-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ

04-Oct-2026



ବଲାଙ୍ଗୀର(ପ୍ରେରଣା ଖବର): ଆଜି ବଲାଙ୍ଗୀର ସଦରମହକୁମା ଠାରେ ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳନ ହୋଇଥିଲା । କାର୍ଯ୍ୟକ୍ରମ ପ୍ରାରମ୍ଭରେ, ଗାନ୍ଧୀ ଭବନ ସମ୍ମୁଖସ୍ଥ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା । ଜିଲ୍ଲାପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ପୌରପରିଷଦର ଅଧ୍ୟକ୍ଷା ଲିକା ସାହୁ, ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରା, ଜିଲ୍ଲାପରିଷଦ ନିର୍ବାହୀ ଅଧିକାରୀ ତଥା ମୁଖ୍ୟ ଉନ୍ନୟନ ଅଧିକାରୀ ତରଣୀ ସୁନା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରାଜେନ୍ଦ୍ର କୁମାର ମାଝୀ ପ୍ରମୁଖ ଉପସ୍ଥିତ ଥିଲେ ।  
ଏହାପରେ ସଦରମହକୁମା ସ୍ଥିତ ଗାନ୍ଧୀନଗରପଡା ଠାରେ ଅବସ୍ଥାପିତ ମହାତ୍ମାଗାନ୍ଧୀ ପ୍ରତିମୂର୍ତ୍ତି ନିକଟରେ ଏକ ସଭାର ଆୟୋଜନ ହୋଇଥିଲା । ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରାଙ୍କ ସଭାପତିତ୍ଵରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ସମ୍ମାନିତ ଅତିଥି ଭାବେ ପୌରପରିଷଦ ଅଧ୍ୟକ୍ଷା ଲିକା ସାହୁ ଓ ପୌର ନିର୍ବାହୀ ଅଧିକାରୀ ସନ୍ତୋଷ ବେହେରା ଉପସ୍ଥିତ ଥିଲେ । ସମ୍ମାନୀୟ ଅତିଥି ପ୍ରତିମୂର୍ତ୍ତି ନିକଟରେ ପ୍ରଦୀପ ପ୍ରଜ୍ଵଳନ ଓ ପୁଷ୍ପ ମାଲ୍ୟାର୍ପଣ ଅର୍ପଣ କରିଥିଲେ ଏବଂ ସର୍ବଧର୍ମ ପ୍ରାର୍ଥନାରେ ଶ୍ରୀ ସତ୍ୟବନ୍ତ ବେଦବାକ, ଇମ୍ମାମ ସାହେବ ମହମ୍ମଦ ମୁସାହିତ ରାଜା, ନିମୁଏଲ ନାଗ, ଯଶବୀର ସିଂ ପ୍ରମୁଖ ସର୍ବଧର୍ମ ପାଠ କରିଥିଲେ । ଉପସ୍ଥିତ ସମ୍ମାନିତ ଅତିଥି ଅଭିଭାଷଣରେ କହିଥିଲେ, ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ କେବଳ ଉତ୍ସବରେ ସୀମିତ ନରଖି, ଦୈନନ୍ଦିନ ଜୀବନରେ ତାଙ୍କର ମୂଲ୍ୟବୋଧକୁ ପ୍ରୟୋଗ କରି ସୁସମାଜ ଗଠନ କରିବା । ତାଙ୍କର ନୀତି ଶିକ୍ଷା ବିଶ୍ୱବ୍ୟାପୀ ଲୋକମାନଙ୍କୁ ପ୍ରେରଣା ଦେଇ ଚାଲିଛି, ସେଇ ନୀତି ଶିକ୍ଷାରେ ଛାତ୍ରଛାତ୍ରୀଙ୍କୁ ଅନୁପ୍ରାଣିତ ହୋଇ ଭଲ ମଣିଷ ହେବାକୁ ଅତିଥିବୃନ୍ଦ ପରାମର୍ଶ ଦେଇଛନ୍ତି  । 
ଏହି କାର୍ଯ୍ୟକ୍ରମରେ କିସ୍ ଆବାସିକ ବିଦ୍ୟାଳୟର ଛାତ୍ରୀମାନେ ବାପୁଜୀଙ୍କ ପ୍ରିୟ ଭଜନ ପରିବେଷଣ କରିଥିଲେ। ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ଉଚ୍ଚ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟସ୍ତରରେ ଆୟୋଜିତ ହୋଇଥିବା ବକ୍ତୃତା ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀଙ୍କୁ ଅତିଥିବୃନ୍ଦ

ପୁରସ୍କାର ପ୍ରଦାନ କରିଥିଲେ। ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସୁଶ୍ରୀ ଲକ୍ଷ୍ମୀ ସାକିଆ ଏହି କାର୍ଯ୍ୟକ୍ରମର ସଂଯୋଜନା ତଥା ପରିଚାଳନା କରିଥିଲେ ।  ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ବରିଷ୍ଠ ନାଗରିକ ଜୟରାମ ମିଶ୍ର, ଡାଃ. ପ୍ରେମଚାନ୍ଦ ମହାନ୍ତି, ସନ୍ଦୀପ କୁମାର କୁଅଁର, କ୍ରୀଡ଼ାବାସ ଅଧିକ୍ଷକ ପରାଶର ବାଗ, କିସ୍‌ର ପ୍ରଧାନଶିକ୍ଷକ ଆକାଶ କୁମାର ମିଶ୍ର, ସମାଜସେବୀ, ଗଣମାଧ୍ୟମ ପ୍ରତିନିଧି, ଶିକ୍ଷକ-ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ। ପୌରପରିଷଦର କର୍ମଚାରୀ ଓ  ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗର ବରିଷ୍ଠ ରାଜସ୍ୱ ସହାୟକ ବିମ୍ବାଧର ସୁନା, କର୍ମଚାରୀ ଦେବେନ୍ଦ୍ର ବାଗ, କ୍ରୀଡ଼ାବାସର କର୍ମଚାରୀ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026

You Might Also Like