-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ବିଷୁବ ସଂକ୍ରାନ୍ତି ଅବସରରେ ଅଙ୍କୁର ସାହିତ୍ୟ ସଂସଦ ତରଫରୁ କବିତା ପାଠୋତ୍ସବ

15-Apr-2021



ବଲାଙ୍ଗୀର,   ପବିତ୍ର ପବିତ୍ର ବିଷୁବ ସଂକ୍ରାନ୍ତି ଓ ହିନ୍ଦୁ ନବ ବର୍ଷ ତଥା ଅଙ୍କୁର ସାହିତ୍ୟ ସଂସଦର ସପ୍ତମ ପ୍ରତିଷ୍ଠା ଦିବସ ଅବସରରେ ଏକ ସାହିତ୍ୟ ସଭା ଓ କବିତା ପାଠୋତ୍ସବ ସ୍ଥାନୀୟ ଶାସ୍ତ୍ରୀ ନଗର ଠାରେ ପାଳିତ ହୋଇଯାଇଛି । ସ୍ୱେଚ୍ଛାସେବୀ ଅନୁଷ୍ଠାନ କିରଣ ଓ ଅଙ୍କୁର ସାହିତ୍ୟ ସଂସଦର ମିଳିତ ଆୟୋଜନରେ ତଥା କୋଭିଡ କଟକଣାକୁ ପାଳନ ପୂର୍ବକ ଏହି ସଭା ଅନୁଷ୍ଠିତ ହୋଇଥିଲା । ସଭା ପ୍ରାରମ୍ଭରେ କିରଣ ଅନୁଷ୍ଠାନର ଲିପ୍‌ସା ରାଣୀ ମିଶ୍ର ସ୍ୱାଗତ ସଙ୍ଗୀତ ଗାନ କରିଥିଲେ । ଶିକ୍ଷ।।ବିତ୍ କପିଳ ପତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ମୁଖ୍ୟ ଅତିଥି ଭାବରେ ସାପ୍ତାହିକ ‘ପ୍ରେରଣା’ର ସଂପାଦକ ରଘୁ ନନ୍ଦନ ସିଂହ ଯୋଗ ଦେଇ ରାମଭକ୍ତ ହନୁମାନଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ ଓ ପ୍ରଦୀପ ପ୍ରଜ୍ୱଳନ କରି ସଭାକୁ ଉଦ୍‌ଘାଟିତ କରିଥିଲେ ।  କୁନି କୁନି ଶିଶୁ ମାନେ ବିଭିନ୍ନ ବହି ପଢ଼ିବା ଉପରେ ଜୋର ଦେବା ସହ ଏମାନଙ୍କୁ ବହି ପଢ଼ିବା ତଥା କବିତା ଲେଖା ପାଇଁ ମାଁ ବାପା ମାନେ ପ୍ରବର୍ତ୍ତାଇବାକୁ ଅନୁରୋଧ କରିଥିଲେ । ଇଂରାଜୀ ଓ ହିନ୍ଦୀ ଭାଷା ସହ ନିଜର ମାତୃଭାଷା ଉପରେ ଜ୍ଞାନ ରହିଲେ ଏହା ଶିଶୁ ମାନଙ୍କ ଭବିଷ୍ୟତ ଗଢ଼ିବାରେ ସହାୟକ ହୋଇପାରିବ ବୋଲି ମୁଖ୍ୟ ଅତିଥି ଶ୍ରୀ ସିଂହ ମତ ଦେଇଥିଲେ । ସଭାରେ ସମ୍ମାନିତ ଅତିଥି ଭାବରେ ପୂଜ୍ୟ ପୂଜା ସେବା ସଂଗଠନର ସଭାପତି ମଦନମୋହନ ରଥ ଓ ଅଙ୍କୁର ସାହିତ୍ୟ ସଂସଦର ସଂପାଦକ ଡ. ଅଶୋକ ସେଠୀ ମଂଚାସୀନ ରହି ଆଗାମୀ ଦିନରେ ସଂସଦର କାର୍ଯ୍ୟକ୍ରମକୁ ଆହୁରି ବ୍ୟାପକ କରାଯିବ ଓ ଶିଶୁ ମାନଙ୍କ ଅନ୍ତନିର୍ହିତ ପ୍ରତିଭାର ବିକାଶ ପାଇଁ  ବିଭିନ୍ନ ସାହିତ୍ୟ ଭିତ୍ତିକ କାର୍ଯ୍ୟକ୍ରମ ହାତକୁ ନିଆଯିବ ବୋଲି କହିଥିଲେ । ଏହି ଅବସରରେ ଦେଓଗାଁ ବ୍ଲକ ଅନ୍ତର୍ଗତ ହାତୀସରା ଅଂଚଳର କବି ପ୍ରଦୀପ ନାୟକଙ୍କ ଅଙ୍କୁର ସାହିତ୍ୟ ସଂସଦ ତରଫରୁ ମାନପତ୍ର ଓ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ପରେ ଶିକ୍ଷୟିତ୍ରୀ କସ୍ତୁରୀ ରଥଙ୍କ ସଂଯୋଜନାରେ ଏକି କବିତା ଆସର ଅନୁଷ୍ଠିତ ହୋଇଥିଲା । ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ତନୁଶ୍ରୀ ନାଗ, ଚୂଡେନ୍ଦ୍ର ବେହେରା, ହୃଷୀକେଶ ପୁରୋହିତ, ସତ୍ୟାନନ୍ଦ ବିଶ୍ୱାଲ, ବଳିଷ୍ଠ ପ୍ରଧାନ, ଶ୍ରୀମତୀ ଜ୍ୟୋତି ମିଶ୍ର ପ୍ରମୁଖ କବିତା ପାଠ କରିଥିଲେ । କାର୍ଯ୍ୟକ୍ରମରେ କିରଣ ଅନୁଷ୍ଠାନର ସୈରାଷ୍ଟ୍ର ବାଗ, ନୟନ କୁମାର ସା, ତ୍ରିଲୋକ ସିଂହ, ବଡ ବକୁଲ ଓ ନରେନ୍ଦ୍ର ପ୍ରଧାନ ପ୍ରମୁଖ ସହଯୋଗ କରିଥିଲେ ।  ଶେଷରେ କିରଣ ଅନୁଷ୍ଠାନର ସଭାପତି ମଧୁ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like