-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||     

HOME   ମହାନଗର

ଟ୍ରେନ୍‌ ସମ୍ମୁଖକୁ ଡେଇଁ ଓଡ଼ିଆ ସେନା ଅଧିକାରୀଙ୍କ ଆତ୍ମହତ୍ୟା ପୂର୍ବରୁ ମଧ୍ୟ ଆଉ ଏକ ଟ୍ରେନ୍‌‌ ସମ୍ମୁଖକୁ ଡେଇଁ ଆତ୍ମହତ୍ୟା ପାଇଁ ପ୍ରୟାସ କରିଥିଲେ

19-Apr-2021



ମୁମ୍ବାଇ: ମହାରାଷ୍ଟ୍ରର ପୁଣେ ରେଲ୍‌ୱେ ଷ୍ଟେସନରେ ଜଣେ ଓଡ଼ିଆ ସେନା ଅଧିକାରୀ ଟ୍ରେନ୍‌ ସମ୍ମୁଖକୁ ଡେଇଁ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କ ମୃତ୍ୟୁ ହୋଇଛି। ମୃତ ସେନା ଅଧିକାରୀ ଭୁବନେଶ୍ୱରର ବ୍ରିଗେଡିୟର ଅନନ୍ତ ନାୟକ ବୋଲି ଜଣାପଡ଼ିଛି। ସେ ପୁଣେ ସ୍ଥିତ Armed Forces Medical College(AFMC) କାର୍ଯ୍ୟରତ ଥିଲେ। ସେ AFMCର ହସ୍ପିଟାଲ୍‌ ଆଡ୍‌ମିନ୍‌ଷ୍ଟ୍ରେସନ୍ ଡିପାର୍ଟମେଣ୍ଟର ମୁଖ୍ୟ ଥିଲେ।

ସୂଚନା ଅନୁସାରେ, AFMCରେ କାର୍ଯ୍ୟରତ ବ୍ରିଗେଡିୟର ଅନନ୍ତ ନାୟକ ଗତକାଲି ସକାଳେ ସରକାରୀ ଗାଡ଼ିରେ ପୁଣେ ରେଲ୍‌ୱେ ଷ୍ଟେସନରେ ପହଞ୍ଚିଥିଲେ। ଅପରାହ୍ଣ ୧୨ଟା ୩୦ରେ ପ୍ଲାଟ୍‌ଫର୍ମ ନଂ ୩ରେ ଯେତେବେଳେ ଉଦ୍ୟାନ ଏକ୍ସପ୍ରେସ୍ ପହଞ୍ଚିଥିଲା, ଏହି ସମୟରେ ଅନନ୍ତ ନାୟକ ଟ୍ରେନ୍‌ ସମ୍ମୁଖକୁ ଡେଇଁ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଯାଞ୍ଚ ସମୟରେ କୌଣସି ସୁଇସାଇଡ୍‌ ନୋଟ୍‌ ମିଳିନାହିଁ। ଅନନ୍ତ ନାୟକଙ୍କ ମୃତ୍ୟୁ ଖବର ନେଇ ଭୁବନେଶ୍ୱରରେ ରହୁଥିବା ତାଙ୍କ ପୁଅ ଅଭିଷେକ ନାୟକଙ୍କୁ ଜଣାଇ ଦିଆଯାଇଛି। AFMC କାର୍ଯ୍ୟାଳୟକୁ ମଧ୍ୟ ଏସମ୍ପର୍କରେ ଅବଗତ କରାଯାଇଛି।

ପ୍ରତ୍ୟେକ୍ଷଦର୍ଶୀଙ୍କ ବୟାନ ଓ ସିସିଟିଭି ଫୁଟେଜ୍‌ରୁ ଦେଖିବାକୁ ମିଳିଛି, ବ୍ରିଗେଡିୟର ଅନନ୍ତ ନାୟକ ପ୍ଲାଟ୍‌ଫର୍ମ ନଂ ୧ରେ ଚାଲି ଚାଲି ଯାଉଛନ୍ତି। ସେ ଚେନ୍ନାଇ ଏକ୍ସପ୍ରେସ୍‌ ସମ୍ମୁଖକୁ ଡେଇଁ ମଧ୍ୟ ଆତ୍ମହତ୍ୟା କରିବା ପାଇଁ ପ୍ରୟାସ କରିଥିଲେ। ହେଲେ ଏଥିରେ ସଫଳ ହୋଇପାରିନଥିଲେ।

ରେଲ୍‌ୱେ ପୋଲିସ୍‌ ଅଧିକାରୀଙ୍କ କହିବା ଅନୁଯାୟୀ, ‘ବ୍ରିଗେଡିୟର ଅନନ୍ତ ନାୟକ ଅଫିସ୍‌ ଗାଡ଼ିରେ ପୁଣେ ରେଲ୍‌ୱେ ଷ୍ଟେସନରେ ପହଞ୍ଚିଥିଲେ ଓ ସେ ୟୁନିଫର୍ମରେ ଥିଲେ। ସିସିଟିଭି ଫୁଟେଜରେ ଦେଖିବାକୁ ମିଳିଛି, ସେ ଷ୍ଟେସନ ଭିତରକୁ ପ୍ରବେଶ କରିବା ସମୟରେ ତାଙ୍କ ଡ୍ରାଇଭର ବାହାରେ ଅପେକ୍ଷା କରିଥିଲେ। ଏହା ମଧ୍ୟ ଦେଖିବାକୁ ମିଳିଛି ଯେ, ସେ ଚେନ୍ନାଇ ଏକ୍ସପ୍ରେସ୍‌ ସମ୍ମୁଖକୁ ଡେଇଁ ଆତ୍ମହତ୍ୟା ପାଇଁ ପ୍ରୟାସ କରିଥିଲେ। ହେଲେ ସେ ବଞ୍ଚି ଯାଇଥିଲେ। ତେବେ ପ୍ଲାଟ୍‌ଫର୍ମ ନଂ ୩ରେ ଉଦ୍ୟାନ ଏକ୍ସପ୍ରେସ୍‌ ଯେତେବେଳେ ପହଞ୍ଚିଥିଲା, ଏହି ସମୟରେ ସେ ଚଳନ୍ତା ଟ୍ରେନ୍‌ ସମ୍ମୁଖକୁ ଡେଇଁ ଆତ୍ମହତ୍ୟା କରିଥିଲେ’।

ବ୍ରିଗେଡିୟର ଅନନ୍ତ ନାୟକ ଆର୍ମି ୟୁନିଫର୍ମରେ ଥିବାରୁ ଘଟଣା ପରେ ତତ୍‌କ୍ଷଣାତ ରେଲ୍‌ୱେ ପୋଲିସ୍‌ ଏସମ୍ପର୍କରେ ସେନା ଅଧିକାରୀଙ୍କୁ ଜଣାଇଥିଲେ। ଖବରପାଇ ସେନାର ଏକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚିଥିଲେ। ଆତ୍ମହତ୍ୟା କାରଣ ଜଣାପଡ଼ିନଥିବା ବେଳେ ଘଟଣାର ତଦନ୍ତ ଆରମ୍ଭ ହୋଇଛି। ପୋଷ୍ଟମର୍ଟମ ପାଇଁ ମୃତଦେହ ପଠା ଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026

You Might Also Like