-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ପୂଜା ସାମଗ୍ରୀ ଚୋରି କରିବାରୁ ଦଣ୍ଡ : ଗାଁରେ ବସିଲା କଙ୍ଗାରୁକୋର୍ଟ, ବେକରେ ଚପଲ ମାଳ ସହ ମୁହଁ କଳା କରି ବୁଲାଇଲେ ଗାଁ…

15-Apr-2021



ବଲାଙ୍ଗିର (ପ୍ରେରଣା ଖବର ବ୍ୟୁରୋ) : ଚୋରି ପାଇଁ କଙ୍ଗାରୁ କୋର୍ଟ । ତାହା ପୁଣି ପୂଜା ସାମଗ୍ରୀ ଚୋରି ଅଭିଯୋଗରେ । ଜଣେ ବୃଦ୍ଧଙ୍କୁ କଙ୍ଗାରୁକୋର୍ଟରେ ଦଣ୍ଡ ଦେବା ସହ ଗାଁର ଚପଳ ମାଳ ପକାଇ ହାତ ବାନ୍ଧି ବୁଲାଉଥିବାର ଦୃଶ୍ୟ ଏବେ ସୋସିଆଲ୍‌ ମିଡିଆରେ ଭାଇରାଲ ହେବାରେ ଲାଗିଛି ।  ଏପିରିକି ବୃଦ୍ଧଙ୍କୁ ବଦ୍‌ନାମ କରିବା ପାଇଁ ଭିଡିଓକୁ ଭାଇରାଲ କରାଯାଇଥିବା ଅଭିଯୋଗ ଆସିଛି । ଏନେଇ ଉଭୟ ପକ୍ଷରୁ ଥାନାରେ ଏତଲା ଦିଆଯାଇଛି । ପୋଲିସ ଘଟଣାର ଛାନ୍‌ଭିନ୍‌ ଆରମ୍ଭ କରିଛି ।  

ଖବର ଅନୁଯାୟୀ, ବଲାଙ୍ଗୀର ବ୍ରାହ୍ମଣୀଡୁଙ୍ଗୁରୀ ଗାଂର ଦଣ୍ଡନାଚ ଆୟୋଜନ ପାଇଁ ପ୍ରସ୍ତୁତି ଚାଲିଥିଲା । କୀର୍ତ୍ତନ ଛତ୍ରିଆର ଉଦ୍ୟମକ୍ରମେ ବ୍ରାହ୍ମଣୀଡୁଙ୍ଗୁରିରୁ ଦଣ୍ଡନାଚ ଆରମ୍ଭ ହୋଇ ପରବର୍ତ୍ତି ସମୟରେ ଅନ୍ୟ ଗାଁମାନଙ୍କୁ ଯାଇଥାନ୍ତା । ହେଲେ ଗତ ଚାରିରୁ ପାଞ୍ଚଦିନ ତଳେ ଦଣ୍ଡନାଚରେ ବ୍ୟବହୃତ ପୂଜା ସାମଗ୍ରୀକୁ ସେହି ଗାଁର କେହି ଜଣେ ଚୋରି କରିନେଇଥିଲା । ଏନେଇ ପଚରାଉଚୁରା କରିବାରୁ କେତେକ ପ୍ରତ୍ୟକ୍ଷଦର୍ଶୀ ସେହି ଗାଁର ବୃଦ୍ଧ ମୁରାଲ କୁଅରଙ୍କ ନାଁ ନେଇଥିଲେ । ଗତ ସୋମବାର ଦିନ କୀର୍ତ୍ତନ ଏବଂ ତାଙ୍କର କେତେକ ସହଯୋଗୀ ମୁରାଲଙ୍କୁ ପାଇବା ପରେ ତାଙ୍କୁ ଗାଳିଗୁଲଜ କରିବାରୁ ସେ କରିଥିବା ଦୋଷ ସ୍ୱୀକାର କରିଥିଲେ । ସେ ମଧ୍ୟ ନିଶାରେ ସାମଗ୍ରୀକୁ ନେଇ ଯାଇଥିବା କହିଥିଲେ ।

ଏହାପରେ କୀର୍ତ୍ତନଙ୍କ ଭାଇ ସଦାନନ୍ଦ ବୃଦ୍ଧ ମୁରାଲଙ୍କ ଉଭୟ ହାତକୁ ଦଉଡିରେ ବାନ୍ଧି ହୋଇ ବେକରେ ଚପଲ ମାଳା ପିନ୍ଧାଇ ଗାଁରେ ବୁଲାଇଥିଲେ । ପରେ ତାଙ୍କ ମୁହଁରେ ଚୂନ ପାଉଁଶ ମଧ୍ୟ ବୋଳି ଏଭଳି ତାଙ୍କୁ ଦଣ୍ଡ ଦିଆଯିବ ବୋଲି କହିଥିଲେ । ଅବଶ୍ୟ ରାସ୍ତାରେ କେତେକ ବରିଷ୍ଠ ବ୍ୟକ୍ତି ଏହାକୁ ଅମାନବୀୟ କାର୍ଯ୍ୟ କହି ଏଥିରୁ ନିବୃତ୍ତ ରହିବାକୁ କହିଥିଲେ । ହେଲେ ସେମାନେ ଶୁଣିବା ପରେ ପରିବର୍ତ୍ତେ ବୃଦ୍ଧଙ୍କ ଉପରେ ଆହୁରି ନିର୍ଯ୍ୟାତନା ଦେଇଥିଲେ । ମାଡ଼ ମାରିବା ସହ ତାଙ୍କୁ ଅଶ୍ଲୀଳ ଭାଷାରେ ଗାଳିଗୁଲଜ କରିବା ପରେ ସେହି ଭିଡିଓକୁ ସୋସିଆଲ ମିଡିଆରେ ଭାଇରାଲ କରିଥିଲେ ବୋଲି ଅଭିଯୋଗ ଆସିଛି । ଏନେଇ ଖବର ପାଇବା ପରେ ସଦର ପୋଲିସ ଜଣକୁ ଥାନାରେ ଅଟକ ରଖିଛି । ସେପଟେ ବୃଦ୍ଧଙ୍କ ଝିଅ ଥାନାରେ ତାଙ୍କ ବାପାଙ୍କୁ କଙ୍ଗାରୁ କୋର୍ଟ କରି ନିର୍ଯ୍ୟାତନା ଦେଇଥିବା ଅଭିଯୋଗ କରିଛନ୍ତି । ସେପଟେ ସାମଗ୍ରୀ ଚୋରି ସମ୍ପର୍କରେ ମଧ୍ୟ ଏକ ଏତଲା ହୋଇଥିବା ଜଣାପଡିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like