-+91-9937148622 |
prerana_bgr@rediffmail.com |
Thursday 5th March 2026 |
R.N.I. Regd No. ODIODI/2010/46693
Breaking News
15-Mar-2021
ଵ୍ରହ୍ମପୁର (ପ୍ରେରଣା ଖବର) :: ପୂର୍ବ ଶତ୍ରୁତାକୁ ନେଇ ଗୁଳିକାଣ୍ଡ । ଗୁରୁତର ଅବସ୍ଥାରେ ହୀନ ପ୍ରଧାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାରେ ପୋଲିସ ଛାନ୍ଭିନ୍ ଜାରି ରଖିଛି । ବ୍ରହ୍ମପୁର ଗୋସାଣିନୂଆଗାଁ ଥାନା ଖଜୁରିଆ ଗାଁର ଘଟଣା ।
ଖବର ଅନୁଯାୟୀ, ଖଜୁରିଆ ଗାଁର ହୀନ ପ୍ରଧାନ ନାମକ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ୭ ଜଣ ଦୁର୍ବୁତ୍ତ ଗୁଳିମାଡ଼ କରିଥିବା ଜଣାପଡିଛି । ହୀନଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି କରାଯାଇଛି । ସେପଟେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁଳିକାଣ୍ଡ ହୋଇଥିବା ହୀନଙ୍କ ଭାଇ କହିଛନ୍ତି । ଅଭିଯୋଗ ପରେ ପୋଲିସ ଘଟଣାର ଛାନ୍ଭିନ୍ ଆରମ୍ଭ କରିଛି ।
ଘଟଣାରେ ପୁଲିସ ୫ ଜଣ ଅଭିଯୁକ୍ତଙ୍କୁ କାବୁ କରି ପଚରାଉଚରା କରୁଛି । ବ୍ରହ୍ମପୁର ଟାଉନ୍ ଏସ୍ ଡି ପି ଓ, ଗୋସାଣିନୂଆଗାଁ ଥାନା ଅଧିକାରୀ ବଡ ମେଡିକାଲରେ ପହଞ୍ଚି ଆହତଙ୍କ ଚିକିତ୍ସା ବ୍ଯବସ୍ଥା କରିବା ସହ ଘଟଣାର ତଦନ୍ତ ଜାରି ରଖିଛନ୍ତି ।