଅତୁଲ ମେହେର, ବଳଦେବ ସୁନାଙ୍କ ସମେତ ଅନ୍ୟାନ୍ୟ ଛାତ୍ରଛାତ୍ରୀ ସକ୍ରିୟ ସହଯୋଗ କରିଥିଲେ।