-+91-9937148622 |
prerana_bgr@rediffmail.com |
Friday 2nd October 2026 |
R.N.I. Regd No. ODIODI/2010/46693
Breaking News
06-Mar-2021
ବୌଦ୍ଧ (ପ୍ରେରଣା ଖବର ବ୍ୟୁରୋ) : ପୁରୀ ସ୍ବର୍ଗଦ୍ବାରରେ ବାପାଙ୍କ ଅନ୍ତିମ ସଂସ୍କାର ସାରି ଫେରୁଥିବା ବେଳେ ଚାଲିଗଲା ପୁଅର ଜୀବନ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା କରଡ଼ାକୋଠା ନିକଟରେ । ରାସ୍ତାରେ ଠିଆ ହୋଇଥିବା ଏକ ଜେସିବି ବୋଝେଇ ଟ୍ରକକୁ ଧକ୍କା ଦେଲା କାର୍ । ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି ।
ସୂଚନାଯୋଗ୍ୟ ଯେ, ସୁବର୍ଣ୍ଣପୁର ତରଭା ଅଞ୍ଚଳର ଅରୁଣ ମେହେର ପୁରୀ ସ୍ବର୍ଗଦ୍ବାରରେ ନିଜ ବାପାଙ୍କ ଅନ୍ତିମ ସଂସ୍କାର ସାରି ଘରକୁ ଫେରୁଥିବା ସମୟରେ ଦୁର୍ଘଟଣା ଘଟିଛି । ରାସ୍ତାରେ ଠିଆ ହୋଇଥିବା ଏକ ଜେସିବି ବୋଝେଇ ଟ୍ରକକୁ ଧକ୍କା ଦେଲା କାର୍ । ଫଳରେ ଘଟଣାସ୍ଥଳରେ ଅରୁଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ସମ୍ପର୍କୀୟ ଗୁରୁତର ହୋଇଛନ୍ତି । ଖବର ପାଇ ହରଭଙ୍ଗା ଅଗ୍ନିଶମ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରି ପୁରୁଣାକଟକ ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ଆହତଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ପୁରୁଣାକଟକ ପୋଲିସ ଘଟଣାର ଅଧିକ ତଦନ୍ତ ଜାରି ରଖିଛି ।