-+91-9937148622 |
prerana_bgr@rediffmail.com |
Thursday 6th August 2026 |
R.N.I. Regd No. ODIODI/2010/46693
Breaking News
14-Oct-2020
କାବୁଲ: ଆଫଗାନିସ୍ତାନରେ ବାୟୁସେନାର ୨ଟି ହେଲିକପ୍ଟର ମୁହାଁମୁହିଁ ଧକ୍କା ହେବା ଫଳରେ ୧୫ ଜଣଙ୍କର ମୃତ୍ୟୁ ଘଟିଛି। ସେଠାକାର ସ୍ଥାନୀୟ ଗଣମାଧ୍ୟମ ଟୋଲୋ ନ୍ୟୁଜ୍ର ସୂଚନା ଅନୁସାରେ, ମଙ୍ଗଳବାର ରାତିରେ ଦକ୍ଷିଣ ହେଲମନ୍ଦ ପ୍ରଦେଶର ମଝି ଆକାଶରେ ଆଫଗାନିସ୍ତାନ ବାୟୁସେନାର ୨ଟି ହେଲିକପ୍ଟର ମଧ୍ୟରେ ଏହି ଦୁର୍ଘଟଣା ଘଟିଛି। ଏଥିରେ ୧୫ଜଣଙ୍କ ମୃତ୍ୟୁ ଘଟିଛି ! ️ଅନ୍ୟ ଏକ ସୂତ୍ରରୁ ଜଣାପଡ଼ିଛି ଯେ ମୋଟ୍ ୮ ଜଣଙ୍କର ମୃତ୍ୟୁ ଘଟିଛି। ହେଲେ ଏ ନେଇ ପ୍ରତିରକ୍ଷା ମନ୍ତ୍ରାଳୟ କୌଣସି ପ୍ରତିକ୍ରିୟା ରଖି ନାହିଁ। କମାଣ୍ଡମାନଙ୍କୁ ଫେରାଇ ଆଣିବା ଏବଂ ଆହତ ସୁରକ୍ଷାକର୍ମୀଙ୍କୁ ନେଇ ଯାଉଥିବା ହେଲିକପ୍ଟର ମଧ୍ୟରେ ଏହି ଦୁର୍ଘଟଣା ଘଟିଛି। ଏହି ଘଟଣାକୁ ନେଇ ସ୍ଥାନୀୟ ରାଜ୍ୟପାଳଙ୍କ ମୁଖପାତ୍ର ଓମାର ଜାୱକ କହିଛନ୍ତି ଯେ, ନାୱା ଜିଲ୍ଲାରେ ଏକ ଘଟଣା ଘଟିଛି। ହେଲେ ସେ କୌଣସି ତଥ୍ୟ ପ୍ରଦାନ କରି ନାହାନ୍ତି!!