-+91-9937148622 |

prerana_bgr@rediffmail.com |

  Wednesday 28th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   (28-Oct-2026)       ||      *ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   (28-Oct-2026)       ||      ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||      ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||      ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||     

HOME   ଜିଲ୍ଲା

ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର

28-Oct-2026



କନ୍ଧମାଳ (ସୁଶୀଳ କୁମାର ପାଣିଗ୍ରାହୀ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ କନ୍ଧମାଳ ଜିଲ୍ଲାରେ ପ୍ରଶାସନିକ ତତ୍ପରତା ବଢ଼ିଛି। ଧନଜୀବନର ସୁରକ୍ଷା ସହ ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟ ନେଇ ସମସ୍ତ ବିଭାଗକୁ ସଜାଗ ରଖାଯାଇଛି। ଏହି ପରିପ୍ରେକ୍ଷୀରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ରବିନାରାୟଣ ନାୟକ ଦୁଇଦିନିଆ କନ୍ଧମାଳ ଗସ୍ତରେ ଆସି ବାତ୍ୟା ମୁକାବିଲା ପ୍ରସ୍ତୁତି ସହ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ବାତ୍ୟାର ସମ୍ଭାବ୍ୟ ପ୍ରଭାବକୁ ଦୃଷ୍ଟିରେ ରଖି ଜିଲ୍ଲାରେ ଆଗୁଆ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି। ସୁରକ୍ଷା ଦୃଷ୍ଟିରୁ ୧୯୮ ଜଣ ଗର୍ଭବତୀ ମହିଳାଙ୍କୁ ମା’ ଗୃହକୁ ସ୍ଥାନାନ୍ତର କରାଯାଇଥିବାବେଳେ ୧୩ଟି ପରିବାରକୁ ସୁରକ୍ଷିତ ସ୍ଥାନକୁ ନିଆଯାଇଛି। ଗର୍ଭବତୀ ମହିଳାଙ୍କ ସ୍ୱାସ୍ଥ୍ୟସେବା ଓ ଅନ୍ୟାନ୍ୟ ଆବଶ୍ୟକତା ଉପରେ ସ୍ୱତନ୍ତ୍ର ନଜର ରଖାଯାଇଛି। ସମୀକ୍ଷା ବୈଠକରେ ମନ୍ତ୍ରୀ ବାତ୍ୟା ସମୟରେ ଯେପରି କୌଣସି ଜୀବନହାନି ନ ହୁଏ, ସେଥିପାଇଁ ସମସ୍ତ ବିଭାଗକୁ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବିପଦସଙ୍କୁଳ ଅଞ୍ଚଳରୁ ଲୋକଙ୍କୁ ସମୟୋଚିତ ଭାବେ ସୁରକ୍ଷିତ ସ୍ଥାନକୁ ନେବା, ପାନୀୟ ଜଳ ଯୋଗାଣ ସମେତ ଅତ୍ୟାବଶ୍ୟକ ସେବା ସ୍ୱାଭାବିକ ରଖିବା ଏବଂ ଜରୁରୀ ପରିସ୍ଥିତିରେ ତୁରନ୍ତ ପଦକ୍ଷେପ ନେବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି।

ପାହାଡ଼ିଆ ଓ ଘଞ୍ଚ ଜଙ୍ଗଲ ପରିବେଷ୍ଟିତ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ଯୋଗୁଁ ଗଛ ଉପୁଡ଼ିବା, ରାସ୍ତା ଅବରୋଧ ଓ ଘରଦ୍ୱାର କ୍ଷତିଗ୍ରସ୍ତ ହେବାର ଆଶଙ୍କା ରହିଛି। ଏହାକୁ ଆଖିଆଗରେ ରଖି ଜିଲ୍ଲାର ଦୁଇଟି ଘାଟି ରାସ୍ତାରେ ଯାନବାହନ ଚଳାଚଳ ବନ୍ଦ କରାଯାଇଛି। ବିଭିନ୍ନ ପର୍ଯ୍ୟଟନସ୍ଥଳୀକୁ ମଧ୍ୟ ସାମୟିକ ଭାବେ ବନ୍ଦ ରଖାଯାଇଛି। ଅଗ୍ନିଶମ ବାହିନୀକୁ ସଜାଗ ରଖାଯାଇଥିବାବେଳେ ଆବଶ୍ୟକ ପଡ଼ିଲେ ଓଡ୍ରାଫ୍‌ ଟିମ୍‌ ମୁତୟନ କରାଯିବ। ବ୍ଲକ୍‌ସ୍ତରରେ ବିଡିଓଙ୍କଠାରୁ ଆରମ୍ଭ କରି ପଞ୍ଚାୟତସ୍ତରର ପିଇଓଙ୍କ ପର୍ଯ୍ୟନ୍ତ ସମସ୍ତଙ୍କୁ ସତର୍କ ରହିବା ସହ ସ୍ଥିତି ଉପରେ ନିରନ୍ତର ନଜର ରଖିବାକୁ କୁହାଯାଇଛି। କେବଳ ବାତ୍ୟା ପୂର୍ବ ପ୍ରସ୍ତୁତି ନୁହେଁ, ବିପର୍ଯ୍ୟୟ ପରବର୍ତ୍ତୀ ସ୍ଥିତିର ମୁକାବିଲାକୁ ମଧ୍ୟ ଗୁରୁତ୍ୱ

ଦିଆଯାଇଛି। ବାତ୍ୟାରେ ଘରଦ୍ୱାର କିମ୍ବା ଅନ୍ୟାନ୍ୟ ସମ୍ପତ୍ତି କ୍ଷତିଗ୍ରସ୍ତ ହେଲେ ତୁରନ୍ତ କ୍ଷୟକ୍ଷତି ଆକଳନ କରି ପାଞ୍ଚ ଦିନ ମଧ୍ୟରେ ପ୍ରଭାବିତ ପରିବାରଙ୍କୁ ସହାୟତା ପ୍ରଦାନ କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଆବଶ୍ୟକ ପଡ଼ିଲେ ସେ ନିଜେ କ୍ଷତିଗ୍ରସ୍ତ ଅଞ୍ଚଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିବେ ବୋଲି ଜଣାପଡ଼ିଛି। ପରିସ୍ଥିତି ସ୍ୱାଭାବିକ ନ ହେବା ପର୍ଯ୍ୟନ୍ତ ଲୋକଙ୍କ ସମସ୍ୟା ବୁଝିବା ସହ ଆବଶ୍ୟକ ସହାୟତା ଯୋଗାଇଦେବା ଉପରେ ମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ଏହି ସମୀକ୍ଷା ବୈଠକରେ କନ୍ଧମାଳ ଜିଲ୍ଲାପାଳ ବେଦଭୂଷଣ, ଫୁଲବାଣୀ ବିଧାୟକ ତଥା ଜିଲ୍ଲା ଉନ୍ନୟନ ପରିଷଦ ଅଧ୍ୟକ୍ଷ ଉମାଚରଣ ମଲ୍ଲିକ, ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ମାନଗୋବିନ୍ଦ ପ୍ରଧାନ, ଆରକ୍ଷୀ ଅଧୀକ୍ଷକ ରାମେନ୍ଦ୍ର ପ୍ରସାଦ, ପ୍ରଶିକ୍ଷଣରତ ଆଇଏଏସ୍‌ ଅଧିକାରୀ ଯଶକରଣ ସିଂଙ୍କ ସମେତ ବରିଷ୍ଠ ପ୍ରଶାସନିକ ଅଧିକାରୀ  ଉପସ୍ଥିତ ଥିଲେ। ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜାରି ରହିଥିବାବେଳେ ଆଗୁଆ ସତର୍କତା, ବିଭାଗୀୟ ସମନ୍ୱୟ ଓ ତ୍ୱରିତ ସହାୟତା ମାଧ୍ୟମରେ କ୍ଷୟକ୍ଷତିକୁ ସର୍ବନିମ୍ନ କରିବା ସହ ଜନଜୀବନର ସୁରକ୍ଷା ନିଶ୍ଚିତ କରିବା ପ୍ରଶାସନର ପ୍ରମୁଖ ଲକ୍ଷ୍ୟ ରହିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   28-Oct-2026
  ଜିଲ୍ଲା  
*ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   28-Oct-2026
  ଜିଲ୍ଲା  
ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   28-Oct-2026
  ରାଜ୍ୟ  
ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ   28-Oct-2026
  ଜିଲ୍ଲା  
ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର   27-Oct-2026
  ଜିଲ୍ଲା  
ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ   27-Oct-2026
  ଜିଲ୍ଲା  
ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   27-Oct-2026
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026

You Might Also Like