-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

ନୟାଗଡ଼ :ବ୍ଳକସ୍ତରୀୟ ଯୁବ ସଂସଦ କାର୍ଯ୍ୟକ୍ରମ ଅନୁଷ୍ଠିତ

13-Mar-2021



ନୟାଗଡ଼, ନେହେରୁ ଯୁବକେନ୍ଦ୍ର ସଂଗଠନ, ନୟାଗଡ ଏବଂ ୟୁଥ ଫର ସୋସାଇଟି, କୁମ୍ଭାରପଡ଼ା ର ମିଳିତ ଆନୁକୂଲ୍ୟରେ ନୟାଗଡ଼ ଜିଲ୍ଲା ଖଣ୍ଡପଡା ବ୍ଲକର  କୁମ୍ଭାରପଡ଼ା ଗ୍ରାମରେ ବିଦ୍ୟାର୍ଥୀ ଶିକ୍ଷା ନିକେତନ ପରିସରରେ ବ୍ଳକସ୍ତରୀୟ ଯୁବ ସଂସଦ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା | ଉକ୍ତ କାର୍ଯ୍ୟକ୍ରମ ରେ ପ୍ରଥମପର୍ଯ୍ୟାୟ ରେ ସ୍ଥାନୀୟ ଦଶରୁ ଉର୍ଦ୍ଧ ଯୁବାସଂଗଠନ ଏବଂ ଶିକ୍ଷାନୁଷ୍ଠାନ ର ଯୁବକ ଯୁବତୀ ଙ୍କୁ ନେଇ ଏକ ମହିଳା ସଶକ୍ତିକରଣ  ପଦଯାତ୍ରା କୁମ୍ଭାରପଡ଼ା ସ୍ଥିତ ଗାନ୍ଧୀ ଛକ ପର୍ଯ୍ୟନ୍ତ ଯାଇଥିଲା | ସେଠାରେ ଗାନ୍ଧିଜୀ ଙ୍କ ପ୍ରତିମୂର୍ତ୍ତି ରେ ନେହେରୁ ଯୁବକେନ୍ଦ୍ର ସଂଗଠନ ର ଖଣ୍ଡପଡା ବ୍ଳକ ସଂଯୋଜିକା ଶ୍ରୀମତୀ ସାଗରୀକା ଲେଙ୍କା ପୁଷ୍ପମାଲ୍ୟ ଅର୍ପଣ କରିଥିଲେ | ଗାନ୍ଧୀ ଛକ ଠାରୁ ଏହି ଶତାଧିକ ଯୁବକ ଯୁବତୀ ଙ୍କ ପଦଯାତ୍ରା କୁମ୍ଭାରପଡ଼ା ସ୍ଥିତ ବିଦ୍ୟାର୍ଥୀ ଶିକ୍ଷା ନିକେତନ ପରିସର ପର୍ଯ୍ୟନ୍ତ ଅନେକ ସଚେତନ ମୂଳକ ସ୍ଲୋଗାନ ସହିତ ପହଞ୍ଚିଥିଲା | ସେଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା | ଉକ୍ତ କାର୍ଯ୍ୟକ୍ରମ ରେ ଗଣିଆ ବନାଞ୍ଚଳ ଅଧିକାରିଣୀ ସୋନାଲି ସିଓ ଉଦ୍ଘାଟକ ଭାବେ ଯୋଗ ଦେଇଥିଲେ | ଆଜିର ଯୁବସମାଜ କୁ ସେ ଅନେକ ସାମାଜିକ କର୍ତ୍ତବ୍ୟ ବିଷୟରେ ସୂଚନା ପ୍ରଦାନ କରିଥିବା ବେଳେ ଉପସ୍ଥିତ ଯୁବତୀ ମାନଙ୍କୁ ଝାନସୀ ରାଣୀ ଲକ୍ଷ୍ମୀବାଇ, କୁନ୍ତଳାକୁମାରୀ ସାବତ ଙ୍କ ଭଳି ସାହାସିକତା ଦ୍ୱାରା ନାରୀ ସମାଜ କୁ ରକ୍ଷା କରିବା ସହିତ ସଚେତନ କରିବା ପାଇଁ ଆହ୍ୱାନ କରିଥିଲେ | "ଏକତା ହିଁ ବଳ " ଏହି ବିଷୟରେ ମଧ୍ୟ ଏକ ବକ୍ତବ୍ୟ ରଖି ଆମ ଧରିତ୍ରୀ ମାତା ର ସବୁଜ ଶାଢ଼ୀ ତଥା ବଣ ଜଙ୍ଗଲ କୁ କିପରି ରକ୍ଷା କରିବା ସେ ବିଷୟରେ ଅନେକ ଉଦାହରଣ ବାଢ଼ିଥିଲେ | ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ତଥା ନେହେରୁ ଯୁବକେନ୍ଦ୍ର ସଂଗଠନ ର ଖଣ୍ଡପଡା ବ୍ଳକ ସଂଯୋଜିକା ସାଗରୀକା ଲେଙ୍କା ଯୋଗ ଦେଇଥିବା ବେଳେ ଶିକ୍ଷକ ଗିରିଶ ଚନ୍ଦ୍ର ବେହେରା ମୁଖ୍ୟ ବକ୍ତା ଭାବେ ଯୋଗଦେଇ ନେତାଜୀ, ସ୍ୱାମୀ ବିବେକାନନ୍ଦ ଙ୍କ ଭଳି ମହାପୁରୁଷ ମାନଙ୍କ ଆଦର୍ଶ ରେ ଅନୁପ୍ରାଣିତ ହୋଇ ଦେଶ ମାତୃକା ର ସେବା କରିବାକୁ ଯୁବସମାଜ କୁ ବାର୍ତ୍ତା ପ୍ରଦାନ କରିଥିଲେ | ସମ୍ମାନିତ ଅତିଥି  ଭାବେ ଶିକ୍ଷକ ବିଭତ୍ସ ଭଞ୍ଜନ ମୁଦୁଲି, ଦୀପ୍ତିମୟୀ ଲେଙ୍କା, ସୁଭାଶିଷ ମିଶ୍ର, ପ୍ରିୟବ୍ରତ ମିଶ୍ର, ବିଭ୍ରାନ୍ତି ମୁଦୁଲି ସକ୍ରିୟ ମଞ୍ଚାସିନ ଥିଲେ | ସାମାଜିକ ଦାୟିତ୍ୱ ବୋଧତା ଏବଂ ଆଜିର ଯୁବ ସମାଜ ଶୀର୍ଷକ ରେ ଏକ ବିତର୍କ ପ୍ରତିଯୋଗିତା ଉପସ୍ଥିତ ବିଦ୍ୟାର୍ଥୀ ତଥା ଯୁବଗୋଷ୍ଠି ମଧ୍ୟରେ ଅନୁଷ୍ଠିତ ହୋଇଥିଲା | ଏହି ପ୍ରତିଯୋଗିତା ରେ ସୂର୍ଯ୍ୟକାନ୍ତ, ସାଇଶ୍ରୀ ଏବଂ ଦୀପକ ଯଥାକ୍ରମେ ପ୍ରଥମ, ଦ୍ଵିତୀୟ ଏବଂ ତୃତୀୟ ସ୍ଥାନ ପ୍ରାପ୍ତକରି ମଞ୍ଚାସିନ ଅତିଥି ମାନଙ୍କ ଠାରୁ ମାନପତ୍ର ଏବଂ ଟ୍ରଫି ଗ୍ରହଣ କରିଥିଲେ |ୟୁଥ ଫର ସୋସାଇଟି, କୁମ୍ଭାରପଡ଼ା ର ସମ୍ପାଦକ ଦିନେଶ କୁମାର ଲେଙ୍କା ଉକ୍ତ ବୈଠକରେ ସଂଯୋଜନା ଏବଂ ଧନ୍ୟବାଦ ଅର୍ପଣ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like