-+91-9937148622 |
prerana_bgr@rediffmail.com |
Wednesday 30th September 2026 |
R.N.I. Regd No. ODIODI/2010/46693
Breaking News
28-Mar-2021
ଟିଟିଲାଗଡ଼ (ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ପରେ ପ୍ରତାରଣା କରାଯାଇଥିବା ଅଭିଯୋଗ ହୋଇଛି। ଏପରିକି ଅନ୍ତରଙ୍ଗ ସମୟରେ ଚିତ୍ର ଭାଇରାଲ କରିବାକୁ ଧମକ ଦେଉଥିବା ନେଇ ପୀଡିତାଙ୍କ ଅଭିଯୋଗ ପରେ ଟିଟିଲାଗଡ଼ ଥାନା ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଯୁବତୀଙ୍କ ଅଭିଯୋଗ ମୁତାବକ, ସ୍ଥାନୀୟ ଅଞ୍ଚଳର ଜଣେ ଯୁବକ ତାଙ୍କୁ ବିବାହ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ପରେ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ହେଲେ ୨ ମାସ ହେଲା ଯୁବକ ଜଣକ ତାଙ୍କୁ ବିବାହ କରିବାକୁ ମନା କରିଦେଇଥିଲେ। ଏପରି କି ତାଙ୍କୁ ଗାଳିଗୁଲଜ କରିବା ସହ ମାରିଦେବାକୁ ଧମକ ଦେଇଥିଲେ। ପୋଲିସ ଅଭିଯୋଗକୁ ଭିତ୍ତି କରି ଏକ ମାମଲା ରୁଜୁ କରି ଅଧିକ ତଦନ୍ତ ଜାରି ରଖିଛି।