-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି

30-Sep-2026




ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର ଜିଲ୍ଲାର ସ୍ୱାସ୍ଥ୍ୟସେବା ଓ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଭିତ୍ତିଭୂମି ବିକାଶ ସମ୍ପର୍କିତ ଦୁଇଟି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ବିଧାନସଭାରେ ଉଠାଇଛନ୍ତି ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ। ତାଙ୍କ ପ୍ରଶ୍ନର ଉତ୍ତରରେ ସରକାର ସ୍ୱାସ୍ଥ୍ୟ କ୍ଷେତ୍ରରେ ଅନୁମୋଦିତ ଅର୍ଥ ଏବଂ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜମି ସମ୍ପର୍କରେ ତଥ୍ୟ ରଖିଛନ୍ତି ।
ସ୍ୱାସ୍ଥ୍ୟସେବା ପାଇଁ ₹୪.୩୭ କୋଟିରୁ ଅଧିକ
୨୮ ସେପ୍ଟେମ୍ବର ୨୦୨୬ର ଅଣତାରକା ପ୍ରଶ୍ନ ନଂ–୧୬୩୨ରେ କଳିକେଶ ନାରାୟଣ ସିଂହଦେଓ ୨୦୨୬–୨୭ ବର୍ଷରେ ବଲାଙ୍ଗିର ଜିଲ୍ଲାରେ ଔଷଧ, ଉପଯୋଗୀ ସାମଗ୍ରୀ ଓ ଚିକିତ୍ସା ଉପକରଣ କ୍ରୟ ପାଇଁ ନିରାମୟ, NHM ଓ ରାଜ୍ୟ ବଜେଟ୍‌ରୁ ଅର୍ଥ ବ୍ୟବସ୍ଥା ସମ୍ପର୍କରେ ପ୍ରଶ୍ନ କରିଥିଲେ ।
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗଙ୍କ ଉତ୍ତର ଅନୁଯାୟୀ, ବଲାଙ୍ଗିର ଜିଲ୍ଲା ପାଇଁ NHM, PM-ABHIM ଓ XV-FC ଅଧୀନରେ ମୋଟ ₹୪,୩୭,୪୧,୨୫୭ ଅନୁମୋଦନ କରାଯାଇଛି। ତେବେ ନିରାମୟ ଯୋଜନାର ଅର୍ଥ ଜିଲ୍ଲାୱାରୀ ନୁହେଁ, ସମଗ୍ର ରାଜ୍ୟ ପାଇଁ ଅନୁମୋଦିତ ହୋଇଥିବା ମନ୍ତ୍ରୀ କହିଛନ୍ତି ।
ସରକାରଙ୍କ ଉତ୍ତରରେ ଆହୁରି କୁହାଯାଇଛି ଯେ, ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ହସ୍ପିଟାଲ ଏବଂ CHC/PHCଗୁଡ଼ିକରେ ଆବଶ୍ୟକୀୟ ଔଷଧ, ଚିକିତ୍ସା ଉପକରଣ କିମ୍ବା ଅନ୍ୟାନ୍ୟ ଜରୁରୀ ସାମଗ୍ରୀର ଅଭାବ ସମ୍ପର୍କରେ କୌଣସି ରିପୋର୍ଟ ମିଳିନାହିଁ। OSMCL ପକ୍ଷରୁ ଔଷଧ ଯୋଗାଣରେ ବ୍ୟତିକ୍ରମ ହେଲେ, ଅନୁମୋଦିତ ଟେଣ୍ଡର ଦରରେ ସ୍ଥାନୀୟ ଭାବେ ଔଷଧ କ୍ରୟ କରାଯାଉଥିବା ଏବଂ ଷ୍ଟକ୍‌ର ସମୟୋଚିତ ପୁନଃପୂରଣ ପାଇଁ ପଦକ୍ଷେପ ନିଆଯାଉଥିବା ଉତ୍ତରରେ ଦର୍ଶାଯାଇଛି ।
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ମାଷ୍ଟର ପ୍ଲାନ୍ ନଥିବା ସୂଚନା
ସେହିପରି ୨୫ ସେପ୍ଟେମ୍ବର ୨୦୨୬ର UD AQ ନଂ–୧୩୭୮ ମାଧ୍ୟମରେ କଳିକେଶ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ସମ୍ପୂର୍ଣ୍ଣ କ୍ୟାମ୍ପସ ପାଇଁ ଆବଶ୍ୟକ ଜମି, ଏପର୍ଯ୍ୟନ୍ତ ଉପଲବ୍ଧ ଜମି ଏବଂ ଭବିଷ୍ୟତ ଜମି ବ୍ୟବସ୍ଥା ସମ୍ପର୍କରେ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଠାରୁ ତଥ୍ୟ ମାଗିଥିଲେ ।
ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଉତ୍ତର ଅନୁଯାୟୀ, ରାଜେନ୍ଦ୍ର ସ୍ୱୟଂଶାସିତ ମହାବିଦ୍ୟାଳୟକୁ ୨୦୨୦ ମସିହାରେ ବିଶ୍ୱବିଦ୍ୟାଳୟ ଭାବେ ଉନ୍ନୀତ କରାଯାଇଥିଲା । ଉନ୍ନୀତ ସମୟରେ କୌଣସି ମାଷ୍ଟର ପ୍ଲାନ୍ କିମ୍ବା ବିସ୍ତୃତ ପ୍ରକଳ୍ପ ରିପୋର୍ଟ (DPR) ପ୍ରସ୍ତୁତ ହୋଇନଥିବା ମନ୍ତ୍ରୀ ଉତ୍ତରରେ କହିଛନ୍ତି ।
ବର୍ତ୍ତମାନ ୫୦.୪୩୭ ଏକର ଜମି ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିର ନାମରେ ରେକର୍ଡଭୁକ୍ତ ଥିବା ଜଣାପଡ଼ିଛି । ବିଶ୍ୱବିଦ୍ୟାଳୟର ଆବଶ୍ୟକତା ଆଧାରରେ ଭିତ୍ତିଭୂମି ବିକାଶ ପାଇଁ ଆଗାମୀ ଆବଶ୍ୟକ ପଦକ୍ଷେପ ଉଚ୍ଚଶିକ୍ଷା ବିଭାଗ ନେବ ବୋଲି ମନ୍ତ୍ରୀ ଉତ୍ତର ଦେଇଛନ୍ତି ।
ବଲାଙ୍ଗିରର ସ୍ୱାସ୍ଥ୍ୟସେବା ଓ ଉଚ୍ଚଶିକ୍ଷାର ଭିତ୍ତିଭୂମି ସମ୍ପର୍କିତ ଏହି ଦୁଇ ପ୍ରଶ୍ନ ମାଧ୍ୟମରେ ଜିଲ୍ଲାର ଆବଶ୍ୟକତା ଓ ବିକାଶ ସମ୍ପର୍କିତ ବିଷୟ ବିଧାନସଭାର ରେକର୍ଡରେ ସ୍ଥାନ ପାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026

You Might Also Like