-+91-9937148622 |
prerana_bgr@rediffmail.com |
Friday 20th March 2026 |
R.N.I. Regd No. ODIODI/2010/46693
Breaking News
16-Oct-2020
ବଲାଙ୍ଗୀର, ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ଦୁଇଟି ନୂତନ ଆଞ୍ଚଳିକ କାର୍ଯ୍ୟାଳୟ ପ୍ରତିଷ୍ଠା ପାଇଁ ନିଷ୍ପତ୍ତି ହୋଇଛି ବୋଲି ଜଙ୍ଗଲ ଓ ପରିବେଶ, ସାଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସୂଚନା ଦେଇଛନ୍ତି । ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ଏହି ନୂତନ ଆଞ୍ଚଳିକ କାର୍ଯ୍ୟାଳୟ ବଲାଙ୍ଗୀର କତ୍ତୃତ୍ୱରେ ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ ଓ ନୂଆଁପଡା ଜିଲ୍ଲା ରହିବ । ସେହିଭଳି କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ଆଞ୍ଚଳିକ କାର୍ଯ୍ୟାଳୟ, କୋରାପୁଟ ଅଧୀନରେ ରହିବ । ବଲାଙ୍ଗୀର ଓ କୋରାପୁଟ ଆଞ୍ଚଳିକ ପ୍ରଦୂଷଣ କାର୍ଯ୍ୟାଳୟ ପ୍ରତିଷ୍ଠା ଓ କାର୍ଯ୍ୟସମ୍ବନ୍ଧୀୟ ବ୍ୟୟ ରାଜ୍ୟ ବଜେଟରୁ ଭରଣା କରାଯିବ ନାହିଁ । ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଏହି ଖର୍ଚ୍ଚକୁ ନିଜସ୍ୱ ସମ୍ବଳରୁ ତୁଲାଇବେ ବୋଲି ମନ୍ତ୍ରୀ ଶ୍ରୀ ଆରୁଖ ପ୍ରକାଶ କରିଛନ୍ତି । ବଲାଙ୍ଗୀର ଓ କୋରାପୁଟ ର ନୂତନ ଆଞ୍ଚଳିକ ପ୍ରଦୂଷଣ ନିୟନ୍ତ୍ରଣ କାର୍ଯ୍ୟାଳୟକୁ ମିଶାଇଲେ ସାରା ରାଜ୍ୟରେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ସର୍ବମୋଟ ୧୪ଟି ଆଞ୍ଚଳିକ ପ୍ରଦୂଷଣ ନିୟନ୍ତ୍ରଣ କାର୍ଯ୍ୟାଳୟ କାର୍ଯ୍ୟ କରିବ ବୋଲି ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ପ୍ରକାଶ ।