-+91-9937148622 |
prerana_bgr@rediffmail.com |
Wednesday 6th May 2026 |
R.N.I. Regd No. ODIODI/2010/46693
Breaking News
08-Apr-2021
କନ୍ଧମାଳ,(ପ୍ରେରଣା ଖବର ବ୍ୟୁରୋ):କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକର ଫିରିଙ୍ଗିଆ ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଏକ ବାଇକ ଦ୍ରୁତଗତି ଯୋଗୁଁ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇପଡିବା ଫଳରେ ୨ଜଣ ଗୁରୁତର ଆହତ ହୋଇଛନ୍ତି । ଆହତ ମାନଙ୍କୁ କନ୍ଧମାଳ ଜିଲ୍ଲାର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଟିମ ହ୍ୟୁମାନିଟିର ସଦସ୍ୟମାନେ ପହଞ୍ଚି ଭଦ୍ଧାର କରିବାସହ ଚିକିତ୍ସାପାଇଁ ପ୍ରଥମେ ଫିରିଙ୍ଗିଆ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ପରେ ଅବସ୍ଥା ଗୁରୁତର ହେବା ଫଳରେ ଫୁଲବାଣୀ ସଦରମହକୁମା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ଫିରିଙ୍ଗିଆ ପୋଲିସ ଦୁର୍ଘଟଣାଗ୍ରସ୍ତ ବାଇକ ଜବତ କରିବାସହ ମାମଲା ରୁଜୁକରି ଘଟଣାର ତଦନ୍ତ କରୁଛି ।