-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||     

HOME   ଜିଲ୍ଲା

କନ୍ଧମାଳ:ପୁଲିସ-ମାଓବାଦୀ ଗୁଳି ବିନିମୟ, ମାଓବାଦୀଙ୍କ ଛତ୍ରଭଙ୍ଗ: ଏନକାଉଣ୍ଟର ସ୍ଥଳରେ କମ୍ବିଂଜାରୀ : ବିପୁଳ ମାଓ ସାମଗ୍ରୀ ଜବତ

08-Apr-2021



କନ୍ଧମାଳ,(ପ୍ରେରଣା ଖବର ବ୍ୟୁରୋ): ଗତ ୪ ତାରିଖରେ ପୁଣି ଗୋଚ୍ଛାପଡା ଅଞ୍ଚଳରେ ୨୫ ମିନିଟ୍‍ ଧରି ପୁଲିସ-ମାଓବାଦୀ ମୁହାଁମୁହିଁ ହୋଇଥିଲେ। ଉଭୟ ପକ୍ଷରୁ ହୋଇଥିଲା ଗୁଳି ବିନିମୟ। ଘଞ୍ଚ ଜଙ୍ଗଲର ସୁଯୋଗ ନେଇ ଖସିଗଲେ ୨୦ରୁ ଅଧିକ ମାଓବାଦୀ। ଗୁଳି ବିନିୟମରେ କିଛି ମାଓବାଦୀ ଆହତ ହୋଇଥିବା ସନ୍ଦେହ କରାଯାଉଛି ବୋଲି ଆଜି ସ୍ଥାନୀୟ ଜିଲା ପୁଲିସ ମୁଖ୍ୟାଳୟଠାରେ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି କନ୍ଧମାଳ ଏସପି ଭିନିତ ଅଗ୍ରୱାଲ। ଏସ୍‍ପିଙ୍କ ସୂଚନା ପ୍ରକାରେ, ଫିରିଙ୍ଗିଆ ବ୍ଳକର ଗୋଚ୍ଛାପଡା ଥାନା କୋଲାମପଡା ଗ୍ରାମ ନିକଟ ଜଙ୍ଗଲରେ ମାଓବାଦୀ ଆଡ୍ଡା ଜମାଇଥିବା କୌଣସି ସୂତ୍ରରୁ ଖବର ପାଇ ସୋମବାର ସକାଳେ ଏହି ସ୍ଥାନରେ ଡିଭିଏଫ ଓ ଏସଓଜି ଯବାନଙ୍କ ପକ୍ଷରୁ ମିଳିତ କମ୍ବିଂ ଆରମ୍ଭ କରାଯାଇଥିଲା। କମ୍ବିଂ ଅପରେସନ ସାରି ଫେରିବା ବେଳେ ଜଙ୍ଗଲ ଭିତରୁ ମାଓବାଦୀମାନେ ପୁଲିସ ବାହିନୀ ଉପରକୁ ତୁହାକୁ ତୁହା ଗୁଳି ବର୍ଷଣ କରିଥିଲେ। ସୁରକ୍ଷା ବାହିନୀ ପକ୍ଷରୁ ସେମାନଙ୍କୁ ଆତ୍ମସମର୍ପଣ କରିବାକୁ କୁହାଯାଇଥିଲା। କିନ୍ତୁ ମାଓବାଦୀ ଶୁଣିନଥିଲେ ବରଂ ଆକ୍ରମଣ ଜାରି ରଖିଥିଲେ। ଫଳରେ ପୁଲିସ ପକ୍ଷରୁ ପାଲଟା ଗୁଳିଚାଳନା କରାଯାଇଥିଲା। ପାଲଟା ଆକ୍ରମଣରେ ମାଓବାଦୀମାନେ ଛତ୍ରଭଙ୍ଗ ଦେଇ ଜଙ୍ଗଲ ଭିତରକୁ ଖସି ଯାଇଥିବା ଏସପି ପ୍ରକାଶ କରିଛନ୍ତି। ପରେ ସେଠାରେ ସର୍ଚ୍ଚ ଅପରେସନ କରାଯାଇ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ କରାଯାଇଛି । ସୋଲାର ଲ୍ୟାମ୍ପ, ତାର, ବାସନ, ଔଷଧ,ପୋଷାକ, ଟର୍ଚ୍ଚ, ମୋବାଇଲ ବ୍ୟାଟେରୀ ସମେତ ଅନେକ ସାମଗ୍ରୀ ଜବତ କରାଯାଇଛି। ଗୁଳି ବିନିମୟରେ ପୁଲିସ ପକ୍ଷରୁ କେହି ମୃତାହତ ହୋଇ ନ ଥିବା ବେଳେ କିଛି ମାଓବାଦୀ ଆହତ ହୋଇ ଥାଇ ପାରନ୍ତି ବୋଲି ଏସପି କହିଛନ୍ତି। ସଂପୃକ୍ତ ଅଞ୍ଚଳରେ କମ୍ବିଂ ଓ ସର୍ଚ୍ଚ ଅପରେସନ ଜାରି ରହିଛି। ଗୁଳି ବିନିମୟ ବେଳେ ୨୦ରୁ ଅଧିକ ମାଓବାଦୀ ରହିଥିବା ପୁଲିସ ଅନୁମାନ କରିଛି। ଏହି ଗୋଷ୍ଠୀକୁ କେକେବିଏନ ଓଡିଶା କ୍ୟାଡରର ନେତା ଦାସୁର ନେତୃତ୍ୱ ନେଉଥିବା ସନ୍ଦେହ କରାଯାଉଛି ବୋଲି ଏସପି ଅଗ୍ରୱାଲ ସୂଚନା ଦେଇଛନ୍ତି। ଛତିଶଗଡଠାରେ ନିକଟରେ ଘଟିଥିବା ମାଓ ଆକ୍ରମଣ ପରିପ୍ରେକ୍ଷୀରେ ଜିଲାର ପ୍ରତ୍ୟେକ ସମ୍ବେଦନଶୀଳ ଅଞ୍ଚଳରେ ପୁଲିସକୁ ହାଇ ଆଲର୍ଟରେ ରଖାଯାଇଛି। ପ୍ରତି କ୍ଷେତ୍ରରେ ପୁଲିସ୍‍ ସଜାଗ ରହିଛି ବୋଲି ଏସ୍‍.ପି ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026

You Might Also Like