-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ଓଡିଶାକୁ ଫେରିଲା ନାଇଟ୍ କର୍ଫ୍ୟୁ: ଏହି ଜିଲ୍ଲାରେ ମାର୍ଚ୍ଚ ୨୩ରୁ ୩୧ ପର୍ଯ୍ୟନ୍ତ ଲାଗୁ ହେଲା କଟକଣା

22-Mar-2021



ଭୁବନେଶ୍ଵର(ପ୍ରେରଣା ଖବର ବ୍ୟୁରୋ) ଦେଶର ଅନେକ ରାଜ୍ୟରେ କରୋନା ସଂକ୍ରମଣର ଦ୍ଵିତୀୟ ଲହର ଦେଖିବାକୁ ମିଳିଛି। ଓଡିଶାରେ ମଧ୍ୟ ଗତ ଦୁଇ ଦିନ ହେବ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଫଳରେ ଓଡିଶାକୁ ପୁଣି ଥରେ ଫେରିଛି ନାଇଟ୍ କର୍ଫ୍ୟୁ। ମାଲକାନଗିରିରେ ନାଇଟ୍ କର୍ଫ୍ୟୁ ଘୋଷଣା ହୋଇଛି। ଦୈନିକ ରାତି ୯ଟାରୁ ସକାଳ ୬ଟା ପର୍ଯ୍ୟନ୍ତ ନାଇଟ୍  କର୍ଫ୍ୟୁ ବଳବତ୍ତର ରହିବ। ଏହା ମାର୍ଚ୍ଚ ୨୩ରୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଲାଗୁ ରହିବ। ଏ ନେଇ ସୋମବାର ଘୋଷଣା କରିଛନ୍ତି ମାଲକାନଗିରି ଜିଲ୍ଲାପାଳ। ଦୋଳ ଏବଂ ବଡଯାତ୍ରାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଏହି ନିଷ୍ପତ୍ତି ନେଇଛନ୍ତି।

ସର୍ବସାଧାରଣ ସ୍ଥାନରେ ଦୋଳ, ହୋଲି ପର୍ବ ପାଳନ ଉପରେ ଜିଲ୍ଲା ପ୍ରଶାସନ କଟକଣା ଲଗାଇଛନ୍ତି। ଏପରିକି କୋଭିଡ୍ ଗାଇଡ୍‌ଲାଇନ୍‌ ମାନି ୫୦ ଜଣଙ୍କୁ ନେଇ ଦୋଳ ମେଳଣ କରାଯିବ। ସର୍ବସାଧାରଣ ସ୍ଥାନରେ ସର୍ବାଧିକ ୨୦୦ ଲୋକରେ ବଡଯାତ୍ରା ଆୟୋଜନ ହେବ। ମାସ୍କ ପିନ୍ଧିବା ସହ ସାମାଜିକ ଦୂରତା ବଜାୟ ରଖି ବଡଯାତ୍ରା ପାଳନ ହେବ ବୋଲି ଜିଲ୍ଲାପାଳ କହିଛନ୍ତି। ୨୦୨୧ରେ ରାଜ୍ୟରେ ପ୍ରଥମ ଥର ମାଲକାନଗିରିରେ ନାଇଟ୍ କର୍ଫ୍ୟୁ ଲାଗୁ ହୋଇଛି। ଏହି କଟକଣା ମାର୍ଚ୍ଚ ୨୩ରୁ ମାର୍ଚ୍ଚ ୩୧ ରାତି ୧୧ଟା ୫୯ ପର୍ଯ୍ୟନ୍ତ ଲାଗୁ ହେବ।

ଏହା ପୂର୍ବରୁ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କଟକ, ସମ୍ବଲପୁର ଓ ଭୁବନେଶ୍ଵରରେ ସର୍ବସାଧାରଣ ସ୍ଥାନରେ ହୋଲି ପର୍ବ ପାଳନ ଉପରେ କଟକଣା ଜାରି କରାଯାଇଛି। ଲୋକଙ୍କୁ ଘର ଭିତରେ ରହି ହୋଲି ଉତ୍ସବ ପାଳନ କରିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅପିଲ୍ କରାଯାଇଛି। ନିର୍ଦ୍ଦିଷ୍ଟ ସଂଖ୍ୟାରେ ଲୋକଙ୍କୁ ନେଇ ଦୋଳ ମେଳଣକୁ ଜିଲ୍ଲା ପ୍ରଶାସନ ଅନୁମତି ଦେଇଛନ୍ତି।  

ରାଜ୍ୟରେ ଗତ ଦୁଇ ଦିନ ହେବ ୧୦୦ରୁ ଉର୍ଦ୍ଧ୍ଵ ନୂତନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହା ରାଜ୍ୟ ସରକାରଙ୍କ ପାଇଁ ସତର୍କ ଘଣ୍ଟି ବଜାଇଛି। କାରଣ ଦେଶର ମହାରାଷ୍ଟ୍ରରେ ଦୈନିକ  ହଜାର ହଜାର ସଂଖ୍ୟକ କରୋନା ଚିହ୍ନଟ ହେବା ସମଗ୍ର ଦେଶ ପାଇଁ ଚିନ୍ତାର କାରଣ ପାଲଟିଛି। ଦେଶର ମହାରାଷ୍ଟ୍ର ଓ ଗୁଜରାଟ ସମେତ ୧୨ଟି ରାଜ୍ୟରେ କରୋନା ଉପରମୁହାଁ ହୋଇଛି। ଫଳରେ ଓଡିଶା ସରକାର ସତର୍କତାମୂଳକ ପଦକ୍ଷେପ ନେବା ଆରମ୍ଭ କରିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ କରୋନାକୁ ବର୍ଷେ ପୁରିଛି । ଏବେବି ଲୋକଙ୍କ ମନରୁ କୋଭିଡ଼ ଭୟ ଯାଇନି । ତେବେ ଏସବୁ ଭିତରେ ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୪୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୯୬୩ରେ ପହଞ୍ଚିଛି ।

ତେବେ ଆଜି ଭୁବନେଶ୍ଵର XIMBରୁ ୪୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସମସ୍ତଙ୍କର ଟ୍ରାଭେଲ ହିଷ୍ଟ୍ରିର ସନ୍ଧାନ କରାଯାଉଛି। ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆସନ୍ତାକାଲି ରାଜ୍ୟରେ କରୋନା ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ପୁଣି ଥରେ ସରପଞ୍ଚ, ଓ୍ୱାର୍ଡ ମେମ୍ବର, ଆଶାକର୍ମୀ ଓ ଅଙ୍ଗନବାଡିଙ୍କୁ ଦାୟିତ୍ୱ ଦିଆଯିବ । ସେମାନେ ଗାଁକୁ ବହାରରୁ ଆସୁଥିବା ଲୋକଙ୍କ ଉପରେ ନଜର ରଖିବେ। ଗାଁର କୋଭିଡ ପରିଚାଳନା କମିଟିକୁ ପୁଣି ସକ୍ରିୟ କରାଯିବ। ବ୍ୟବସାୟିକ ପ୍ରତିଷ୍ଠାନ ଓ ମଲରେ କଡ଼ାକଡ଼ି ନିୟମ ପାଳନ ଉପରେ ନଜର ରଖିବାକୁ DG ନିର୍ଦେଶ ଦିଆଯାଇଛି । ସ୍ଥିତି ଦେଖି ଲକ୍‌ଡାଉନ୍‌ କି ଅନ୍ୟ ଦିଗ ଉପରେ ନିଷ୍ପତ୍ତି ନିଆଯିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like