-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ଜିଲ୍ଲା

ଦେଓଗାଁ ବ୍ଲକରେ ଏକଲବ୍ୟ ମୋଡେଲ ଆବାସିକ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଦାବି କେନ୍ଦ୍ରମନ୍ତ୍ରୀଙ୍କୁ ପତ୍ର ଲେଖିଲେ ଦେଓଗାଁ ବ୍ଲକ ଅଧ୍ୟକ୍ଷା

26-Mar-2021



ବଲାଙ୍ଗୀର,(ସନ୍ତୋଷ କୁମାର ଠାକୁର) ଓଡିଶା ରାଜ୍ୟ ବଲାଙ୍ଗୀର ଜିଲ୍ଲାର ଦେଓଗାଁ ବ୍ଲକ ଅଂଚଳରେ ଏକ ଏକଲବ୍ୟ ମୋଡେଲ ଆବାସିକ ବିଦ୍ୟାଳୟ ପ୍ରତିଷ୍ଠା କରିବା ପାଇଁ ଦାବି କରାଯାଇଛି । ଦେଓଗାଁ ବ୍ଲକ କେବିକେ ଅଂଚଳରେ ଅନ୍ତର୍ଭୁକ୍ତ । ଯାହାକି ସାମାଜିକ , ଅର୍ଥନୈତିକ ଓ ଶିକ୍ଷା କ୍ଷେତ୍ରରେ ଦେଶର ଏକ ପଛୁଆ ଅଂଚଳ ଭାବେ ପରିଗଣିତ । ତେଣୁ ଦେଓଗାଁ ବ୍ଲକରେ ଏକଲବ୍ୟ ମୋଡେଲ ଆବାସିକ ବିଦ୍ୟାଳୟ ପ୍ରତିଷ୍ଠା କରାଯାଉ ବୋଲି ଦେଓଗାଁ ବ୍ଲକ ଅଧ୍ୟକ୍ଷା ରୀନା ମେହେର ଏକ ପତ୍ର ମାଧ୍ୟମରେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଅର୍ଜୁନ ମୁଣ୍ଡାଙ୍କୁ ଅନୁରୋଧ କରିଛନ୍ତି । ସେ କେନ୍ଦ୍ରମନ୍ତ୍ରୀଙ୍କୁ ଲେଖିଥିବା ପତ୍ରରେ ଦର୍ଶାଇଛନ୍ତି ଯେ , ୨୫ ହଜାର ରୁ ଉର୍ଦ୍ଧ ପ୍ରଜାତିର ଆଦିବାସୀ ଏହି ବ୍ଲକର ୨୬ ଟି ପଂଚାୟତରେ ବସବାସ କରୁଛନ୍ତି । ଗଣ୍ଡ,ବିଂଝାଲ , କୁଲିସ , କନ୍ଧ ଓ ଶବର ଭଳି ପ୍ରଜାତିର ଆଦିବାସୀମାନେ ବସବାସ କରୁଛନ୍ତି । ଏହି ବ୍ଲକର ଦେଷଣ୍ଡ , ରାମଚନ୍ଦ୍ରପୁର , ଡୁମେରପିଟା ଓ ସିଂହାମୁଣ୍ଡା ଗ୍ରାମ ପଂଚାୟତ ମାଡା ଯୋଜନାରେ ଅନ୍ତର୍ଭୁକ୍ତ । ପ୍ରାଥମିକ ଶିକ୍ଷା ବ୍ୟବସ୍ଥାର ସ୍ଥିତି ଏହି ବ୍ଲକରେ ଅତ୍ୟନ୍ତ ଦୟନୀୟ ଅବସ୍ଥାରେ ରହିଛି । ଉନ୍ନତମାନର ଶିକ୍ଷା ବ୍ୟବସ୍ଥା ତଥା ଆବାସିକ  ଶିକ୍ଷା ବ୍ୟବସ୍ଥା ଯୋଗାଇ ନଦେଲେ ଏହି ଅଂଚଳର ଆଦିବାସୀ ଛାତ୍ରଛାତ୍ରୀମାନେ ଅଣ ଆଦିବାସୀମାନଙ୍କ ସହିତ ଶିକ୍ଷା କ୍ଷେତ୍ରରେ ସମକକ୍ଷ ହୋଇ ପାରିବେ ନାହିଁ । ଏହି ବ୍ଲକରେ ଆଦିବାସୀମାନଙ୍କ ସାକ୍ଷାରତା ହାର ଜାତୀୟ ହାର ଠାରୁ ବହୁତ କମ । ୨୦୧୧ ଜନଗଣନା ଅନୁଯାୟୀ ଏହି ବ୍ଲକରେ ସର୍ବମୋଟ ଜନସଙ୍ଖ୍ୟା ୯୭ ହଜାର ୪୫୦ ରହିଥିବା ବେଳେ ସେମାନଙ୍କ ମଧ୍ୟରୁ ଆଦିବାସୀଙ୍କ ସଙ୍ଖ୍ୟା ୧୯୫୫୭ ଓ ଅନସୂଚିତ ଜାତିଙ୍କ ସଙ୍ଖ୍ୟା ୧୮ ହଜାର ୬୮୦ ରହିଥିଲା । ବ୍ଲକର ରାମଚନ୍ଦ୍ରପୁର ଠାରେ କେବଳ ବାଳିକାମାନଙ୍କ ପାଇଁ ଏକ ଆବାସିକ ବିଦ୍ୟାଳୟ ରହିଛି । ତେବେ ଆଦିବାସୀ ବର୍ଗର ଛାତ୍ରଛାତ୍ରୀମାନଙ୍କୁ ଗୁଣାତ୍ମକ ଶିକ୍ଷା ଯୋଗାଇ ଦେବା ପାଇଁ ବ୍ଲକରେ ଏଭଳି କୌଣସି ପ୍ରକାର ଆବାସିକ ବିଦ୍ୟାଳୟ ନାହିଁ । ତେଣୁ ଏହି ବ୍ଲକରେ ଆଦିବାସୀ ଛାତ୍ରଛାତ୍ରୀମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ପାଇଁ ଏକଲବ୍ୟ ମୋଡେଲ ଆଦିବାସୀ ବିଦ୍ୟାଳୟ ପ୍ରତିଷ୍ଠା କରାଯାଉ ବୋଲି ଶ୍ରୀମତୀ ମେହେର କେନ୍ଦ୍ରମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି । ଏହି ବ୍ଲକରେ ବିଦ୍ୟାଳୟ ପ୍ରତିଷ୍ଠା ହେଲେ ଗୁଡଭେଲା , ସଇଁନ୍ତଲା ଓ ବଲାଙ୍ଗୀର ବ୍ଲକରେ ଆଦିବାସୀ ଛାତ୍ରଛାତ୍ରୀମାନେ ମଧ୍ୟ ଉପକୃତ ହେବେ ବୋଲି ଶ୍ରୀମତୀ ମେହେର ପତ୍ର ମାଧ୍ୟମରେ ଜଣାଇଛନ୍ତି । ଏହା ସହିତ ଏ ସମ୍ପର୍କରେ ଶ୍ରୀମତୀ ମେହେର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ , କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ ଓ ବଲାଙ୍ଗୀର ସାଂସଦ ସଙ୍ଗୀତା କୁମାରୀ ସିଂଦେଓଙ୍କ ମଧ୍ୟ ଦୃଷ୍ଟି ଆକର୍ଷଣ କରିଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like