-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବହୁପ୍ରତିକ୍ଷିତ ଟିଟିଲାଗଡ ରେଳ ଓଭରବ୍ରିଜ ଉଦଘାଟିତ, ଭିଡିଓ କନ୍ଫରେନ୍ସି ଜରୀଆରେ ମୁଖ୍ୟମନ୍ତ୍ରୀ ଦେଲେ ବାର୍ତା

09-Apr-2021



ବଲାଙ୍ଗୀର/ଟିଟିଲାଗଡ,(ପ୍ରେରଣା ଖବର) : ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ ସହରକୁ ଦୁଇଭାଗ କରି ରଖିଥିବା ରେଳ ଓଭରବ୍ରିଜ କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଉଦ୍‌ଘାଟନ କରିଛନ୍ତି । ଟିଟିଲାଗଡରେ ୧୦୪୨ ମିଟର ଦୀର୍ଘ ରେଲୱେ ଓଭରବ୍ରିଜର ୭୧.୫୯ କୋଟି ଟଙ୍କା ବ୍ୟୟ ଅଟକଳରେ ନିର୍ମାଣ ହୋଇଛି ।
ଏହି ଉଦ୍‌ଘାଟନ ଅବସରରେ ମୁଖ୍ୟମନ୍ତ୍ରୀ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କହିଛନ୍ତି ଯେ ଟିଟିଲାଗଡ ଏକ ଗୁରୁତ୍ବପୂର୍ଣ୍ଣ ରେଳ ଜଙ୍କସନ୍‌ । ଏହି ଓଭରବ୍ରିଜ ନିର୍ମାଣ ହେବା ଦ୍ବାରା ଟିଟିଲାଗଡ ସହିତ ଭବାନୀପାଟଣା, କେସିଙ୍ଗା ଓ ନୂଆପଡା ଅଞ୍ଚଳର ଜନସାଧାରଣଙ୍କ ଗମନାଗମନରେ ଅନେକ ସୁବିଧା ଆସିବ। ଟିଟିଲାଗଡରେ ଆଧୁନିକ ବସ୍‌ଷ୍ଟାଣ୍ଡ, ସୁଇମିଂ ପୁଲ୍‌, ମହାରାଜା ସାଗରର ପୁନରୁଦ୍ଧାର, ବର୍ଜ୍ୟ ଜଳ ବିଶୋଧନ ପ୍ଲାଣ୍ଟ ଏବଂ ଆହୁରି ଅନେକ ଉନ୍ନତିମୂଳକ କାର୍ଯ୍ୟ ଜାରି ରହିଛି । ଏହିସବୁ ଗୁଡିକ ଠିକ୍‌ ସମୟରେ ସଂପୂର୍ଣ୍ଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ।

ଭିତ୍ତିଭୂମି ବିକାଶର ଆଧାର ବୋଲି ମତପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଭିତ୍ତିଭୂମିର ବିକାଶ ଉପରେ ସେ ସବୁବେଳେ ଗୁରୁତ୍ବ ଦେଇ ଭିତ୍ତିଭୂମି ସମସ୍ତଙ୍କର ସଂପତ୍ତି ବୋଲି ପ୍ରକାଶ କରି, ସମସ୍ତେ ଏହାର ଯତ୍ନ ନେବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଥିଲେ । କରୋନାର ଦ୍ବିତୀୟ ଲହରକୁ ରୋକିବା ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମରେ ଜନସାଧାରଣ ସହଯୋଗ କରିବାକୁ ନିବେଦନ କରି ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ମାସ୍କ ପିନ୍ଧିବା ପାଇଁ ଅନୁରୋଧ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଯୋଗ ଦେଇ ପୂର୍ତ୍ତମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ କହିଥିଲେ ଯେ ବିକାଶ ପାଇଁ ଗମନା,ଗମନ ବ୍ୟବସ୍ଥାର ଆବଶ୍ୟକତା ରହିଛି । ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ରାଜ୍ୟରେ ସଡକ ବିକାଶ କାର୍ଯ୍ୟକ୍ରମରେ ଅନେକ ଉନ୍ନତି ଆସିଛି ବୋଲି ସେ କହିଥିଲେ । ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ଟିଟିଲାଗଡ ଜନସାଧାରଣଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ । ରେଲ ଓଭରବ୍ରିଜ ସହିତ ଟିଟିଲାଗଡ ପାଇଁ ଚାଲିଥିବା ଅନେକ ବିକାଶମୂଳକ କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଥିଲେ।

ବଲାଙ୍ଗୀର ସାଂସଦ ଶ୍ରୀମତୀ ସଙ୍ଗୀତା ସିଂହଦେଓ କହିଥିଲେ ଯେ ଏହାଦ୍ବାରା ଟିଟିଲାଗଡ ଜନସାଧାରଣଙ୍କର ଏକ ଦୀର୍ଘ ଦିନର ସ୍ବପ୍ନ ପୂରଣ ହେଲା । ପଶ୍ଚିମ ଓଡିଶାରେ ହେଉଥିବା ବିକାଶ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ ସେ କହିଥିଲେ ଯେ ପଶ୍ଚିମ ଓଡିଶା ପାଇଁ ମୁଖ୍ୟମନ୍ତ୍ରୀଙ୍କର ସଫ୍ଟ କର୍ଣ୍ଣର ରହିଛି । ଏହାସହିତ ମିଶନ ଶକ୍ତିକୁ ଏକ ସ୍ବତନ୍ତ୍ର ବିଭାଗ କରିଥିବାରୁ ମଧ୍ୟ ସେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ।
ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ ତ୍ରିପାଠୀ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଥିଲେ ଯେ ଆଜି ଟିଟିଲାଗଡର ସବୁ ଲୋକଙ୍କ ପାଇଁ ବହୁତ ଅନନ୍ଦର ଦିନ । ପଶ୍ଚିମ ଓଡିଶା ପାଇଁ ଅନେକ ବିକାଶମୂଳକ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରି ସେ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ପଶ୍ଚିମ ଓଡିଶାକୁ କେତେ ପ୍ରାଥମିକତା ଦେଉଛନ୍ତି, ଏଥିରୁ ଏହା ସହଜରେ ଅନୁମେୟ । କାର୍ଯ୍ୟକ୍ରମରେ ବଲାଙ୍ଗୀର ଜିଲ୍ଲାର ବିକାଶ କାର୍ଯ୍ୟକ୍ରମ ସଂପର୍କରେ ଏକ ଭିଡିଓ ଚିତ୍ର ପ୍ରଦର୍ଶିତ କରାଯାଇଥିଲା ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, କୃଷି ଉତ୍ପାଦନ କମିଶନର ଆର୍‌.କେ. ଶର୍ମା, ପୂର୍ତ୍ତ ବିଭାଗ ସଚିବ କିଶନ କୁମାର ପ୍ରମୁଖ ଉପସ୍ଥିତ ଥିଲେ। ଜିଲ୍ଲାପାଳ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଟିଟିଲାଗଡ ଉପଜିଲ୍ଲାପାଳ ସୋମେସ ଉପାଧ୍ୟାୟ ଧନ୍ୟବାଦ ଅର୍ପଣ କରିଥିଲେ।

ଆସିଛନ୍ତି । ଓଡିଶା ଆଜି ଭିତ୍ତିଭୂମି କ୍ଷେତ୍ରରେ ଏକ ଅଗ୍ରଣୀ ରାଜ୍ୟ ହୋଇପାରିଛି । ରାଜ୍ୟରେ ସଡକ, ସେତୁ, ବନ୍ଦର ଆଦି ଭିତ୍ତିଭୂମିର ବିକାଶ ଯୋଗୁ ଯୋଗାଯୋଗ କ୍ଷେତ୍ରରେ ବହୁତ ଉନ୍ନତି ଆସିଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like