-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||     

HOME   ଜିଲ୍ଲା

କନ୍ଧମାଳରେ ମୁଖ୍ୟ ଶାସନ ସଚିବ ଓ ଫାଇଭ-ଟି ସଚିବ : ମେଡିକାଲ କଲେଜର ଅଗ୍ରଗତି ସମୀକ୍ଷା କଲେ

03-Apr-2021



କନ୍ଧମାଳ,(ପ୍ରେରଣା ଖବର ବ୍ୟୁରୋ): ଶୁକ୍ରବାର ଦିନ କନ୍ଧମାଳରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ଫାଇଭ-ଟି ସଚିବ ଭି. କେ. ପାଣ୍ଡିଆନ୍ ପହଂଚି ଫୁଲବାଣୀରେ ମେଡିକାଲ କଲେଜ ଏବଂ ହସ୍ପିଟାଲ ନିର୍ମାଣର ଅଗ୍ରଗତି ସମୀକ୍ଷା କରିଛନ୍ତି। ମେଡିକାଲ କଲେଜର ଅଗ୍ରଗତି ସମୀକ୍ଷା ଅବସରେରେ ପ୍ରକଳ୍ପର ଠିକ ସମୟରେ ନିର୍ମାଣ ପାଇଁ ନିର୍ମାଣ ସାମଗ୍ରୀର ଉପଲବ୍ଧତା ପ୍ରଦାନ କରିବାକୁ ମୁଖ୍ୟ ଶାସନ ସଚିବ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ପ୍ରକଳ୍ପ

ପାଇଁ ସେ ଚୟନ କରିଥିବା ସ୍ଥାନକୁ ପ୍ରଶଂସା କରିଛନ୍ତି ଏବଂ ବର୍ଜ୍ୟବସ୍ତୁ ପରିଚାଳନା ଓ ଜଳ ସଂରକ୍ଷଣ ସଂରଚନା ପାଇଁ ଯୋଜନା କରିବାକୁ ସଂଲଗ୍ନ ପାହାଡ ଏବଂ ଜଳ ସମ୍ପଦ ବିଭାଗରେ ବୃକ୍ଷରୋପଣ କରାଯିବାକୁ ପରାମର୍ଶ ଦେଇଛନ୍ତି।ଅନ୍ୟପକ୍ଷରେ ଫାଇଭ-ଟି ସଚିବ ରୋଗୀଙ୍କ ପାଇଁ ଖାଦ୍ୟ ସୁବିଧା କରିବା ପାଇଁ ପରାମର୍ଶ ଦେଇଛନ୍ତି। ସେ ଆହୁରି ମଧ୍ୟ ପରାମର୍ଶ ଦେଇଛନ୍ତି ଯେ କ୍ୟାମ୍ପସରେ ରହୁଥିବା ଡାକ୍ତର ଏବଂ କର୍ମଚାରୀମାନଙ୍କ ନିମନ୍ତେ ପରିବେଶ ଅନୁକୂଳ ବ୍ୟବସ୍ଥା ସମେତ ସେମାନଙ୍କ ପରିବାର ପାଇଁ ଅନ୍ୟାନ୍ୟ ଆନୁସଙ୍ଗିକ ବ୍ୟବସ୍ଥା କରିବା ପାଇଁ କହିଛନ୍ତି। ହସ୍ପିଟାଲ ପରିସର ମଧ୍ୟକୁ ଯାନବାହାନ ଯାତାୟାତ ଓ ଦୁର୍ଘଟଣା ଏଡ଼ାଇବାକୁ ଅଟୋ ଏବଂ ଟ୍ୟାକ୍ସି ଷ୍ଟାଣ୍ଡ ପାଇଁ ବିକଳ୍ପ ବ୍ୟବସ୍ଥା କରିବାକୁ କହିଛନ୍ତି।ଏହି କ୍ୟାମ୍ପସରେ ୩୦୦ ଶଯ୍ୟା ବିଶିଷ୍ଟ ବାଳକ ହଷ୍ଟେଲ, ୧୫୦ ଶଯ୍ୟା ବିଶିଷ୍ଟ ବାଳିକା ହଷ୍ଟେଲ, ୬୫୦ କ୍ଷମତା ସମ୍ପନ୍ନ ଅଡିଟୋରିୟମ, ଡାକ୍ତରମାନଙ୍କ ପାଇଁ ୧୦୦ ଶଯ୍ୟା ବିଶିଷ୍ଟ ହଷ୍ଟେଲ ଓ ଡାକ୍ତର ଏବଂ କର୍ମଚାରୀଙ୍କ ପାଇଁ କ୍ୱାର୍ଟର ରହିଛି।

ସୂଚନାଯୋଗ୍ୟ, ରାଜ୍ୟ କ୍ୟାବିନେଟ ଫୁଲବାଣୀରେ ଏକ ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ୨୦୨୦ ଡିସେମ୍ବରରେ ଅନୁମୋଦନ କରିଥିଲା। ଫୁଲବାଣୀରେ ଥିବା ମେଡିକାଲ କଲେଜରେ ୧୦୦ଟି ସିଟ୍ ଏବଂ ୫୦୦ ଶଯ୍ୟା ବିଶିଷ୍ଟ ଡାକ୍ତରଖାନା ପାଇଁ ଅନୁମୋଦନ କରାଯାଇଥିଲା। ୪୫୦ କୋଟି ଟଙ୍କା ବ୍ୟୟରେ ପ୍ରସ୍ତାବିତ ଏହି ପ୍ରକଳ୍ପ ୩୦ ମାସ ମଧ୍ୟରେ ଶେଷ ହେବ ବୋଲି ଆଶା କରାଯାଉଛି।ପରେ ଉଚ୍ଚସ୍ତରୀୟ ଦଳ ଏଜେଓ ସରକାରୀ ଉଚ୍ଚ ବିଦ୍ୟାଳୟ ଏବଂ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଫୁଲବାଣୀ ପରିଦର୍ଶନ କରିଥିବା ସୂଚନା ମିଳିଛି। ମୋ ସ୍କୁଲ ଅଭିଯାନର ଏକ ଅଂଶ ଭାବରେ ଉଭୟ ବିଦ୍ୟାଳୟକୁ ସାମିଲ କରାଯାଇଥିବା ବେଳେ ଏଥିରେ ଅଧିକ ବିକାଶମୂଳକ କାର୍ଯ୍ୟ କରାଯିବ ବୋଲି ଜଣାପଡିଛି। ଏହି ପରିଦର୍ଶନ ସମୟରେ ମୁଖ୍ୟ ଶାସନ ସଚିବ ଏବଂ ଫାଇଭ-ଟି ସଚିବ ଶିକ୍ଷକ, ଛାତ୍ର ଓ ବିଦ୍ୟାଳୟ ପରିଚାଳନା କମିଟି ସହ ଆଲୋଚନା କରିଥିଲେ। ଆଗାମୀ ଦିନରେ ସେହି ଦୁଇଟି ବିଦ୍ୟାଳୟରେ ସ୍ମାର୍ଟ ଶ୍ରେଣୀଗୃହ, ଲାଇବ୍ରେରୀ, ଭିତ୍ତିଭୂମି ବିକାଶ ଓ କ୍ରୀଡା ସୁବିଧା ବ୍ୟବସ୍ଥା କରାଯିବ ବୋଲି ସୂଚନା ପ୍ରଦାନ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026

You Might Also Like