-+91-9937148622 |
prerana_bgr@rediffmail.com |
Sunday 10th May 2026 |
R.N.I. Regd No. ODIODI/2010/46693
Breaking News
12-Apr-2021
ନୂଆଦିଲ୍ଲୀ(ପ୍ରେରଣା ଖବର ବ୍ୟୁରୋ) : ସ୍ଥିତି ଅସମ୍ଭାଳ । ସମସ୍ତ ରେକର୍ଡ ଭାଙ୍ଗିଲା କରୋନା । ଦେଶରେ କରୋନା ସଂକ୍ରମଣ ହହୁ ହୋଇ ବଡିଚାଲିଛି। ଦୈନିକ ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଉଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ। ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୬୮ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୯୦୪ଜଣଙ୍କ ମୃତ୍ୟୁ ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧ ଲକ୍ଷ ୬୮ ହଜାର ୯୧୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୯ଶହ ଟପିଛି । ୨୪ ଘଣ୍ଟା ମଧ୍ୟରେ ୯୦୪ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୩୫ ଲକ୍ଷ ୨୭ହଜାର ୭୧୭ରେ ପହଞ୍ଚିଛି।
ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୧ ଲକ୍ଷ ୭୦ ହଜାର ୧୭୯ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୨୧ ଲକ୍ଷ ୫୬ ହଜାର ୫୨୯ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧୨୦୧୦୦୯ ।