-+91-9937148622 |
prerana_bgr@rediffmail.com |
Sunday 10th May 2026 |
R.N.I. Regd No. ODIODI/2010/46693
Breaking News
11-Apr-2021
କେନ୍ଦ୍ରାପଡା (ପ୍ରେରଣା ଖବର) କେନ୍ଦ୍ରାପଡ଼ା ଜିଲ୍ଲାର ଏକ ଘରୋଇ ନର୍ସିଂହୋମରେ ଅଦ୍ଭୁତ ଶିଶୁ କନ୍ୟା ଜନ୍ମ ନେଇଛି । ଯାହାର ଦୁଇଟି ମୁଣ୍ଡ ରହିଥିବା ବେଳେ ୩ ଟି ହାତ, ୪ ଟି ଆଖି ଓ ୪ ଟି କାନ ରହିଛି ।
ଆଜି ପୂର୍ବାହ୍ନ ୧୧ଟାରେ ଶିଶୁଟି ଜନ୍ମ ହେବା ପରେ ତାକୁ ତୁରନ୍ତ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରାଯାଇଥିଲା । କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ଅନ୍ତର୍ଗତ କଣୀ ଗାଁର ଉମାକାନ୍ତ ପରିଡା ଙ୍କ ସ୍ତ୍ରୀ ଅମ୍ବିକା ଏହି ଶିଶୁ କନ୍ୟାଟିକୁ ଜନ୍ମ ଦେଇଛନ୍ତି । ଏହା ଉମାକାନ୍ତ ଙ୍କ ଦ୍ଵିତୀୟ ସନ୍ତାନ ବୋଲି ଜଣାପଡିଛି । ଶିଶୁଟିର ପିଠି ପଟକୁ ଗୋଟେ ହାତ ରହିଛି l ତେବେ ଡାକ୍ତର ମାନେ ଶିଶୁ ଟିକୁ କଟକ ଶିଶୁ ଭବନ କୁ ପଠାଇ ଦେଇଛନ୍ତି ।