-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

କନ୍ଧମାଳ:ପୁଲିସ-ମାଓବାଦୀ ଗୁଳି ବିନିମୟ, ମାଓବାଦୀଙ୍କ ଛତ୍ରଭଙ୍ଗ: ଏନକାଉଣ୍ଟର ସ୍ଥଳରେ କମ୍ବିଂଜାରୀ : ବିପୁଳ ମାଓ ସାମଗ୍ରୀ ଜବତ

08-Apr-2021



କନ୍ଧମାଳ,(ପ୍ରେରଣା ଖବର ବ୍ୟୁରୋ): ଗତ ୪ ତାରିଖରେ ପୁଣି ଗୋଚ୍ଛାପଡା ଅଞ୍ଚଳରେ ୨୫ ମିନିଟ୍‍ ଧରି ପୁଲିସ-ମାଓବାଦୀ ମୁହାଁମୁହିଁ ହୋଇଥିଲେ। ଉଭୟ ପକ୍ଷରୁ ହୋଇଥିଲା ଗୁଳି ବିନିମୟ। ଘଞ୍ଚ ଜଙ୍ଗଲର ସୁଯୋଗ ନେଇ ଖସିଗଲେ ୨୦ରୁ ଅଧିକ ମାଓବାଦୀ। ଗୁଳି ବିନିୟମରେ କିଛି ମାଓବାଦୀ ଆହତ ହୋଇଥିବା ସନ୍ଦେହ କରାଯାଉଛି ବୋଲି ଆଜି ସ୍ଥାନୀୟ ଜିଲା ପୁଲିସ ମୁଖ୍ୟାଳୟଠାରେ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି କନ୍ଧମାଳ ଏସପି ଭିନିତ ଅଗ୍ରୱାଲ। ଏସ୍‍ପିଙ୍କ ସୂଚନା ପ୍ରକାରେ, ଫିରିଙ୍ଗିଆ ବ୍ଳକର ଗୋଚ୍ଛାପଡା ଥାନା କୋଲାମପଡା ଗ୍ରାମ ନିକଟ ଜଙ୍ଗଲରେ ମାଓବାଦୀ ଆଡ୍ଡା ଜମାଇଥିବା କୌଣସି ସୂତ୍ରରୁ ଖବର ପାଇ ସୋମବାର ସକାଳେ ଏହି ସ୍ଥାନରେ ଡିଭିଏଫ ଓ ଏସଓଜି ଯବାନଙ୍କ ପକ୍ଷରୁ ମିଳିତ କମ୍ବିଂ ଆରମ୍ଭ କରାଯାଇଥିଲା। କମ୍ବିଂ ଅପରେସନ ସାରି ଫେରିବା ବେଳେ ଜଙ୍ଗଲ ଭିତରୁ ମାଓବାଦୀମାନେ ପୁଲିସ ବାହିନୀ ଉପରକୁ ତୁହାକୁ ତୁହା ଗୁଳି ବର୍ଷଣ କରିଥିଲେ। ସୁରକ୍ଷା ବାହିନୀ ପକ୍ଷରୁ ସେମାନଙ୍କୁ ଆତ୍ମସମର୍ପଣ କରିବାକୁ କୁହାଯାଇଥିଲା। କିନ୍ତୁ ମାଓବାଦୀ ଶୁଣିନଥିଲେ ବରଂ ଆକ୍ରମଣ ଜାରି ରଖିଥିଲେ। ଫଳରେ ପୁଲିସ ପକ୍ଷରୁ ପାଲଟା ଗୁଳିଚାଳନା କରାଯାଇଥିଲା। ପାଲଟା ଆକ୍ରମଣରେ ମାଓବାଦୀମାନେ ଛତ୍ରଭଙ୍ଗ ଦେଇ ଜଙ୍ଗଲ ଭିତରକୁ ଖସି ଯାଇଥିବା ଏସପି ପ୍ରକାଶ କରିଛନ୍ତି। ପରେ ସେଠାରେ ସର୍ଚ୍ଚ ଅପରେସନ କରାଯାଇ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ କରାଯାଇଛି । ସୋଲାର ଲ୍ୟାମ୍ପ, ତାର, ବାସନ, ଔଷଧ,ପୋଷାକ, ଟର୍ଚ୍ଚ, ମୋବାଇଲ ବ୍ୟାଟେରୀ ସମେତ ଅନେକ ସାମଗ୍ରୀ ଜବତ କରାଯାଇଛି। ଗୁଳି ବିନିମୟରେ ପୁଲିସ ପକ୍ଷରୁ କେହି ମୃତାହତ ହୋଇ ନ ଥିବା ବେଳେ କିଛି ମାଓବାଦୀ ଆହତ ହୋଇ ଥାଇ ପାରନ୍ତି ବୋଲି ଏସପି କହିଛନ୍ତି। ସଂପୃକ୍ତ ଅଞ୍ଚଳରେ କମ୍ବିଂ ଓ ସର୍ଚ୍ଚ ଅପରେସନ ଜାରି ରହିଛି। ଗୁଳି ବିନିମୟ ବେଳେ ୨୦ରୁ ଅଧିକ ମାଓବାଦୀ ରହିଥିବା ପୁଲିସ ଅନୁମାନ କରିଛି। ଏହି ଗୋଷ୍ଠୀକୁ କେକେବିଏନ ଓଡିଶା କ୍ୟାଡରର ନେତା ଦାସୁର ନେତୃତ୍ୱ ନେଉଥିବା ସନ୍ଦେହ କରାଯାଉଛି ବୋଲି ଏସପି ଅଗ୍ରୱାଲ ସୂଚନା ଦେଇଛନ୍ତି। ଛତିଶଗଡଠାରେ ନିକଟରେ ଘଟିଥିବା ମାଓ ଆକ୍ରମଣ ପରିପ୍ରେକ୍ଷୀରେ ଜିଲାର ପ୍ରତ୍ୟେକ ସମ୍ବେଦନଶୀଳ ଅଞ୍ଚଳରେ ପୁଲିସକୁ ହାଇ ଆଲର୍ଟରେ ରଖାଯାଇଛି। ପ୍ରତି କ୍ଷେତ୍ରରେ ପୁଲିସ୍‍ ସଜାଗ ରହିଛି ବୋଲି ଏସ୍‍.ପି ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like