-+91-9937148622 |
prerana_bgr@rediffmail.com |
Monday 5th October 2026 |
R.N.I. Regd No. ODIODI/2010/46693
Breaking News
04-Mar-2021
ବାଲେଶ୍ୱର(ପ୍ରେରଣା ଖବର) : ସଡ଼କ ଦୁର୍ଘଟଣାରେ ମହିଳାଙ୍କ ମୃତ୍ୟୁକୁ ନେଇ ରାସ୍ତାରୋକ । ବାଲେଶ୍ବର ସଦର ଥାନା ଅଧିନ ୧୬ନଂ ଜାତୀୟ ରାଜପଥ କୁରୁଡ଼ା ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ସ୍ତ୍ରୀର ମୃତ୍ୟୁ ହୋଇଥିବା ବେଳେ ସ୍ୱାମୀ ଗୁରୁତର ଅବସ୍ଥାରେ ଚିକତ୍ସିତ ହେଉଛନ୍ତି। ସୂଚନା ଅନୁଯାଇ ସିମୁଳିଆ ଥାନା ମାର୍କୋଣା ଅଞ୍ଚଳର ଧନେଶ୍ୱର ମିଶ୍ର ଓ ତାଙ୍କ ସ୍ତ୍ରୀ ସୁମିତ୍ରା ଏକ ବାଇକରେ ରେମୁଣା ଅଭିମୁଖେ ଯାଉଥିଲେ। ଜାତୀୟ ରାଜପଥ ନିର୍ମାଣ କାର୍ଯ୍ୟ ଚାଲୁଥିବାରୁ ଧନେଶ୍ୱର ଗାଡିର ଭାରସାମ୍ୟ ହରାଇ ଦୁର୍ଘଟଣା ହୋଇଥିଲା ।
ପଛରୁ ଆସୁଥିବା ଏକ ଟ୍ରକ ତାଙ୍କୁ ଧକ୍କା ଦେବା ଫଳରେ ଘଟଣା ସ୍ଥଳରେ ସୁମିତ୍ରାଙ୍କ ମୃତ୍ୟୁ ହୋଇଥିବା ବେଳେ ଧନେଶ୍ୱରଙ୍କୁ ଗୁରୁତର ଅବସ୍ଥାରେ ବାଲେଶ୍ଵର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ରାସ୍ତା ନିର୍ମାଣ କାର୍ଯ୍ୟର ମନ୍ଥରତା ଓ ଖାମଖିଆଲି ନୀତି ବିରୋଧରେ ସ୍ଥାନୀୟ ଲୋକେ ରାସ୍ତାରୋକ କରିଥିଲେ। 4 ଘଣ୍ଟା ରାସ୍ତାରୋକ ପରେ ସଦର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ପରେ ରାସ୍ତାରୋକ ହଟିଥିଲା।