-+91-9937148622 |
prerana_bgr@rediffmail.com |
Thursday 8th October 2026 |
R.N.I. Regd No. ODIODI/2010/46693
Breaking News
08-Oct-2026
ସୁନ୍ଦରଗଡ଼: ସ୍ଥାନୀୟ ବିକାଶଠାରେ ଆଗାମୀ ତ୍ରି -ସ୍ତରୀୟ ପଞ୍ଚାୟତିରାଜ ଅନୁଷ୍ଠାନର ନିର୍ବାଚନ ଏବଂ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ନିମନ୍ତେ ଏକ ଜିଲ୍ଲା ସ୍ତରୀୟ ପ୍ରଶିକ୍ଷଣ ବୈକଠ ଅନୁଷ୍ଠିତ ହୋଇଯାଇଛି। ଆଗାମୀ ପଞ୍ଚାୟତ (PRI ) ଓ ପୌରାଞ୍ଚଳ (ULB) ନିର୍ବାଚନ ପାଇଁ ସମ୍ପୂର୍ଣ୍ଣ ରାଜ୍ୟରେ ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳ ପାଇଁ ଏକ ସ୍ୱଚ୍ଛ, ତ୍ରୁଟିମୁକ୍ତ ଏବଂ ବାସ୍ତବ ସ୍ଥିତି ଉପରେ ଆଧାରିତ ଭୋଟର ତାଲିକା ପ୍ରସ୍ତୁତ କରିବା ପାଇଁ ଘର କୁ ଘର ସର୍ଭେ ଅନୁଷ୍ଠିତ ହେବ। ଏହି ସର୍ବେକ୍ଷଣ ଚଳିତ ଅକ୍ଟୋବର ୨୬ ରୁ ନଭେମ୍ବର ୧୫ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ।
ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୂରଜ ପଟ୍ଟନାୟକ, ଜିଲ୍ଲା ସହରାଞ୍ଚଳ ଉନ୍ନୟନ ସଂସ୍ଥା ର ପ୍ରକଳ୍ପ ନିର୍ଦ୍ଦେଶିକା ଜ୍ୟୋସ୍ନାମୟୀ ସାହୁ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଜିତେନ୍ଦ୍ରିୟ ମୁଣ୍ଡା, ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ, ସମସ୍ତ ପୌର ପରିଷଦର ନିର୍ବାହୀ ଅଧିକାରୀ ମାନେ ଉପସ୍ଥିତ ଥିଲେ।