-+91-9937148622 |
prerana_bgr@rediffmail.com |
Monday 12th October 2026 |
R.N.I. Regd No. ODIODI/2010/46693
Breaking News
26-Feb-2021
ଭୁବନେଶ୍ଵର (ପ୍ରେରଣା ଖବର ବ୍ୟୁରୋ) : ଫେବୃଆରୀ ମାସ ନ ସରୁଣୁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଲାଣି। ରାଜ୍ୟର ଅନେକ ସହରରେ ତାପମାତ୍ର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସକାଳୁଆ ସ୍କୁଲ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏ ନେଇ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଗଣଶିକ୍ଷା ଅତିରିକ୍ତ ସଚିବ ଶୁକ୍ରବାର ଚିଠି ଲେଖିଛନ୍ତି।
ଚିଠି ଅନୁଯାୟୀ ନବମ ଏବଂ ଏକାଦଶ ଶ୍ରେଣୀ ପାଇଁ ସକାଳ ୭ଟାରୁ ୯ଟା ଯାଏଁ ସ୍କୁଲରେ ପାଠପଢା ହେବ। ସେହି ପରି ଦଶମ ଏବଂ ଦ୍ଵାଦଶ ପାଇଁ ସକାଳ ୯ଟାରୁ ଦିନ ୧ଟା ଯାଏ ସ୍କୁଲ ଖୋଲା ରହିବ। ଛାତ୍ର-ଛାତ୍ରୀଙ୍କୁ ସାଥୀରେ ପାଣି ବୋତଲ ଆଣିବାକୁ କୁହାଯାଇଛି। ଏଥିସହ ସ୍କୁଲ ଏବଂ କଲେଜ୍ରେ ଗୁଡିକରେ କରୋନା ସଂପର୍କିତ ନିୟମର ପାଳନ ମଧ୍ୟ ହେବ।
ସୂଚନାଯୋଗ୍ୟ, ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଏମିତି ରହିଛି ଯେ, ଫେବୃଆରୀ ଶେଷ ହେଉଣୁ ଅନେକ ସହରରେ ତାପମାତ୍ର ୩୭ ଡିଗ୍ରୀ ଉପରେ ରହିଛି। ଭୁବନେଶ୍ଵର ତ ତାପମାତ୍ରା ବୃଦ୍ଧିରେ ରେକର୍ଡ କରିଛି। ଗତ କେଇ ଦିନ ହେବ ରାଜଧାନୀରେ ତାପମାତ୍ର ୪୦ ଛୁଇଁଛି। ଏସକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସକାଳୁଆ ସ୍କୁଲ କରିବାକୁ ନିଷ୍ପତ୍ତି ନେଇଛନ୍ତି।