-+91-9937148622 |
prerana_bgr@rediffmail.com |
Wednesday 7th October 2026 |
R.N.I. Regd No. ODIODI/2010/46693
Breaking News
03-Mar-2021
ଭୁବନେଶ୍ବର(ପ୍ରେରଣା ଖବର): ଆନ୍ଧ୍ର-ଓଡ଼ିଶା ସୀମା ବିବାଦର ସମାଧାନ ପାଇଁ ସହାୟତା ଲୋଡିଲେ ରାଜ୍ୟ ସରକାର । କୋରାପୁଟ ଜିଲ୍ଲା କୋଟିଆ ପ୍ରସଙ୍ଗରେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅନଙ୍ଗ ପଟ୍ଟନାୟକଙ୍କ ସହାୟତା ଲୋଡିଛନ୍ତି ସରକାର । ଆଡଭୋକେଟ୍ ଜେନେରାଲ ଅଶୋକ ପରିଜାଙ୍କ ଅନୁରୋଧ କ୍ରମେ ରାଜ୍ୟ ସରକାର ଆଇନଗତ ସହାୟତା ଲୋଡିଛନ୍ତି । କୋଟିଆ ଓଡ଼ିଶାର ବୋଲି ସମସ୍ତ ପ୍ରାମାଣିକ ତଥ୍ୟ ସହ ଜଷ୍ଟିସ ଅନଙ୍ଗ ପଟ୍ଟନାୟକଙ୍କ ସହ ଆଲୋଚନା କରିବାକୁ କୋରାପୁଟ ଜିଲ୍ଲାପାଳଙ୍କୁ କୁହାଯାଇଛି । ସୁପ୍ରିମକୋର୍ଟ ରାଜ୍ୟ ସରକାରଙ୍କୁ ଗୋଟିଏ ମାସର ମହଲତ ଦେଇଥିବା ବେଳେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍ ପଟ୍ଟନାୟକଙ୍କ ସହ ବିଚାରବିମର୍ଷ କରିବା ପାଇଁ କୋରାପୁଟ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ରାଜସ୍ୱ ସଚିବ । ରାଜ୍ୟର ବିଭିନ୍ନ ସୀମାରେ ଆନ୍ଧ୍ର ଅନୁପ୍ରବେଶ କରୁଛି । ରାସ୍ତାଘାଟ, ସ୍କୁଲ ଓ ସ୍ୱାସ୍ଥ୍ୟ ଶିବିର କରିବା ସହ ଗତମାସରେ କୋରାପୁଟ କୋଟିଆରେ ନିର୍ବାଚନ ମଧ୍ୟ କରାଇଛି । ସୀମା ବିବାଦ ସୁପ୍ରିମକୋର୍ଟରେ ରହିଥିବା ବେଳେ କୋର୍ଟଙ୍କ ନିର୍ଦ୍ଦେଶନାମାକୁ ଅବମାନନା କରି ଆନ୍ଧ୍ର ନିର୍ବାଚନ କରିଛି । ଯାହାକୁ ନେଇ ବିବାଦ ଆହୁରି ଉଗ୍ର ହୋଇଛି ।