-+91-9937148622 |

prerana_bgr@rediffmail.com |

  Saturday 7th November 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   (07-Nov-2026)       ||      *ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   (07-Nov-2026)       ||      ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ    (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   (07-Nov-2026)       ||      ଗୋଦାବରୀଶ ମିଶ୍ର  ଆଦର୍ଶ ପ୍ରାଥମିକ  ବିଦ୍ୟାଲୟ ର ଭିତ୍ତି ପ୍ରସ୍ତର ସ୍ଥାପନ                                                            (07-Nov-2026)       ||      ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ   (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   (06-Nov-2026)       ||      ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   (06-Nov-2026)       ||      ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   (06-Nov-2026)       ||      ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   (06-Nov-2026)       ||      ୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି    (06-Nov-2026)       ||      ଧର୍ମ ପରାୟଣ ମହିଳାଙ୍କ ପରଲୋକ I   (06-Nov-2026)       ||      ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   (06-Nov-2026)       ||      ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍    (06-Nov-2026)       ||      କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   (06-Nov-2026)       ||      ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   (06-Nov-2026)       ||      ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର    (06-Nov-2026)       ||      ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   (06-Nov-2026)       ||      ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    (06-Nov-2026)       ||      ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   (06-Nov-2026)       ||     

HOME   ଜିଲ୍ଲା

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*

07-Nov-2026



ଭୁବନେଶ୍ୱର(ମୁରଲୀଧର ମିଶ୍ର): ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା, ସମ୍ବେଦନଶୀଳତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବା ସହ ନିଜ ଦାୟିତ୍ୱ ଓ କର୍ତ୍ତବ୍ୟ ପ୍ରତି ସର୍ବଦା ସଚ୍ଚୋଟ ଏବଂ ନିଷ୍ଠାବାନ ରହିବାକୁ ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ଆହ୍ୱାନ ଜଣାଇଛନ୍ତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ।

  ନିକଟରେ ଜଣେ ଯୁବ ଓଡ଼ିଶା ରାଜସ୍ୱ ସେବା (ORS) ଅଧିକାରୀ ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ହାତରେ ଧରାପଡ଼ିବା ଘଟଣା ତାଙ୍କୁ ଗଭୀର ଭାବେ ମର୍ମାହତ ଓ ବ୍ୟଥିତ କରିଛି ବୋଲି ବିଭାଗର ସମସ୍ତ ସହକର୍ମୀଙ୍କ ଉଦ୍ଦେଶ୍ୟରେ ଲିଖିତ ଏକ ପତ୍ରରେ ସେ ଉଲ୍ଲେଖ କରିଛନ୍ତି। ଏହି ଘଟଣାକୁ ଏକ ଚେତାବନୀ ଭାବେ ଗ୍ରହଣ କରି ସରକାରୀ ସେବାରେ ନୈତିକତା, ସାଧୁତା ଓ ସ୍ୱଚ୍ଛତା ଉପରେ ଅଧିକ ଗୁରୁତ୍ୱ ଦେବା ସହ ଭବିଷ୍ୟତରେ ଏଭଳି ଘଟଣାର ପୁନରାବୃତ୍ତି ନହେବା ଦିଗରେ ସମସ୍ତଙ୍କୁ ସଚେତନ ରହିବାକୁ ସେ ପରାମର୍ଶ ଦେଇଛନ୍ତି। ପତ୍ରରେ ରାଜସ୍ୱ ସଚିବ ଉଲ୍ଲେଖ କରିଛନ୍ତି ଯେ, ସରକାରୀ ଚାକିରି କେବଳ ଜୀବିକା ନିର୍ବାହର ମାଧ୍ୟମ ନୁହେଁ, ଏହା ଜନସାଧାରଣଙ୍କ ସେବା କରିବାର ଏକ ସୁଯୋଗ। ଏଭଳି ଏକକ ଘଟଣାକୁ ଆଧାର କରି ସମଗ୍ର ବିଭାଗର କାର୍ଯ୍ୟଦକ୍ଷତା ଓ ଭାବମୂର୍ତ୍ତିକୁ ଆକଳନ କରିବା ଉଚିତ ନୁହେଁ। ବିଭାଗର ଅଧିକାଂଶ ଅଧିକାରୀ ଓ କର୍ମଚାରୀ ନିଷ୍ଠା, ସାଧୁତା ଓ ସମର୍ପଣ ଭାବନାର ସହିତ ଜନସାଧାରଣଙ୍କ ସେବା କରୁଛନ୍ତି ବୋଲି ସେ ଆଶାବ୍ୟକ୍ତ କରିଛନ୍ତି ।

ବିଭାଗରେ ଜଣେ ପ୍ରଶାସନିକ ଅଧିକାରୀ ଭାବେ ସେ ନିଜେ ନୈତିକତା, ଶୃଙ୍ଖଳା ଓ ସ୍ୱଚ୍ଛତାର ସହ ସମସ୍ତ କାର୍ଯ୍ୟ ସମ୍ପାଦନ କରିବାକୁ ପ୍ରତିବଦ୍ଧ ବୋଲି ଜଣାଇଛନ୍ତି ।ଏହି ପରିପ୍ରେକ୍ଷୀରେ ଦୁର୍ନୀତି ପ୍ରତି ଶୂନ୍ୟ-ସହନଶୀଳତା ନୀତି ଅବଲମ୍ବନ କରିବା ସହ ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ନିୟମ ଅନୁଯାୟୀ କାର୍ଯ୍ୟ କରିବାକୁ ଏବଂ ନିଜର କର୍ତ୍ତବ୍ୟ ପାଳନରେ କୌଣସି ପ୍ରକାର ଅବହେଳା ନକରିବାକୁ ସେ ଆହ୍ୱାନ ଦେଇଛନ୍ତି।
 
  ସେହିପରି, ବିଭାଗର ବିଭିନ୍ନ ସ୍ତରରେ କାର୍ଯ୍ୟରତ ଅଧିକାରୀମାନେ ପରସ୍ପର ପ୍ରତି ସମ୍ମାନ, ସହଯୋଗ ଓ କର୍ତ୍ତବ୍ୟନିଷ୍ଠାର ଭାବନା ରଖିବା ସହ ଏକ ସୁସ୍ଥ ଓ ସକାରାତ୍ମକ କାର୍ଯ୍ୟପରିବେଶ ଗଠନ ଦିଗରେ ଉଦ୍ୟମ କରିବା ଆବଶ୍ୟକ। ନିଜର ଦକ୍ଷତା ଓ ସାମର୍ଥ୍ୟର ସର୍ବୋତ୍ତମ ଉପଯୋଗ କରି ଜନସାଧାରଣଙ୍କ ଆଶା ଓ ଆକାଂକ୍ଷା ପୂରଣ କରିବା ସହ ଏକ ସ୍ୱଚ୍ଛ, ସମର୍ପିତ ଓ ଜନକୈନ୍ଦ୍ରିକ ପ୍ରଶାସନ ଗଠନ ପାଇଁ ସେ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି।
ଶେଷରେ, ରାଜସ୍ୱ ବିଭାଗ ପ୍ରତି ଜନସାଧାରଣଙ୍କ ଆସ୍ଥା ଓ ବିଶ୍ୱାସକୁ ଅତୁଟ ରଖିବା ସହ ବିଭାଗର ଗରିମା ଓ ମର୍ଯ୍ୟାଦା ବଜାୟ ରଖିବା ଆମ ସମସ୍ତଙ୍କ ସାମୂହିକ ଦାୟିତ୍ୱ ବୋଲି ଡ. ପାଢ଼ୀ ଉଲ୍ଲେଖ କରିଛନ୍ତି। ଆମେ ବିବେକବାନ ହେବା, ଆମର ମାନବିକତାକୁ ଜାଗ୍ରତ ରଖିବା ଏବଂ ଜନସାଧାରଣଙ୍କ ବିଶ୍ୱାସ ହିଁ ଆମର ସର୍ବଶ୍ରେଷ୍ଠ ପୁଞ୍ଜି ବୋଲି ସେ ନିଜ ବାର୍ତ୍ତାରେ କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   07-Nov-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   07-Nov-2026
  ଜିଲ୍ଲା  
ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ   07-Nov-2026
  ଅପରାଧ  
ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   07-Nov-2026
  ଜିଲ୍ଲା  
ଗୋଦାବରୀଶ ମିଶ୍ର  ଆଦର୍ଶ ପ୍ରାଥମିକ  ବିଦ୍ୟାଲୟ ର ଭିତ୍ତି ପ୍ରସ୍ତର ସ୍ଥାପନ                                                           07-Nov-2026
  ଜିଲ୍ଲା  
ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ   07-Nov-2026
  ଅପରାଧ  
ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   06-Nov-2026
  ଜିଲ୍ଲା  
ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   06-Nov-2026
  ଜିଲ୍ଲା  
ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   06-Nov-2026
  ଜିଲ୍ଲା  
ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   06-Nov-2026
  ଅପରାଧ  
୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି   06-Nov-2026
  ଜିଲ୍ଲା  
ଧର୍ମ ପରାୟଣ ମହିଳାଙ୍କ ପରଲୋକ I   06-Nov-2026

You Might Also Like