-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ରାଜ୍ୟ

କୋଭିଡ ମୁକାବିଲା – ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା  ପାର୍ବଣ ଓ ଶୀତ ଋତୁକୁ ଦୃଷ୍ଟିରେ ରଖି ଅଧିକ ସତର୍କତା ଅବଲମ୍ବନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

15-Oct-2020



Bhubaneswar,15/10- କୋଭିଡ ପରିଚାଳନାରେ ଓଡିଶା କ୍ରମାଗତଭାବେ ଭଲ ପ୍ରଦର୍ଶନ କରିଆସୁଛି। ସମସ୍ତ ସୂଚକାଙ୍କ ଜାତୀୟ ହାର ଠାରୁ ଭଲ ରହିଛି । ଅଧିକାଂଶ ଜିଲ୍ଲାରେ ନୂଆ ସଂକ୍ରମଣ କମୁଛି। କଟକ, ଖୋର୍ଦ୍ଧା ଓ ପୁରୀ ପରି ଅଧିକ ସଂକ୍ରମଣ ଥିବା ଜିଲ୍ଲାଗୁଡିକରେ ମଧ୍ୟ ପରିସ୍ଥିତିର ଉନ୍ନତି ଆସିଛି । ଆଗକୁ ପୂଜା ଋତୁ ଆସୁଥିବାରୁ ଏବଂ ତା ପରେ ପରେ ଶୀତ ଋତୁର ପ୍ରଭାବ ଆସୁଥିବାରୁ ପ୍ରଶାସନକୁ ସଂପୂର୍ଣ୍ଣ ଭାବେ ସତର୍କ ରହି ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଏବଂ କୋଭିଡ ନିୟମାବଳୀକୁ ଦୃଢ ଭାବରେ କାର୍ଯ୍ୟକାରୀ କରିବାକୁ ହେବ । ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ  ଭିଡିଓ କନ୍‌ଫରେନସିଂ ଜରିଆରେ କୋଭିଡ ପରିଚାଳନାର ସମୀକ୍ଷା କରି ବରିଷ୍ଠ ଅଧିକାରୀ ମାନଙ୍କୁ ଏହି ପରାମର୍ଶ ଦେଇଛନ୍ତି।
    ମୁଖ୍ୟମନ୍ତ୍ରୀ କହିଥିଲେ ଯେ କେରଳ କୋଭିଡ ପରିଚାଳନାରେ ଅତି ଭଲ ପ୍ରଦର୍ଶନ କରିଆସୁଥିଲା। କିନ୍ତୁ ଓନାମ ଉତ୍ସବ ପରେ ସବୁକିଛି ବଦଳି ଯାଇଛି। ସଂକ୍ରମଣ ବହୁ ପରିମାଣରେ ବଢିଯାଇଛି। ଇଉରୋପ୍‌ର ଦେଶ ଗୁଡିକରେ ମଧ୍ୟ ସଂକ୍ରମଣର Second Wave  ଦେଖାଦେଇଛି। ତେଣୁ ସାମାନ୍ୟ ଢିଲା ପଣ ଆସିଲେ, ପରିସ୍ଥିତି ଗମ୍ଭୀର ହେବାର ଆଶଙ୍କା ରହିଛି । ସେଥିପାଇଁ ପ୍ରଶାସନ ଏ କ୍ଷେତ୍ରରେ ସଂପୂର୍ଣ୍ଣ ସତର୍କ ରହି ଲୋକଙ୍କୁ ସଚେତନ କରିବା ଏବଂ ସବୁ ନିୟମର ଦୃଢ ଅନୁପାଳନ ଉପରେ ଧ୍ୟାନ କେନ୍ଦ୍ରୀତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।
    ଏହି ଅବସରରେ ରାଜ୍ୟରେ ଅର୍ଥନୈତିକ କାର୍ଯ୍ୟକ୍ରମ ଉପରେ ଗୁରୁତ୍ବ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଓଡିଶା ବର୍ତ୍ତମାନ ପୁଞ୍ଜି ବିନିଯୋଗର ଏକ ଆକର୍ଷଣୀୟ କ୍ଷେତ୍ର ହୋଇପାରିଛି । ତେଣୁ ବୃହତ ଶିଳ୍ପ ହେଉ, କିମ୍ବା ମଧ୍ୟମ ବା MSME କ୍ଷେତ୍ର ହେଉ – ସମସ୍ତ ଶିଳ୍ପ ପ୍ରକଳ୍ପ ଗୁଡିକୁ ସବୁସ୍ତରରେ ସହଯୋଗ ଯୋଗାଇ ଦେଇ ଠିକ୍‌ ସମୟରେ ପ୍ରକଳ୍ପ ଯେପରି କାର୍ଯ୍ୟକାରୀ ହେବ ଏବଂ ପୁଞ୍ଜି ବିନିଯୋଗର ଲାଭ ଯେପରି ଲୋକମାନେ ପାଇପାରିବେ, ସେଥିପ୍ରତି ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।  
    ନରେଗା, ମିଶନ ଶକ୍ତି ଓ ଜୀବିକା ମିଶନ ଆଦି ଜୀବିକା କାର୍ଯ୍ୟକ୍ରମ ଗୁଡିକୁ ମଧ୍ୟ ଉପଯୁକ୍ତ ପ୍ରାଧାନ୍ୟ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।  ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶିଳ୍ପ, ଖଣି, ନିର୍ମାଣ, ସେବା, ପରିବହନ ଆଦି ସବୁ କ୍ଷେତ୍ରରେ ଅର୍ଥନୈକିକ କାର୍ଯ୍ୟକ୍ରମକୁ ଆଗ୍ରାଧିକାର ଦେବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ କ୍ଷେତ୍ରରେ କୌଣସି ବାଧାକୁ ବରଦାସ୍ତ କରାଯିବ ନାହିଁ । ଯେକୌଣସି ଅର୍ଥନୈତିକ କାର୍ଯ୍ୟକ୍ରମରେ ବାଧା ସୃଷ୍ଟି କରାଗଲେ ଦୃଢ ପଦକ୍ଷେପ ନିଆଯିବ।
    ମୁଖ୍ୟଶାସନ ସଚିବ ଶ୍ରୀ ଅସିତ ତ୍ରିପଠୀ କହିଥିଲେ ଯେ ରାଜ୍ୟରେ ସଂକ୍ରମଣ ହ୍ରାସ ଘଟୁଛି । ତେଣୁ ବର୍ତ୍ତମାନ ଡାକ୍ତରଖାନା ଉପରେ ଚାପ ମଧ୍ୟ ହ୍ରାସ ପାଇଛି । Anti Viral Tablet Favipiravir ଭଲ କାମ ଦେଉଛି ଓ ଏହାର ବ୍ୟବହାର   ରୋଗୀଙ୍କ ଦ୍ବାରା ଗ୍ରହଣୀୟ ହେଉଛି ବୋଲି ସେ କହିଥିଲେ।   ସେହିପରି Test Report ଯେପରି ଶୀଘ୍ର ମିଳିପାରିବ, ସେ ଦିଗରେ ପଦକ୍ଷେପ ନିଆଯାଉଛି ବୋଲି ସେ କହିଥିଲେ ।
    ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ମହାପାତ୍ର କହିଲେ ଯେ କଟକ, ଖୋର୍ଦ୍ଧା ଓ ପୁରୀରେ ସଂକ୍ରମଣ କମୁଛି । ରାଜ୍ୟରେ ଆରୋଗ୍ୟ ହାର ୯୧ ପ୍ରତିଶତରେ ପହଞ୍ଚିଛି ଏବଂ ଓଡିଶା ଏ କ୍ଷେତ୍ରରେ ଦେଶର ପ୍ରଥମ ୫ଟି ରାଜ୍ୟ ମଧ୍ୟରେ ରହିଛି ।  ରାଜ୍ୟରେ ବର୍ତ୍ତମାନ ୨୫୪୨୮ ଆକ୍ଟିଭ କେସ୍‌ ଥିବାବେଳେ, ୧୯୧୩୧ ଜଣ ଗୃହ ସଂଗରୋଧରେ ରହିଛନ୍ତି। କୋଭିଡ ଡାକ୍ତରଖାନା ଶଯ୍ୟା, ICU ଓ Ventilator ଆଦି ସବୁ କ୍ଷେତ୍ରରେ ରାଜ୍ୟ ବର୍ତ୍ତମାନ ସନ୍ତୋଷଜନକ ସ୍ଥିତିରେ ରହିଛି । ବାର୍ତ୍ତମାନ ୨୦ ରୁ ୪୦ ପ୍ରତିଶତ ICU ଖାଲି ରହୁଛି ବୋଲି ସେ ସୂଚନା ଦେଇଥିଲେ । ସେହିପରି ରାଜ୍ୟରେ ଅକ୍‌ସିଜେନ୍‌ର ଅଭାବ ନାହିଁ ବୋଲି ପ୍ରକାଶ କରି ଭୁବନେଶ୍ବରରେ ଆଜି ଠାରୁ Sero Survey ଆରମ୍ଭ କରାଗଲା ବୋଲି ଶ୍ରୀ ମହାପାତ୍ର ସୂଚନା ଦେଇଥିଲେ ।
    କୋଭିଡ ଗାଇଡଲାଇନ୍‌ସ ଅନୁପାଳନ ପାଇଁ ପୋଲିସ ନେଇଥିବା ପଦକ୍ଷେପ ସଂପର୍କରେ ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଅଭୟ ସୂଚନା ଦେଇଥିଲେ। ପୋଲିସ ଓ ଅଗ୍ନିଶମ ସେବା କର୍ମଚାରୀ ବର୍ତ୍ତମାନ ସୁଦ୍ଧା ୪୦୦ ୟୁନିଟ୍‌ ପ୍ଲାଜମା ଦାନ କରିଥିବାରୁ   ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଧନ୍ୟବାଦ ଜଣାଇଥିଲେ।
    ବୈଠକରେ ଆର୍ଥିକ ପୁନରୁଦ୍ଧାର ସଂପର୍କରେ ହୋଇଥିବା ଆଲୋଚନାରୁ ଜଣାଯାଇଛି ଯେ ରାଜ୍ୟରେ ଖରିଫ ଫସଲ ଅବସ୍ଥା ବହୁତ ଭଲ ଅଛି ଏବଂ ବର୍ତ୍ତମାନ ବର୍ଷା ଲାଗି ନ ରହିଲେ, ଚଳିତ ବର୍ଷ ରେକର୍ଡ ଖରିଫ ଉତ୍ପାଦନ ହେବ । ସେହିପରି ରୋଜଗାର ସୃଷ୍ଟିରେ ପଞ୍ଚାୟତିରାଜ ବିଭାଗ  ଉଲ୍ଲେଖନୀୟ ଭାବେ ଚଳିତବର୍ଷ ୨୦ କୋଟି ମାନବ ଦିବସ ସୃଷ୍ଟି ଲକ୍ଷ୍ୟରୁ ବର୍ତ୍ତମାନ ସୁଦ୍ଧା ୧୦ କୋଟିରୁ ଅଧିକ ମାନବ ଦିବସ ସୃଷ୍ଟି କରିସାରିଛି। ମିଶନ ଶକ୍ତିର ମା ମାନଙ୍କୁ କୋଭିଡ ପରିଚାଳନା କାର୍ଯ୍ୟ ସହିତ ମାସ୍କ ବଣ୍ଟନ ଏବଂ ଅନ୍ୟାନ୍ୟ ଅର୍ଥନୈତିକ କାର୍ଯ୍ୟକ୍ରମରେ ସାମିଲ କରାଯାଇଥିବାରୁ ସେମାନଙ୍କୁ ଆର୍ଥିକ ଭାବରେ ସଶକ୍ତ କରାଯାଇପାରିଛି ।
    ସେହିପରି ରାଜ୍ୟର ସମସ୍ତ ବଡ ବଡ ଶିଳ୍ପ ସ୍ବାଭାବିକ ଭାବେ କାର୍ଯ୍ୟ କରୁଥିବା ବେଳେ, ୮୫ ପ୍ରତିଶତ MSME  କାମ ଆରମ୍ଭ କଲେଣି । MSMEର ଉତ୍ପାଦନ ହାର ୮୦ ପ୍ରତିଶତ ରହିଛି । ଏହି ସମୟ ମଧ୍ୟରେ ରାଜ୍ୟରେ ୨୫ ହଜାର କୋଟି ଟଙ୍କାର ୩୬ଟି ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ ଦିଆଯାଉଛି ।
    ପାର୍ବଣ ଓ ଶୀତ ଋତୁକୁ ଦୃଷ୍ଟିରେ ରଖି ସମସ୍ତ କୋଭିଡ ନିୟମାବଳୀକୁ କଡାକଡି ଭାବରେ ପାଳନ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା ଏବଂ ଏ ସଂପର୍କରେ ଜିଲ୍ଲାପାଳ ଓ ଏସ୍‌.ପି ମାନଙ୍କୁ ଦୃଢ ଭାବରେ ମନିଟରିଂ କରିବା ପାଇଁ ପରାମର୍ଶ ଦିଆଯାଇଥିଲା।
    ସେହିପରି ମୋ ସରକାର କାର୍ଯ୍ୟକ୍ରମରେ ବରିଷ୍ଠ ଅଧିକାରୀ ମାନେ କୋଭିଡ ହସ୍‌ପିଟାଲ ଓ ଗୃହ ସଂଗରୋଧରେ ଥିବା ରୋଗୀ ମାନଙ୍କ ଠାରୁ ପାଇଥିବା ମତାମତ ଭିତ୍ତିରେ ଭବିଷ୍ୟତ ପଦକ୍ଷେପ ପାଇଁ ବୈଠକରେ ସ୍ଥିର କରାଯାଇଥିଲା।
    ବୈଠକରେ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like