-+91-9937148622 |
prerana_bgr@rediffmail.com |
Wednesday 14th October 2026 |
R.N.I. Regd No. ODIODI/2010/46693
Breaking News
25-Feb-2021
ତେଲକୋଇ(ପ୍ରେରଣା ଖବର, ବ୍ୟୁରୋ) ଭାରସାମ୍ୟ ହରାଇ କାଞ୍ଜିପାଣି ଘାଟିରେ ବରଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ । ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୬ ଜଣ ଆହତ ହୋଇଛନ୍ତି ।
ସୂଚନାଯୋଗ୍ୟ ଯେ, କେନ୍ଦୁଝର ଜିଲ୍ଲା ଢେଙ୍କିକୋଟରୁ ରାଉରକେଲା ଯାଉଥିବା ବେଳେ ବରଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ୨୬ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ରହିଛି ।
ଆହତମାନଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି । ବସରେ ମୋଟ୍ ୪୫ ଜଣ ଯାତ୍ରୀ ଥିବା ସୂଚନା ମିଳିଛି ।