-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଠାରେ ଜିଲ୍ଲାସ୍ତରୀୟ ଓଡ଼ିଶା ଦିବସ ପାଳିତ

01-Apr-2021



ବଲାଙ୍ଗିର(ପ୍ରେରଣା ଖବର) : ବଲାଙ୍ଗିର ଠାରେ ଜିଲ୍ଲା ସ୍ତରୀୟ ଓଡ଼ିଶା ଦିବସ ପାଳିତ ହୋଇଯାଇଛି । ଏହି ଦିବସ ଉପଲକ୍ଷେ ପୂର୍ବାହ୍ନରେ ଗାନ୍ଧୀନଗରପଡ଼ା ସ୍ଥିତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି, ରାଜେନ୍ଦ୍ର ପାର୍କ ସ୍ଥିତ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ପ୍ରତିମୂର୍ତ୍ତି, କଚେରୀ ଛକ ସ୍ଥିତ ଡ.ବି.ଆର୍‌.ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି, ଗାନ୍ଧୀଭବନ ନିକଟସ୍ଥ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି, ଶିଶୁ ଉଦ୍ୟାନ ନିକଟସ୍ଥ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତି, ଶିଶୁ ଉଦ୍ୟାନ ପରିସରରେ ଥିବା ବିଜୁ ପଟ୍ଟନାୟକଙ୍କ

ପ୍ରତିମୂର୍ତ୍ତି ଓ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଛକରେ ଥିବା ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇ ଶ୍ରଦ୍ଧାଂଜଳି ଜ୍ଞାପନ କରାଯାଇଥିଲା । ଜିଲ୍ଲାପାଳ ଚଞ୍ଚଳ ରାଣା, ଅତିରିକ୍ତ ଜିଲ୍ଲାପାଳ ଅନନ୍ତ ନାରାୟଣ ସିଂ ଲାଗୁରୀ, ବଲାଙ୍ଗିର ଉପଜିଲ୍ଲାପାଳ ସୁଧାକର ନାୟକଙ୍କ ସମେତ ସହରର ବିଶିଷ୍ଟ ବ୍ୟକ୍ତି ବିଶେଷ ଉପସ୍ଥିତ ରହି ମାଲ୍ୟାର୍ପଣ କରିଥିଲେ । ଓଡ଼ିଶା ଦିବସ ପାଳନ ଉପଲକ୍ଷେ ସଂଧ୍ୟା ସମୟରେ ସ୍ଥାନୀୟ ଗାନ୍ଧୀଭବନ ପରିସରରେ ଅନୁଷ୍ଠିତ ସଭାରେ ଅତିଥି ମାନଙ୍କ ଦ୍ୱାରା ଉତ୍କଳ ପ୍ରଦେଶ ଗଠନର ବରପୁତ୍ରମାନଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା । ସଭାରେ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ମନ୍ତ୍ରୀ ଶ୍ରୀମତୀ ଟୁକୁନୀ ସାହୁ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଓଡ଼ିଶା ପ୍ରଦେଶ ଗଠନରେ ବରପୁତ୍ରମାନଙ୍କ ଯୋଗଦାନ ସଂପର୍କରେ ଆଲୋକପାତ କରିଥିଲେ । ରାଜ୍ୟ ସରକାରଙ୍କ ବିଭିନ୍ନ ପ୍ରଗତିମୂଳକ ଯୋଜନା ଓ କାର୍ଯ୍ୟକାରିତା ସଂପର୍କରେ ସୂଚନା ପ୍ରଦାନ କରିବା ସହ ଓଡ଼ିଶାର ପ୍ରଗତିରେ ସମସ୍ତଙ୍କ ସହଯୋଗିତା ଓ ସହଭାଗିତା ଆବଶ୍ୟକ ବୋଲି ସେ ମତବ୍ୟକ୍ତ କରିଥିଲେ । ବଲାଙ୍ଗିର ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଜନ ହିତକର ଓ ଲୋକାଭିମୁଖୀ କାର୍ଯ୍ୟକ୍ରମ ସଂପର୍କରେ ମଧ୍ୟ ସୂଚନା ପ୍ରଦାନ କରିଥିଲେ । ସଭାରେ ସଭାପତିତ୍ୱ କରି ଜିଲ୍ଲାପାଳ ଶ୍ରୀ ରାଣା ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ମହାମନିଷୀମାନଙ୍କ ଯୋଗଦାନ ସଂପର୍କରେ ଉଲ୍ଲେଖ କରିବା ସହ ଓଡ଼ିଶାର ଐତିହ୍ୟ, ପରମ୍ପରା ଓ ସଂସ୍କୃତିର ସ୍ୱତନ୍ତ୍ରତା ଉପରେ ଆଲୋକପାତ କରିଥିଲେ । ସଭାରେ ଅନ୍ୟତମ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଆରକ୍ଷୀ ଅଧିକ୍ଷକ ନୀତିନ କୁଶଲକର ଆଜିର ଦିବସ ଏକ ସ୍ମରଣୀୟ ଦିବସ ବୋଲି ମତ ଦେବା ସଂଗେ ସଂଗେ ଓଡ଼ିଶାର ମହାନ ପରମ୍ପରା ଓ ସଂସ୍କୃତି ସଂପର୍କରେ ମତ ଦେଇଥିଲେ । ସଭାରେ ମୁଖ୍ୟବକ୍ତା ଭାବରେ ଯୋଗ ଦେଇ ଭବାନୀପାଟଣା ସରକାରୀ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ଡ. ଶିବ ପ୍ରସାଦ ନନ୍ଦ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ପୃଷ୍ଠଭୂମି ଓ ଓଡ଼ିଶା ଦିବସ ପାଳନର ତାତ୍ପର୍ଯ୍ୟ ସଂପର୍କରେ ବକ୍ତବ୍ୟ ଦେଇଥିଲେ । ଓଡ଼ିଶା ଦିବସ ପାଳନ ଅବସରରେ ପୂର୍ବରୁ ଅନୁଷ୍ଠିତ ଉଚ୍ଚ ବିଦ୍ୟାଳୟ ସ୍ତରୀୟ ଓଡ଼ିଆ ବକ୍ତୃତା ପ୍ରତିଯୋଗିତାର କୃତି ପ୍ରତିଯୋଗୀ ପ୍ରଥମ ଆର୍ଯ୍ୟନ ରାଉତ, ଦ୍ୱିତୀୟ ପ୍ରତିଶ୍ରୁତି ନାୟକ ଓ ତୃତୀୟ ଶ୍ରେୟା ମିଶ୍ର ଏବଂ ଉତ୍କଳ ବନ୍ଦନା ଗାୟନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ପ୍ରଥମ ଆତ୍ମନ ତ୍ରିପାଠୀ, ଦ୍ୱିତୀୟ ଆର୍ଯ୍ୟାକୁମାରୀ ପୋଢ଼ ଓ ତୃତୀୟ ସମ୍ଭ୍ରାନ୍ତ ପଟ୍ଟନାୟକଙ୍କୁ ମୁଖ୍ୟ ଅତିଥି ପୁରସ୍କାର ଓ ମାନପତ୍ର ପ୍ରଦାନ କରିଥିଲେ । ସଭା ପ୍ରାରମ୍ଭରେ ଓ ଶେଷରେ ବଲାଙ୍ଗିରର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ‘ସ୍ୱର ଝଙ୍କାର’ ପକ୍ଷରୁ ବନ୍ଦେ ଉତ୍କଳ ଜନନୀ ସଂଗୀତ ପରିବେଷଣ ଓ ସଭା ଶେଷରେ ଉଦ୍‌ଯାପନୀ ସଂଗୀତ 

ପରିବେଷଣ କରାଯାଇଥିଲା । ଏହି ଅବସରରେ ‘ସ୍ୱର ଝଙ୍କାର’ ଅନୁଷ୍ଠାନକୁ ମଧ୍ୟ ସମ୍ମାନିତ କରାଯାଇଥିଲା । ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ ସଭା ସଂଚାଳନ କରିବା ସହ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like