-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||     

HOME   ରାଜ୍ୟ

ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ

17-Oct-2026



ରାଜ୍ୟ ଆଦିବାସୀ ସେଲ୍ ର କାର୍ଯ୍ୟକାରୀ ସଭାପତି ନିରଞ୍ଜନ ବିଶିଙ୍କ ନେତୃତ୍ୱରେ ପ୍ରତିନିଧିଦଳର ଆଲୋଚନା

ପାଟଣାଗଡ଼/ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଅନ୍ତର୍ଗତ ଗୋଏଲପିଟା ଗ୍ରାମର  ରୁଦ୍ରମଣି ବରିହାଙ୍କ  ମୃତ୍ୟୁ ଘଟଣାକୁ ନେଇ ଅଞ୍ଚଳରେ ଉଦ୍‌ବେଗ ପ୍ରକାଶ ପାଇଛି। 
ଗତ ଅକ୍ଟୋବର ୧୧ ତାରିଖ ଅପରାହ୍ଣ ପ୍ରାୟ ୩ଟା ସମୟରୁ ରୁଦ୍ରମଣି ନିଖୋଜ ଥିଲେ। ପରଦିନ ଅର୍ଥାତ୍ ଅକ୍ଟୋବର ୧୨ ତାରିଖ ଭୋର ପ୍ରାୟ ୫ଟା ସମୟରେ ଭାଲୁଖାଇ ଡ୍ୟାମ୍‌ରୁ ତାଙ୍କ ମୃତଦେହ ମିଳିଥିଲା।
ମୃତଦେହର ଆଖିରେ ଧାରୁଆ ଅସ୍ତ୍ର ଦ୍ୱାରା ଆଘାତ କରାଯାଇଥିବା ଏବଂ ରକ୍ତଚିହ୍ନ ଥିଲା l ଏଭଳି ପରିସ୍ଥିତିରେ ରୁଦ୍ରମଣିଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ସନ୍ଦେହ ପ୍ରକାଶ ପାଇଛି। ଘଟଣାର ପ୍ରକୃତ ରହସ୍ୟ ଉନ୍ମୋଚନ କରିବା ସହ ଏଥିରେ ସମ୍ପୃକ୍ତ ଦୋଷୀମାନଙ୍କୁ ଚିହ୍ନଟ କରି ତୁରନ୍ତ ଗିରଫ କରିବାକୁ ଦାବି ହୋଇଛି।
ଏହି ଘଟଣାରେ ନ୍ୟାୟ ଦାବି କରି ଆଜି ବିଜୁ ଜନତା ଦଳର ରାଜ୍ୟ ଆଦିବାସୀ ସେଲ୍‌ର କାର୍ଯ୍ୟକାରୀ ସଭାପତି ତଥା ପୂର୍ବତନ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶିଙ୍କ ନେତୃତ୍ୱରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ଏକ ପ୍ରତିନିଧିଦଳ ପାଟଣାଗଡ଼ ଏସ୍‌ଡିପିଓଙ୍କୁ ସାକ୍ଷାତ କରିଥିଲେ।
ପ୍ରତିନିଧିଦଳ ଘଟଣାର ସମସ୍ତ ଦିଗ ଉପରେ ନିରପେକ୍ଷ, ତ୍ୱରିତ ଓ ପୁଙ୍ଖାନୁପୁଙ୍ଖ ତଦନ୍ତ କରିବା ସହ ସମ୍ପୃକ୍ତ ଅଭିଯୁକ୍ତମାନଙ୍କୁ ଅବିଳମ୍ବ ଗିରଫ କରିବାକୁ ଦୃଢ଼ ଦାବି ଜଣାଇଥିଲେ।
ଆଲୋଚନା ସମୟରେ ଶ୍ରୀ ବିଶି କହିଥିଲେ ଯେ, ଜଣେ ଆଦିବାସୀ ଯୁବକଙ୍କ ଏଭଳି ସନ୍ଦେହଜନକ ମୃତ୍ୟୁ ଅତ୍ୟନ୍ତ ଦୁଃଖଦ ଓ ଚିନ୍ତାଜନକ। ଘଟଣାର ସତ୍ୟାସତ୍ୟ ଶୀଘ୍ର ଉନ୍ମୋଚନ ହେବା ଆବଶ୍ୟକ। ଆଇନ ଅନୁଯାୟୀ ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ପୀଡ଼ିତ ପରିବାରକୁ ନ୍ୟାୟ ପ୍ରଦାନ କରାଯିବା ଉଚିତ ବୋଲି ସେ ମତବ୍ୟକ୍ତ କରିଥିଲେ।
ଏହି ଅବସରରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ଖପ୍ରାଖୋଲ ବ୍ଲକ ସଭାପତି ଚନ୍ଦ୍ରଶେଖର ବରିହା, ଜଳ ଧରୁଆ, ଗୁଣ ବରିହା, କିଶୋର ବରିହା, ବିପିନ ବରିହା, ସହଦେଵ ଭୋଇ ଓ ଖିତିରାଜ ବରିହା ପ୍ରମୁଖ ଉପସ୍ଥିତ ରହି ଘଟଣାର ତ୍ୱରିତ ତଦନ୍ତ ଓ ଦୋଷୀଙ୍କ ଗିରଫ ଦାବି କରିଥିଲେ।
ଅନ୍ୟପକ୍ଷରେ, ପ୍ରତିନିଧିଦଳ ସହ ଆଲୋଚନା ପରେ ପାଟଣାଗଡ଼ ଏସ୍‌ଡିପିଓ ଘଟଣାର ତଦନ୍ତ ତ୍ୱରାନ୍ୱିତ କରାଯିବା ସହ ଏଥିରେ ସମ୍ପୃକ୍ତ ସମସ୍ତ ଅଭିଯୁକ୍ତଙ୍କୁ ଚିହ୍ନଟ କରି ଆଇନ ଅନୁଯାୟୀ ଗିରଫ ଓ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିବା ଜଣାପଡ଼ିଛି।
ଏହି ସମ୍ବେଦନଶୀଳ ଘଟଣାରେ ପ୍ରକୃତ ସତ୍ୟ ଉନ୍ମୋଚନ, ଦୋଷୀଙ୍କ ଗିରଫ ଏବଂ ମୃତକଙ୍କ ପରିବାରକୁ ନ୍ୟାୟ ପ୍ରଦାନ ପାଇଁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ଦୃଢ଼ ଦାବି କରିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026

You Might Also Like