-+91-9937148622 |
prerana_bgr@rediffmail.com |
Friday 15th May 2026 |
R.N.I. Regd No. ODIODI/2010/46693
Breaking News
25-Mar-2021
ପୁର(ସମୀର ରଞ୍ଜନ ନାୟକ) ପିପିଲି ଉପ ନିର୍ବାଚନରେ ସଫଳ ପରିଚାଳନା ନିମନ୍ତେ ଦାୟିତ୍ବରେ ଥିବା ନୋଡାଲ ଅଧିକାରୀ ମାନଙ୍କ ବୈଠକ ସ୍ଥାନୀୟ ସ୍ବତନ୍ତ୍ର ପ୍ରଦକ୍ଷଣ ଗୃହ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି । ଏଥିରେ ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା ଅଧ୍ୟକ୍ଷତା କରିଛନ୍ତି । ମୁକ୍ତ ଓ ଅବାଧ ନିର୍ବାଚନ ନିମନ୍ତେ ଆଦର୍ଶ ଆଚରଣ ବିଧି କଡାକଡି ଭାବେ ପାଳନ କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି । ଏଥିସହ କୋଭିଡ ନୀୟମର କଡା ପାଳନ ସହ ମତଦାନ କେନ୍ଦ୍ରରେ ଭୋଟର ମାନଙ୍କ ନିମନ୍ତେ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା କରିବା ଉପରେ ସେ ଗୁରୁତ୍ବାରୋପ କରିଛନ୍ତି ।
ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ, ଶ୍ରୀ ସୁଭାଷ ଚନ୍ଦ୍ର ନାଥଶର୍ମା, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ନିତିରଞ୍ଜନ ସେନ, ଉପ ଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ, ନିର୍ବାଚନ ଡେପୁଟି କଲେକ୍ଟର ଶ୍ରୀ ସୁମନ୍ତ କର ଓ ଶ୍ରୀ ଜିତେନ୍ଦ୍ର କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।